Forest Safety: ତାତି ବଢ଼ିଲେ ବଢ଼େ ଜଙ୍ଗଲରେ ନିଆଁ ସମ୍ଭାବନା: ଜୀବଜନ୍ତୁ, ଜଙ୍ଗଲଯାତ ଦ୍ରବ୍ୟ କ୍ଷୟକ୍ଷତି ନେଇ…

ରାଇକିଆ,୧୯।୨(ପ୍ରଦୀପ ବେହେରା): ତାତି ବଢ଼ିଲେ ଜଙ୍ଗଲରେ ନିଆଁ ଲାଗିବା ସମ୍ଭାବନା ବଢ଼ିଥାଏ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ରାଇକିଆ ଜଙ୍ଗଲ ପରିବେଶ ଓ ଜଳ ବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ବୁଧବାର ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ସମୟରେ ଜଙ୍ଗଲରେ ନିଆଁ ଲାଗିଲେ ଏହାକୁ ରୋକିବା କାଠିକର ପାଠ ହୋଇଥାଏ। ଜଙ୍ଗଲରେ ଜୀବଜନ୍ତୁଙ୍କ ଠାରୁ ଆରମ୍ଭ କରି ଜଙ୍ଗଲଯାତ ଦ୍ରବ୍ୟ ପର୍ଯ୍ୟନ୍ତ ବ୍ୟାପକ କ୍ଷୟକ୍ଷତି ହୋଇଥାଏ । ସଚେତନତା ମାଧ୍ୟମରେ ଏହାକୁ ରୋକାଯାଇ ପାରିବ ବୋଲି ଅତିଥିମାନେ ପ୍ରକାଶ କରିବା ସହ ଏ ଦିଗରେ କାର୍ଯ୍ୟକରିବା ପାଇଁ ପରାମର୍ଶ ଦେଇଥିଲେ । ପୂର୍ବରୁ କଲେଜ ଛାତ୍ରୀଛାତ୍ର ଏବଂ ବନ ସଂରକ୍ଷଣ ସମିତି ସଦସ୍ୟଙ୍କୁ ନ଼େଇ ଏକ ସଚେତନତା ରାଲି ସହର ପରିକ୍ରମା କରିଥିଲା । ରେଞ୍ଜର ଯୁଧିଷ୍ଠିର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିଥି ଭାବେ ଏସିଏଫ ଶ୍ୱେତାଲିନ ସାହୁ, ଫାୟାର ମ୍ୟାନ କାଳୁ ଚରଣ ମହାନ୍ତି ଯୋଗ ଦେଇଥିଲେ । ଫରେଷ୍ଟର ଉଷଦ କହଁର, ଫରେଷ୍ଟ ଗାର୍ଡ ଅଙ୍ଗଦ ଦିଗାଲ, ଲିଲି ମଲ୍ଲିକ, ଉର୍ଶିଲା ପ୍ରଧାନ, ନର୍ମଦା ମହାରଣା, ଦୁର୍ଗା ଶଙ୍କର ପ୍ରଧାନ, ଶାନ୍ତନୁ ବ୍ରହ୍ମା, ମୁକେଶ ପ୍ରଧାନ ପରିଚାଳନା କରିଥିଲେ । ଟିମ ଲିଡର ସଞ୍ଜୟ ମହାପାତ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri