ବିକ୍ରି ହେଉନି ବନଜାତ ଦ୍ରବ୍ୟ

କୁଆମରା,୬ା୫(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଞ୍ଚଳରେ ବନଜାତ ଦ୍ରବ୍ୟର ଅଭାବୀ ବିକ୍ରି ସମସ୍ୟା ଦେଖାଦେଇଛି। ଫଳରେ ଏଠାକାର ଆଦିବାସୀମାନେ ଶୋଷଣର ଶିକାର ହେଉଛନ୍ତି। ସେମାନେ ସଂଗ୍ରହ କରିଥିବା ମହୁଲ ଓ ଶାଳ ଫୁଲ ଶାଗମାଛ ଦରରେ ବିକ୍ରି କରିବାକୁ ବାଧ୍ୟ ହେଉଛନ୍ତି। ଆଦିବାସୀ ବହୁଳ ଏହି ବ୍ଲକର ୮୦ ପ୍ରତିଶତ ଲୋକ ଗରିବ ଓ ଖଟିଖିଆ ଶ୍ରେଣୀର ହୋଇଥିବାରୁ ଏହା ସେମାନଙ୍କ ଜୀବନ ଜୀବିକାକୁ ପ୍ରଭାବିତ କରୁଛି। ସରକାର ଓ ବନ ବିଭାଗ ପକ୍ଷରୁ ବନଜାତ ଦ୍ରବ୍ୟ ବିକ୍ରି ଲାଗି ବ୍ୟବସ୍ଥା କରାଯାଉ ନ ଥିବାରୁ ଦଲାଲ ଓ ବେପାରୀମାନେ ମାଲେମାଲ ଦେଉଛନ୍ତି।
ବର୍ଷ ମାର୍ଚ୍ଚ ଏବଂ ଏପ୍ରିଲରେ ମହୁଲ ଓ ଶାଳ ମଞ୍ଜି ସଂଗ୍ରହ ପରେ ଲୋକଙ୍କ ଘରେ ଜମା ହୋଇ ରହିଛି। ୨୦୦୮ରେ ବନଜାତ ଦ୍ରବ୍ୟ କିଣିବା ପାଇଁ ସରକାର ପଞ୍ଚାୟତମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଗୋପବନ୍ଧୁନଗର ବ୍ଲକରେ ସେପରି କୌଣସି ବ୍ୟବସ୍ଥା କରାଯାଇନାହିଁ। ଲଘୁ ବନଜାତ ଦ୍ରବ୍ୟ ବିକ୍ରି ଲାଗି ସରକାରଙ୍କ ପକ୍ଷରୁ ଯଦି ମଣ୍ଡି ଖୋଲାଯାଆନ୍ତା ତେବେ ଆଦିବାସୀମାନେ ଉପକୃତ ହୋଇ ପାରନ୍ତେ ବୋଲି ରବୀନ୍ଦ୍ର ସିଂ, କୃପାସିନ୍ଧୁ ସିଂ, ଶ୍ୟାମ ସିଂ, ଜିତୁ ସିଂ, ବାସନ୍ତୀ ସିଂ ଓ ହୀରାମଣୀ ସିଂ ପ୍ରମୁଖ କହିଛନ୍ତି। ଏସଂକ୍ରାନ୍ତରେ ଫରେଷ୍ଟର କେ. ସୋରେନଙ୍କୁ ପଚାରିବାରୁ ସରକାର କିମ୍ବା ବନ ବିଭାଗ ପକ୍ଷରୁ ଏ ନେଇ କୌଣସି ବ୍ୟବସ୍ଥା ନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

କ୍ୟାନସର ହସପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଉ: ସାଂସଦ ପ୍ରଦୀପ ପୁରୋହିତ

ବରଗଡ,୧୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଦୃଷ୍ଟିରୁ ବରଗଡ଼ କ୍ୟାନସର ହସପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri