ବନ ବିଭାଗ ଜାଲରେ ଚୋର: ଚୋରି କରୁଥିବା ବେଳେ ୪ ଜଣଙ୍କୁ କାବୁ କଲେ…

ଥୁଆମୂଳ ରାମପୁର, ୨୯।୧ (ଦୁର୍ଗା କୀର୍ତ୍ତି): ସରକାରୀ ପ୍ରକଳ୍ପରୁ ସାମଗ୍ରୀ ଚୋରି କରିବା ଚୋରଙ୍କୁ ମହଙ୍ଗା ପଡ଼ିଛି। ଗୋପାଳପୁର ପଞ୍ଚାୟତ ସ୍ଥିତ ପାଟଜୋର ଡଙ୍ଗର ବନୀକରଣ ପ୍ରକଳ୍ପରୁ ଲୁହା ଖୁଣ୍ଟ ଓ ତାରବାଡ଼ ଚୋରି କରୁଥିବା ବେଳେ ବନ ବିଭାଗ ଟିମ୍ ଏବଂ ନାଇଟ୍ ୱାଚର୍ (Night Watcher) ମାନଙ୍କ ସହାୟତାରେ ୪ ଜଣ ଚୋରଙ୍କୁ ଧରାଯାଇଛି। ଅଟକ ଅଭିଯୁକ୍ତମାନେ ହେଲେ କାଶିପୁର ଥାନା ଝୁଲକାଗୁଡା ଗ୍ରାମର ଦେବ ଗୌଡ (୨୬), ଶ୍ରୀରାମ ଗୌଡ (୪୫), ବାସୁ ଗୌଡ (୩୮) ଓ ଜଗନ୍ନାଥ ଗୌଡ (୩୧)।

ଆର୍ଥିକ ବର୍ଷ ୨୦୨୪-୨୫ରେ ‘କାମପା’ (CAMPA) ଯୋଜନାରେ କୁମଯୋର ଗ୍ରାମ ନିକଟସ୍ଥ ପାଟଜୋର ଡଙ୍ଗରର ୩୦ ହେକ୍ଟର ଜାଗାରେ କାଜୁ, ପଣସ, ଶିଶୁ ଓ ବାଉଁଶ ଭଳି ବିଭିନ୍ନ ପ୍ରକାରର ବୃକ୍ଷରୋପଣ କରାଯାଇଥିଲା। ଏହାର ସୁରକ୍ଷା ପାଇଁ ପ୍ରାୟ ୫ ଲକ୍ଷ ଟଙ୍କା ବ୍ୟୟରେ ୨୮୦ଟି ଲୁହା ଖୁଣ୍ଟ ଓ ୬୦ଟି ତାର ଜାଲି ଦିଆଯାଇଥିଲା। ତେବେ ଗତ କିଛି ଦିନ ହେବ ଏଠାରୁ ଲଗାତାର ଚୋରି ହେଉଥିବା ବେଳେ ପୂର୍ବରୁ ୪୦ଟି ଖୁଣ୍ଟ ଓ ୧୦ଟି ଜାଲି ଚୋରି ହୋଇସାରିଥିଲା। ଚୋରଙ୍କୁ ଧରିବା ପାଇଁ ରେଞ୍ଜ ଅଧିକାରୀ ତ୍ରିନାଥ ସେଠୀଙ୍କ ତତ୍ତ୍ୱାବଧାନ ଓ ବନପାଳ ଏକାଦଶୀ ନାଏକଙ୍କ ନେତୃତ୍ୱରେ ବନ ବିଭାଗ କର୍ମଚାରୀ ଓ ନାଇଟ୍ ୱାଚର୍‌ମାନେ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରି ରାତି ତମାମ ଜଗି ରହିଥିଲେ।

ବୁଧବାର ରାତିରେ ଅଭିଯୁକ୍ତମାନେ ପୁଣି ଥରେ ୪୦ଟି ଲୁହା ଖୁଣ୍ଟ ଓ ୧୦ଟି ତାର ଜାଲି ଚୋରି କରୁଥିବା ସମୟରେ ଟିମ୍ ସେମାନଙ୍କୁ ଘେରି ଯାଇ କାବୁ କରିଥିଲେ। ବନ ବିଭାଗ ପକ୍ଷରୁ ଥୁଆମୂଳ ରାମପୁର ଥାନାରେ ଲିଖିତ ଅଭିଯୋଗ ପରେ ପୋଲିସ କେସ୍ ନମ୍ବର ୧୬/୨୬ରେ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…

ବିଭିନ୍ନ ବିଦ୍ୟାଳୟରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ନେଇ…

କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶନିବାର ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୋଡାଲ କ୍ଲଷ୍ଟର ପକ୍ଷରୁ…

ପର ଘରେ ରୋଷେଇ କରିବାକୁ ଯାଇ ପଡ଼ିଲା ଲୋଲୁପ ଦୃଷ୍ଟି: ବ୍ଲାକମେଲରେ ଅତିଷ୍ଠ ହୋଇ ନାବାଳିକା କରିଦେଲେ ଏମିତି କାଣ୍ଡ

ପୁରୁଷୋତ୍ତମପୁର, ୧।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗଡ଼ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଧମକ ଓ ବ୍ଲାକମେଲରେ ଅତିଷ୍ଠ ହୋଇ…

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri