ମାଂସ ଭାଗବଣ୍ଟା ବେଳେ ୬ ଶିକାରୀଙ୍କୁ ଗିରଫ କଲେ ବନ କର୍ମଚାରୀ

ଠାକୁରମୁଣ୍ଡା,୪।୪ (ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ କେନ୍ଦୁମୁଣ୍ଡି ସଂରକ୍ଷିତ ଜଙ୍ଗଲ (୨) ଭିତରୁ ୬ ଶିକାରୀଙ୍କୁ ଗିରଫ କରାଯାଇଛି। ଏହା ସହ କୁଟୁରା ମାଂସ ଜବତ ହୋଇଛି। କୁଟୁରା ଶିକାର କରି ଜଙ୍ଗଲ ଭିତରେ ମାଂସ ଭାଗବାଣ୍ଟ କରୁଥିବା ସମୟରେ ଶନିବାର ରାତିରେ ବନକର୍ମଚାରୀ ୬ ଜଣ ଶିକାରୀଙ୍କୁ ଗିରଫ କରିଛନ୍ତି। ସେମାନଙ୍କ ନିକଟରୁ ୧୨ କେଜି ମାଂସ ସହ ବ୍ୟବହୃତ ଧନୁ ଓ ତୀର ଜବତ ହୋଇଛି। ସଂରକ୍ଷିତ ଜଙ୍ଗଲ ଭିତରେ ଶିକାର ଚାଲିଥିବା ନେଇ କୌଣସି ସୂତ୍ରରୁ ଖବରପାଇ ଠାକୁରମୁଣ୍ଡା ରେଞ୍ଜ ଅଧିକାରୀ କିଶୋର କୁମାର ପାଣିଗ୍ରାହୀଙ୍କ ନେତୃତ୍ୱରେ ଫରେଷ୍ଟର ନଳିନୀ ମହାନ୍ତ ସମେତ ବନକର୍ମଚାରୀମାନେ ରାତିରେ ଚଢ଼ାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ପଥରରେ ଛେଚି ଯୁବକଙ୍କୁ ହତ୍ୟା !: ନିର୍ମାଣାଧୀନ ଆବାସ ଘରୁ ରକ୍ତାକ୍ତ ମୃତଦେହ

ରାଇରଙ୍ଗପୁର,୧୧।୮: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳର ବାଢୁଣିଆ ଗାଁରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହଜନକ ଘଟଣା ସାମ୍ନାକୁ ଆସିଛି। ଗାଁର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri