ବନ ବିଭାଗ ଜାଲରେ ଚୋର: ଚୋରି କରୁଥିବା ବେଳେ ୪ ଜଣଙ୍କୁ କାବୁ କଲେ…

ଥୁଆମୂଳ ରାମପୁର, ୨୯।୧ (ଦୁର୍ଗା କୀର୍ତ୍ତି): ସରକାରୀ ପ୍ରକଳ୍ପରୁ ସାମଗ୍ରୀ ଚୋରି କରିବା ଚୋରଙ୍କୁ ମହଙ୍ଗା ପଡ଼ିଛି। ଗୋପାଳପୁର ପଞ୍ଚାୟତ ସ୍ଥିତ ପାଟଜୋର ଡଙ୍ଗର ବନୀକରଣ ପ୍ରକଳ୍ପରୁ ଲୁହା ଖୁଣ୍ଟ ଓ ତାରବାଡ଼ ଚୋରି କରୁଥିବା ବେଳେ ବନ ବିଭାଗ ଟିମ୍ ଏବଂ ନାଇଟ୍ ୱାଚର୍ (Night Watcher) ମାନଙ୍କ ସହାୟତାରେ ୪ ଜଣ ଚୋରଙ୍କୁ ଧରାଯାଇଛି। ଅଟକ ଅଭିଯୁକ୍ତମାନେ ହେଲେ କାଶିପୁର ଥାନା ଝୁଲକାଗୁଡା ଗ୍ରାମର ଦେବ ଗୌଡ (୨୬), ଶ୍ରୀରାମ ଗୌଡ (୪୫), ବାସୁ ଗୌଡ (୩୮) ଓ ଜଗନ୍ନାଥ ଗୌଡ (୩୧)।

ଆର୍ଥିକ ବର୍ଷ ୨୦୨୪-୨୫ରେ ‘କାମପା’ (CAMPA) ଯୋଜନାରେ କୁମଯୋର ଗ୍ରାମ ନିକଟସ୍ଥ ପାଟଜୋର ଡଙ୍ଗରର ୩୦ ହେକ୍ଟର ଜାଗାରେ କାଜୁ, ପଣସ, ଶିଶୁ ଓ ବାଉଁଶ ଭଳି ବିଭିନ୍ନ ପ୍ରକାରର ବୃକ୍ଷରୋପଣ କରାଯାଇଥିଲା। ଏହାର ସୁରକ୍ଷା ପାଇଁ ପ୍ରାୟ ୫ ଲକ୍ଷ ଟଙ୍କା ବ୍ୟୟରେ ୨୮୦ଟି ଲୁହା ଖୁଣ୍ଟ ଓ ୬୦ଟି ତାର ଜାଲି ଦିଆଯାଇଥିଲା। ତେବେ ଗତ କିଛି ଦିନ ହେବ ଏଠାରୁ ଲଗାତାର ଚୋରି ହେଉଥିବା ବେଳେ ପୂର୍ବରୁ ୪୦ଟି ଖୁଣ୍ଟ ଓ ୧୦ଟି ଜାଲି ଚୋରି ହୋଇସାରିଥିଲା। ଚୋରଙ୍କୁ ଧରିବା ପାଇଁ ରେଞ୍ଜ ଅଧିକାରୀ ତ୍ରିନାଥ ସେଠୀଙ୍କ ତତ୍ତ୍ୱାବଧାନ ଓ ବନପାଳ ଏକାଦଶୀ ନାଏକଙ୍କ ନେତୃତ୍ୱରେ ବନ ବିଭାଗ କର୍ମଚାରୀ ଓ ନାଇଟ୍ ୱାଚର୍‌ମାନେ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରି ରାତି ତମାମ ଜଗି ରହିଥିଲେ।

ବୁଧବାର ରାତିରେ ଅଭିଯୁକ୍ତମାନେ ପୁଣି ଥରେ ୪୦ଟି ଲୁହା ଖୁଣ୍ଟ ଓ ୧୦ଟି ତାର ଜାଲି ଚୋରି କରୁଥିବା ସମୟରେ ଟିମ୍ ସେମାନଙ୍କୁ ଘେରି ଯାଇ କାବୁ କରିଥିଲେ। ବନ ବିଭାଗ ପକ୍ଷରୁ ଥୁଆମୂଳ ରାମପୁର ଥାନାରେ ଲିଖିତ ଅଭିଯୋଗ ପରେ ପୋଲିସ କେସ୍ ନମ୍ବର ୧୬/୨୬ରେ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଟଳିପଡ଼ିଲେ ଭକ୍ତ: ମହାପ୍ରଭୁଙ୍କ ଦର୍ଶନ ହେଲା…

ପୁରୀ,୨୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କର ଉତ୍ତରଦ୍ୱାର ନିକଟ ପରିକ୍ରମା…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ପୂର୍ବତନ ବହୁମୁଖୀ ସ୍ବାସ୍ଥ୍ୟ ପରିଦର୍ଶକଙ୍କୁ ୨ବର୍ଷ ଜେଲ

ସୁନ୍ଦରଗଡ,୨୯ା୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ର ଭିଜିଲାନ୍ସ କୋର୍ଟ ଗୁରୁବାର ଏକ ଲାଞ୍ଚ ମାମଲାର ରାୟ ପ୍ରକାଶ କରିଛି। ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ଜଜ୍‌ ଲାଞ୍ଚ ମାମଲାର ଶୁଣାଣି…

ଜିଲାସ୍ତରୀୟ କବାଡ଼ି: ଅନାମିକା କ୍ଲବ ଚାମ୍ପିୟନ

ସମ୍ବଲପୁର,୨୯ା୧(ବି.ଶଙ୍କର): ପ୍ରଗତୀ ସାମାଜିକ ଅନୁଷ୍ଠାନ ଆୟୋଜିତ ଜିଲାସ୍ତରୀୟ କବାଡି ପ୍ରତିଯୋଗିତା ଚେରୁଆପଡା ଫାର୍ମରୋଡଠାରେ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ଅନାମିକା କ୍ଲବ ଏବଂ ପାଟଣେଶ୍ୱରୀ(କ) ଦଳ ମଧ୍ୟରେ…

ଘୁମୁସର ବନଖଣ୍ଡରେ ଚିନ୍ତା ବଢ଼ାଉଛି ଅସୁସ୍ଥ ହାତୀ, ଆଦର୍ଶ ବିଦ୍ୟାଳୟ ଫାଟକ ଭାଙ୍ଗିଲେ…

ଭଞ୍ଜନଗର,୨୯।୧(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଆଜକୁ କିଛିଦିନ ହେବ ଏକ ମାଈ ହାତୀ ଅସୁସ୍ଥ ହୋଇ ଏକୁଟିଆ ଘୁରି ବୁଲୁଛି। ଅଧିକାଂଶ…

ପୁଣି ସୀମାନ୍ତ ଗାଁରେ ଆଧାର କାର୍ଡ ଅପଡେଟ୍‌ କରିବାକୁ ଆନ୍ଧ୍ରର ପ୍ରଚେଷ୍ଟା, ଓଡ଼ିଶା ସରକାରଙ୍କୁ ଏକପ୍ରକାର ଖୋଲା ଚ୍ୟାଲେଞ୍ଜ…

ପଟ୍ଟାଙ୍ଗି,୨୯।୧(ଶରତ କୁମାର ଧଳ): ଓଡ଼ିଶାର ସୀମାନ୍ତ ଗ୍ରାମରେ ପଡୋଶୀ ଆନ୍ଧ୍ର ଅନୁପ୍ରବେଶ କରି ଲୋକଙ୍କୁ ପ୍ରଲୋଭିତ କରୁଥିଲେ ମଧ୍ୟ ଏହାର ପ୍ରଭାବ ଓଡିଶା ଉପରେ ପଡୁନାହିଁ ।…

ସ୍ବାସ୍ଥ୍ୟସେବାରେ ଅବଦାନ ପାଇଁ ପୁରସ୍କୃତ ହେଲେ କର୍ମଚାରୀ

ଭବାନୀପାଟଣା,୨୯ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ହଲଠାରେ ଜିଲାସ୍ତରୀୟ ଆଶା, ଗାଁ କଲ୍ୟାଣ ସମିତି, ମହିଳା ଆରୋଗ୍ୟ ସମିତି ଏବଂ ଜନ ଆରୋଗ୍ୟ ସମିତି…

ଚାଇନାର ବଡ଼ କାର୍ଯ୍ୟାନୁଷ୍ଠାନ: ‘ମିଙ୍ଗ୍ ଫ୍ୟାମିଲି’ର ୧୧ ଜଣଙ୍କୁ ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ,୨୯।୧: ଅନଲାଇନ୍ ସ୍କାମ୍ ସିଣ୍ଡିକେଟକୁ ବଡ ଝଟକା ଦେଲେ ଚାଇନା ସରକାର । ମ୍ୟାନ୍‌ମାରରେ ଚାଲିଥିବା ବିଶ୍ୱସ୍ତରୀୟ ଏହି ଅପରାଧିକ ସିଣ୍ଡିକେଟ୍ ବିରୋଧରେ ଚାଇନା ସରକାର ଏକ…

ବୟକଟ ଖେଳ ଶେଷ: ୨ରେ କଲମ୍ବୋରେ ପହଞ୍ଚିବ ପାକିସ୍ତାନ ଦଳ

ଲାହୋର,୨୯ା୧: ଆସନ୍ତା ୭ ତାରିଖରୁ ଆରମ୍ଭ ହେବାକୁ ଥିବା ଟି୨୦ ବିଶ୍ୱକପ ଲାଗି ପାକିସ୍ତାନ ଦଳ ଆସନ୍ତା ୨ ତାରିଖରେ ଶ୍ରୀଲଙ୍କାର କଲମ୍ବୋ ଅଭିମୁଖେ ଯାତ୍ରା କରିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri