ଯିଏ ଜଗୁଥିଲେ ସିଏ ଖାଇଗଲେ: ହରିଣ ମାରି ମାଂସ ରାନ୍ଧି ଖାଉଥିଲେ ଧରାପଡ଼ିଲେ ବନ ଜଗୁଆଳି

ଅନୁଗୋଳ, ୪।୭: ବନ୍ୟପ୍ରାଣୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ବନ ଜଗୁଆଳିମାନେ ହିଁ ହରିଣ ଶିକାର କରି ତାହାର ମାଂସ ରାନ୍ଧି ଖାଉଥିବା ଘଟଣା ସାମ୍ନାକୁ ଆସିଛି। ଅନୁଗୋଳ ଜିଲାର ସାତକୋଶିଆ ଅଭୟାରଣ୍ୟ ଅନ୍ତର୍ଗତ ଟିକରପଡ଼ା ରେଞ୍ଜରେ ଏହି ଘଟଣା ଘଟିଥିବାବେଳେ ବନ ବିଭାଗ ଚଢ଼ାଉ କରି ୨ ଜଣ ବନ ଜଗୁଆଳି ଏବଂ ୨ ଜଣ ଶିକାରୀଙ୍କୁ କାବୁ କରିଛି।

ସୂଚନା ଅନୁଯାୟୀ, ଗୁପ୍ତ ସୂଚନା ଆଧାରରେ ବନ ବିଭାଗର ଏକ ଟିମ୍ ଟିକରପଡ଼ା ରେଞ୍ଜରେ ଚଢ଼ାଉ କରିଥିଲା। ସେଠାରେ ଚାରିଜଣ ବ୍ୟକ୍ତି ହରିଣ ମାଂସ ରାନ୍ଧି ଖାଉଥିବା ବେଳେ ସେମାନଙ୍କୁ ଧରାଯାଇଥିଲା। ଅଭିଯୁକ୍ତମାନଙ୍କ ମଧ୍ୟରେ ୨ ଜଣ ବନ ଜଗୁଆଳି ଥିବା ଘଟଣା ସମସ୍ତଙ୍କୁ ଚକିତ କରିଛି।

ଘଟଣାସ୍ଥଳରୁ ରନ୍ଧା ହରିଣ ମାଂସ ସହ ମୃତ ହରିଣର ମୁଣ୍ଡ ଜବତ କରାଯାଇଛି। ଏହାସହ ଶିକାରରେ ବ୍ୟବହୃତ ସାମଗ୍ରୀ ଥିବା ସନ୍ଦେହରେ କିଛି ଜିନିଷ ମଧ୍ୟ ଜବତ କରାଯାଇଛି। ଜବତ ସାମଗ୍ରୀକୁ ଯାଞ୍ଚ କରି ବନ ବିଭାଗ ଘଟଣାର ତଦନ୍ତ ଆରମ୍ଭ କରିଛି।

ବନ୍ୟପ୍ରାଣୀ ସୁରକ୍ଷା ଆଇନ ଅନୁଯାୟୀ ଅଭିଯୁକ୍ତମାନଙ୍କ ବିରୋଧରେ ମାମଲା ରୁଜୁ କରି ପଚରାଉଚରା କରାଯାଉଛି। ହରିଣ ଶିକାରରେ ଅନ୍ୟ କେହି ସମ୍ପୃକ୍ତ ଅଛନ୍ତି କି ନାହିଁ ଏବଂ ଏହା ପଛରେ କୌଣସି ସଂଗଠିତ ଶିକାରୀ ଚକ୍ର କାର୍ଯ୍ୟ କରୁଛି କି ନାହିଁ, ସେ ନେଇ ମଧ୍ୟ ବନ ବିଭାଗ ଛାନଭିନ୍‌ ଜାରି ରଖିଛି। ବନ୍ୟପ୍ରାଣୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା କର୍ମଚାରୀଙ୍କ ଏଭଳି କାର୍ଯ୍ୟକଳାପ ସାମ୍ନାକୁ ଆସିବା ପରେ ବନ ବିଭାଗର କାର୍ଯ୍ୟପ୍ରଣାଳୀକୁ ନେଇ ବିଭିନ୍ନ ମହଲରେ ପ୍ରଶ୍ନ ଉଠିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Chanakya Niti: ଭୁଲ୍‌ରେ ବି କାହା ସହ ଶେୟାର କରନ୍ତୁନି ଏହି ୫ ଗୁପ୍ତ କଥା, ହୋଇପାରେ ବଡ଼ କ୍ଷତି

ଆଚାର୍ଯ୍ୟ ଚାଣକ୍ୟ ପ୍ରାଚୀନ ଭାରତର ଜଣେ ମହାନ ଦାର୍ଶନିକ, ଅର୍ଥନୀତିଜ୍ଞ, ଶିକ୍ଷକ ତଥା ମହାନ ରାଜନୀତିଜ୍ଞ ଥିଲେ। ସମାଜର କଲ୍ୟାଣ ଏବଂ ସଫଳ ଜୀବନଯାପନ ପାଇଁ ସେ…

ବୈଭବ ସୂର୍ଯ୍ୟବଂଶୀଙ୍କ ୱିକେଟ ନେବା ପରେ ‘Baby Celebration’ କଲେ ସାଇମ ଆୟୁବ, ଅଭିଷେକ ନେଲେ ପ୍ରତିଶୋଧ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ପୁରୁଷ କ୍ରିକେଟ ଫାଇନାଲ ସମୟରେ, ସାଇମ ଆୟୁବ ବୈଭବ ସୂର୍ଯ୍ୟବଂଶୀଙ୍କୁ ଆଉଟ କରିବା ପରେ ‘Baby Celebration’ (ଶିଶୁକୁ କୋଳରେ ଧରି…

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

୧୫ ଛକା,୧୩ ଚୌକା, T20 କ୍ରିକେଟରେ ସର୍ବାଧିକ ସ୍କୋର ହାସଲ କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପ୍ରଥମେ ବ୍ୟାଟିଂ କରି ଭାରତ ମୋଟ ୨୧୧ ରନ ସଂଗ୍ରହ କରିଛି। ଶେଷ ତିନି ଓଭରରେ ଶିବମ ଦୁବେ ଏବଂ…

ସୁବର୍ଣ୍ଣରେଖାରେ ଗାଧୋଇବାବେଳେ ବୁଡ଼ିଗଲେ ଅଣ ଓଡ଼ିଆ ପର୍ଯ୍ୟଟକ

ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

କ୍ରିସ ଗେଲଙ୍କୁ ପଛରେ ପକାଇ ଇତିହାସ ଚରିଲେ ଅଭିଷେକ ଶର୍ମା

ନୂଆଦିଲ୍ଲୀ,୩।୧୦: ଅଭିଷେକ ଶର୍ମା ୨୦୨୬ ଏସୀୟ କ୍ରୀଡ଼ା (Asian Games) ଫାଇନାଲରେ ଇତିହାସ ସୃଷ୍ଟି କରିଛନ୍ତି। ସେ ପାକିସ୍ତାନ ବିପକ୍ଷରେ ୨୮ଟି ବଲରେ ୬୧ ରନର ଏକ…

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

ଚାରି ସନ୍ତାନଙ୍କ ମା’ଙ୍କଠାରୁ ଅଲଗା ହେଲେ ଏଲନ ମସ୍କ ; ସାଥୀ ଶିଭୋନ ଲେଖିଲେ ଲମ୍ବା ପୋଷ୍ଟ

ଓ୍ବାଶିଂଟନ,୩।୧୦: ଏଲନ ମସ୍କ ଏବଂ ଶିଭୋନ ଜିଲିସଙ୍କ ସମ୍ପର୍କକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟୁରାଲିଙ୍କ (Neuralink)ର ଅଧିକାରୀ ଶିଭୋନ ଜିଲିସ ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?