ହାତୀଙ୍କୁ ଖୋଜୁଥିବା ବେଳେ ଦଳିଦେଲେ

ଜୁନାଗଡ଼,୫।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ରେଞ୍ଜ ଅଧୀନ ଘନା ସଂରକ୍ଷିତ ଜଙ୍ଗଲରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ହାତୀର ଗତିବିଧି ଲକ୍ଷ୍ୟ କରିବାକୁ ଯାଇଥିବା ବନ ବିଭାଗ ସ୍କ୍ବାଡ ଟିମ୍‌ର ଜଣେ କର୍ମଚାରୀଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ଘଟିିଛି। ମୃତକ ହେଲେ କଲେଇଗାଁ ପଞ୍ଚାୟତ ସାନଡୁମେରବାହାଲ ଗ୍ରାମର ଜଗନ୍ନାଥ ତ୍ରିପାଠୀ (୪୭)।

ମିଳିଥିବା ସୂଚନା ମୁତାବକ, ଅପରାହ୍ନରେ ବନ ବିଭାଗର ଏକ ୧୨ ଜଣିଆ ଟିମ୍‌ ଘନା ସଂରକ୍ଷିତ ଜଙ୍ଗଲ ଗୋଲାମୁଣ୍ଡା ଗ୍ରାମ ନିକଟରେ ହାତୀ ଆସିଥିବା ଖବର ପାଇ ଘଟଣାସ୍ଥଳକୁ ଯାଇଥିଲେ। ସେଠାରେ ହଠାତ୍‌ ଏକ ହାତୀପଲ ସହ ସେମାନେ ମୁହଁାମୁହଁି ହୋଇଯାଇଥିଲେ। ସମସ୍ତ କର୍ମଚାରୀ ଏଣେତେଣେ ଦୌଡି ପଳାଇଥିଲେ। କିନ୍ତୁ ତଳେ ପଡିଯାଇଥିଲେ ଜଗନ୍ନାଥ। ହାତୀପଲ ତାଙ୍କୁ ଦଳି ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଛି। ଜୁନାଗଡ ରେଞ୍ଜ ଅଧିକାରୀ ମୁରାରୀ ପଣ୍ଡା, ଫରେଷ୍ଟର ନୀହାର ରଞ୍ଜନ ଠାକୁର, ଜୟଦେବ ମାଝି, ଦେବେନ୍ଦ୍ର ମାଝିଙ୍କ ସମେତ ବନ ବିଭାଗ ଅଧିକାରୀ ଗାଁରେ ପହଞ୍ଚି ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ସରକାରୀ ସ୍ତରରେ ଯାହାକିଛି ସୁବିଧା ରହିଛି ମୃତକଙ୍କ ପରିବାର ଲୋକଙ୍କୁ ଯୋଗାଇ ଦିଆଯିବ ବୋଲି ବନବିଭାଗ ଅଧିକାରୀମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri