ଭିଜିଲାନ୍ସ ଜାଲରେ ବନାଞ୍ଚଳ ଅଧିକାରୀ

ବ୍ରହ୍ମପୁର(ସୁବାସ ଚନ୍ଦ୍ର ପାଢ଼ୀ),୨୮।୬: ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ ଅଧିକାରୀ କାହ୍ନୁଚରଣ ପଟ୍ଟନାୟକ ସୋମବାର ବିଳମ୍ବିତ ରାତିରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ବ୍ରହ୍ମପୁରରୁ ଏକ ବୋଲେରୋ ଗାଡ଼ିରେ ସୋମବାର ରାତିରେ ଦିଗପହଣ୍ଡି ଫେରୁଥିବା ବେଳେ ଭିଜିଲାନ୍ସ ଟିମ୍‌ ରାସ୍ତାରେ ଅଟକାଇ ତାଙ୍କ ଗାଡ଼ି ଯାଞ୍ଚ କରିଥିଲା। ଗାଡ଼ିରୁ ୧ ଲକ୍ଷ ୫୨ ହଜାର ଟଙ୍କା ମିଳିଥିବା ବେଳେ କେଉଁଠୁ ସେ ଏତେ ଟଙ୍କା ଆଣିଲେ, ସେ ନେଇ ସଠିକ୍‌ ଉତ୍ତର ଦେଇପାରି ନ ଥିଲେ। ଫଳରେ ସେହି ଟଙ୍କା ଭିଜିଲାନ୍ସ ଟିମ୍‌ ଜବତ କରିଥିଲା। ପରେ ଦିଗପହଣ୍ଡି ସରକାରୀ ବାସଭବନ, ଅଫିସ ଏବଂ ବ୍ରହ୍ମପୁର ବ୍ୟାଙ୍କ କଲୋନୀ ଭଡ଼ା ଘରେ ଏକ ସଂଗେ ଚଢ଼ାଉ କରାଯାଇଥିଲା। ସେଠାରୁ ୩ ଲକ୍ଷ ୮୭ ହଜାର ୭୫୦ ଟଙ୍କା ଜବତ ହୋଇଛି। ଏପରି ଏଯାବତ ୫ଲକ୍ଷ ୩୯ହଜାର ୭୫୦ ଟଙ୍କା ଜବତ ହୋଇଥିବା ଭିଜିଲାନ୍ସ ବିଭାଗ ପକ୍ଷରୁ ଜଣାପଡ଼ିଛି। ଏନେଇ ନଂ ୮/୨୩ ରେ ଏକ ମାମଲା ରୁଜୁ କରାଯାଇ ବନାଞ୍ଚଳ ଅଧିକାରୀ ପଟ୍ଟନାୟକଙ୍କୁ ଗିରଫ କରାଯାଇଥିବା ଭିଜିଲାନ୍ସ ବିଭାଗ ତରଫରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଲଙ୍କାର ବଡ଼ ଅନୁରୋଧ: ମ୍ୟାଚ୍‌ ବର୍ଜନ ଉପରେ ପୁନଃ ବିଚାର କରିପାରେ ପାକିସ୍ତାନ

କରାଚୀ,୭ା୨- ଆସନ୍ତା ୧୫ ତାରିଖରେ କଲମ୍ବୋରେ ଭାରତ ବିପକ୍ଷ ଟି୨୦ ମ୍ୟାଚ୍‌କୁ ବର୍ଜନ କରିବା ନିଷ୍ପତ୍ତି ଉପରେ ପାକିସ୍ତାନ ପୁନଃ ବିଚାର କରିପାରେ। ଭାରତ-ପାକିସ୍ତାନ ବହୁ ପ୍ରତିକ୍ଷିତ…

ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ: ଉତ୍ତେଜିତ ହୋଇ ମରଣାନ୍ତକ ଆକ୍ରମଣ

ଦିଗପହଣ୍ଡି,୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ସୀମାଞ୍ଚଳ ମହାପାତ୍ର(୨୪) ଙ୍କୁ ଶନିବାର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି।ବୁଧବାର ସକାଳେ ଡ୍ରେନରେ…

ପ୍ରଧାନଶିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଲେ ମହିଳା

ମୋରଡ଼ା,୭ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ନୂଆଗାଁସ୍ଥିତ ହରପ୍ରସାଦ ଶିକ୍ଷା ସଦନ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ସେବିକା ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇଛି।…

ଆଇନଜୀବୀ ପୀତବାସ ଦାଶଙ୍କ ପରଲୋକ

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ବରିଷ୍ଠ ସଦସ୍ୟ ପୀତବାସ ଦାଶ (୫୨)ଙ୍କ ଶନିବାର ଅପରାହ୍ନରେ ପରଲୋକ ହୋଇଛି। ସେ ବିଗତ କିଛି ହେବ…

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା…

Post Office FD vs RD: କେଉଁ ସ୍କିମ୍‌ ଦେଉଛି ସବୁଠାରୁ ଅଧିକ ରିଟର୍ନ? ନିବେଶ ପୂର୍ବରୁ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୭।୨:  ଛୋଟ ନିବେଶକଙ୍କ ମଧ୍ୟରେ ପୋଷ୍ଟ ଅଫିସ ଫିକ୍ସଡ୍ ଡିପୋଜିଟ୍ (FD) ଏବଂ ରିକରିଂ ଡିପୋଜିଟ୍ (RD) ବହୁତ ଲୋକପ୍ରିୟ। ଏହି ଦୁଇଟି ସ୍କିମ୍ ଭାରତ ସରକାରଙ୍କ…

‘ଭଲ ପାଠ ପଢ଼ି ସୁନାମ ଆଣନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବୀଣାପାଣି ନର୍ସରୀ ସ୍କୁଲର ୩୯ ତମ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି। ସ୍କୁଲ ପରିଚାଳନା କମିଟି ସଭାପତି ତଥା ବରିଷ୍ଠ…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ଜାଣନ୍ତୁ କେତେ କ’ଣ ମିଳିଲା

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିର ଦାନହୁଣ୍ଡି ଶନିବାର ଖୋଲିଛି। ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri