କଳାବ୍ୟାଜ୍‌ ପିନ୍ଧି ଆନ୍ଦୋଳନକୁ ଓହ୍ଲାଇଲେ ବନ କର୍ମଚାରୀ

ଭଞ୍ଜନଗର,୧୫ା୬(ବାବୁଲା ପ୍ରଧାନ): ଓଡ଼ିଶା ଅଣ ଗେଜେଟେଡ୍‌ ବନ ସେବା ସଂଘ ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଶାଖା ପକ୍ଷରୁ ୩ ଦଫା ଦାବି ପୂରଣ ନେଇ ରବିବାର ସମସ୍ତ ରେଞ୍ଜ କାର୍ଯ୍ୟାଳୟ ସମ୍ମୁଖରେ ସଙ୍ଘର ସମସ୍ତ ସଭ୍ୟାସଭ୍ୟ କଳାବ୍ୟାଜ୍‌ ପରିଧାନ କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଆନ୍ଦୋଳନ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ସମୟରେ କର୍ମଚାରୀମାନେ ଅଭିଯୁକ୍ତଙ୍କୁ ଗିରଫ କରିବେ ନାହିଁ। କୌଣସି କେସ୍‌ କାଟିବେ ନାହିଁ। କିନ୍ତୁ ଉନ୍ନୟନ କାର୍ଯ୍ୟ କରିବେ।
ସରକାର ଦାବିକୁ ୨୧ ତାରିଖ ସୁଦ୍ଧା ପୂରଣ ନ କରନ୍ତି ତେବେ ୨୨ ତାରିଖରୁ କର୍ମଚାରୀମାନେ ସମୂହ ଛୁଟିରେ ଯାଇ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ। ଆନ୍ଦୋଳନର ନେତୃତ୍ୱ ବ୍ରହ୍ମପୁର ଜୋନ ସଭାପତି ଅନୁପ କୁମାର ବିଷୋୟୀ, ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ସଭାପତି ସନ୍ତୋଷ କୁମାର ପାତ୍ର, ବରିଷ୍ଠ କର୍ମକର୍ତ୍ତା ଶରତ କୁମାର ମହାନ୍ତି ପ୍ରମୁଖ ନେଉଛନ୍ତି। ଦାବିଗୁଡ଼ିକ ହେଲା ଶିକାରୀମାନଙ୍କ ଗୁଳିରେ ନିହତ ହୋଇଥିବା ଢେଙ୍କାନାଳ ବନଖଣ୍ଡର ବନରକ୍ଷୀ ପ୍ରହଲ୍ଲାଦ ପ୍ରଧାନଙ୍କ ହତ୍ୟାକାରୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ସହ ତାଙ୍କ ପରିବାରକୁ ୧ କୋଟି ଟଙ୍କା ସହାୟତା ରାଶି ପ୍ରଦାନ କରନ୍ତୁ। ସରକାର ତୁରନ୍ତ ଫରେଷ୍ଟ କମିଶନ ଗଠନ କରନ୍ତୁ। ପୋଲିସ ଭଳି ବନ କର୍ମଚାରୀଙ୍କୁ ମଧ୍ୟ ସୁବିଧା ସୁଯୋଗ ପ୍ରଦାନ କରନ୍ତୁ। ଉକ୍ତ ୩ ଦଫା ଦାବି ନେଇ ଗତ ୯ ତାରିଖରେ ସଂଘ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଥିଲା। ଦାବି ପୂରଣ ବିଳମ୍ବ ହେଉଥିବାରୁ ଆଜିଠାରୁ ୨୧ ତାରିଖ ପର୍ଯ୍ୟନ୍ତ କଳାବ୍ୟାଜ୍‌ ପିନ୍ଧି ଆନ୍ଦୋଳନ କରାଯାଉଛି। ଆଜିର ଆନ୍ଦୋଳନକୁ ସଫଳ କରିବା ପାଇଁ ସମ୍ପାଦକ ପ୍ରଦ୍ୟୁମ୍ନ ବିଷୋୟୀ, ଜିତେନ୍ଦ୍ର କୁମାର ସେଠୀ,ବବୁଲ ସେଠୀ, ଅଭିମନ୍ୟୁ ମଳିକ, ସୁଶୀଲ ରାଉତ, କୋଷାଧ୍ୟକ୍ଷ ଶୁଭସ୍ମିତା ପାତ୍ର, ଗାୟତ୍ରୀ ଦାସ ପ୍ରମୁଖ ସହଯୋଗ କରୁଛନ୍ତି। ସେହିଭଳି ଦକ୍ଷିଣ ଘୁମୁସର ବନଖଣ୍ଡର ସଂଘର କର୍ମକର୍ତ୍ତାମାନେ ମଧ୍ୟ ଆଜି ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସେମାନେ ମଧ୍ୟ କଳାବ୍ୟାଜ୍‌ ପିନ୍ଧି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?