କଳାବ୍ୟାଜ୍‌ ପିନ୍ଧି ଆନ୍ଦୋଳନକୁ ଓହ୍ଲାଇଲେ ବନ କର୍ମଚାରୀ

ଭଞ୍ଜନଗର,୧୫ା୬(ବାବୁଲା ପ୍ରଧାନ): ଓଡ଼ିଶା ଅଣ ଗେଜେଟେଡ୍‌ ବନ ସେବା ସଂଘ ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଶାଖା ପକ୍ଷରୁ ୩ ଦଫା ଦାବି ପୂରଣ ନେଇ ରବିବାର ସମସ୍ତ ରେଞ୍ଜ କାର୍ଯ୍ୟାଳୟ ସମ୍ମୁଖରେ ସଙ୍ଘର ସମସ୍ତ ସଭ୍ୟାସଭ୍ୟ କଳାବ୍ୟାଜ୍‌ ପରିଧାନ କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଆନ୍ଦୋଳନ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ସମୟରେ କର୍ମଚାରୀମାନେ ଅଭିଯୁକ୍ତଙ୍କୁ ଗିରଫ କରିବେ ନାହିଁ। କୌଣସି କେସ୍‌ କାଟିବେ ନାହିଁ। କିନ୍ତୁ ଉନ୍ନୟନ କାର୍ଯ୍ୟ କରିବେ।
ସରକାର ଦାବିକୁ ୨୧ ତାରିଖ ସୁଦ୍ଧା ପୂରଣ ନ କରନ୍ତି ତେବେ ୨୨ ତାରିଖରୁ କର୍ମଚାରୀମାନେ ସମୂହ ଛୁଟିରେ ଯାଇ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ। ଆନ୍ଦୋଳନର ନେତୃତ୍ୱ ବ୍ରହ୍ମପୁର ଜୋନ ସଭାପତି ଅନୁପ କୁମାର ବିଷୋୟୀ, ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ସଭାପତି ସନ୍ତୋଷ କୁମାର ପାତ୍ର, ବରିଷ୍ଠ କର୍ମକର୍ତ୍ତା ଶରତ କୁମାର ମହାନ୍ତି ପ୍ରମୁଖ ନେଉଛନ୍ତି। ଦାବିଗୁଡ଼ିକ ହେଲା ଶିକାରୀମାନଙ୍କ ଗୁଳିରେ ନିହତ ହୋଇଥିବା ଢେଙ୍କାନାଳ ବନଖଣ୍ଡର ବନରକ୍ଷୀ ପ୍ରହଲ୍ଲାଦ ପ୍ରଧାନଙ୍କ ହତ୍ୟାକାରୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ସହ ତାଙ୍କ ପରିବାରକୁ ୧ କୋଟି ଟଙ୍କା ସହାୟତା ରାଶି ପ୍ରଦାନ କରନ୍ତୁ। ସରକାର ତୁରନ୍ତ ଫରେଷ୍ଟ କମିଶନ ଗଠନ କରନ୍ତୁ। ପୋଲିସ ଭଳି ବନ କର୍ମଚାରୀଙ୍କୁ ମଧ୍ୟ ସୁବିଧା ସୁଯୋଗ ପ୍ରଦାନ କରନ୍ତୁ। ଉକ୍ତ ୩ ଦଫା ଦାବି ନେଇ ଗତ ୯ ତାରିଖରେ ସଂଘ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଥିଲା। ଦାବି ପୂରଣ ବିଳମ୍ବ ହେଉଥିବାରୁ ଆଜିଠାରୁ ୨୧ ତାରିଖ ପର୍ଯ୍ୟନ୍ତ କଳାବ୍ୟାଜ୍‌ ପିନ୍ଧି ଆନ୍ଦୋଳନ କରାଯାଉଛି। ଆଜିର ଆନ୍ଦୋଳନକୁ ସଫଳ କରିବା ପାଇଁ ସମ୍ପାଦକ ପ୍ରଦ୍ୟୁମ୍ନ ବିଷୋୟୀ, ଜିତେନ୍ଦ୍ର କୁମାର ସେଠୀ,ବବୁଲ ସେଠୀ, ଅଭିମନ୍ୟୁ ମଳିକ, ସୁଶୀଲ ରାଉତ, କୋଷାଧ୍ୟକ୍ଷ ଶୁଭସ୍ମିତା ପାତ୍ର, ଗାୟତ୍ରୀ ଦାସ ପ୍ରମୁଖ ସହଯୋଗ କରୁଛନ୍ତି। ସେହିଭଳି ଦକ୍ଷିଣ ଘୁମୁସର ବନଖଣ୍ଡର ସଂଘର କର୍ମକର୍ତ୍ତାମାନେ ମଧ୍ୟ ଆଜି ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସେମାନେ ମଧ୍ୟ କଳାବ୍ୟାଜ୍‌ ପିନ୍ଧି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri