Forest Safety: ତାତି ବଢ଼ିଲେ ବଢ଼େ ଜଙ୍ଗଲରେ ନିଆଁ ସମ୍ଭାବନା: ଜୀବଜନ୍ତୁ, ଜଙ୍ଗଲଯାତ ଦ୍ରବ୍ୟ କ୍ଷୟକ୍ଷତି ନେଇ…

ରାଇକିଆ,୧୯।୨(ପ୍ରଦୀପ ବେହେରା): ତାତି ବଢ଼ିଲେ ଜଙ୍ଗଲରେ ନିଆଁ ଲାଗିବା ସମ୍ଭାବନା ବଢ଼ିଥାଏ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ରାଇକିଆ ଜଙ୍ଗଲ ପରିବେଶ ଓ ଜଳ ବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ବୁଧବାର ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ସମୟରେ ଜଙ୍ଗଲରେ ନିଆଁ ଲାଗିଲେ ଏହାକୁ ରୋକିବା କାଠିକର ପାଠ ହୋଇଥାଏ। ଜଙ୍ଗଲରେ ଜୀବଜନ୍ତୁଙ୍କ ଠାରୁ ଆରମ୍ଭ କରି ଜଙ୍ଗଲଯାତ ଦ୍ରବ୍ୟ ପର୍ଯ୍ୟନ୍ତ ବ୍ୟାପକ କ୍ଷୟକ୍ଷତି ହୋଇଥାଏ । ସଚେତନତା ମାଧ୍ୟମରେ ଏହାକୁ ରୋକାଯାଇ ପାରିବ ବୋଲି ଅତିଥିମାନେ ପ୍ରକାଶ କରିବା ସହ ଏ ଦିଗରେ କାର୍ଯ୍ୟକରିବା ପାଇଁ ପରାମର୍ଶ ଦେଇଥିଲେ । ପୂର୍ବରୁ କଲେଜ ଛାତ୍ରୀଛାତ୍ର ଏବଂ ବନ ସଂରକ୍ଷଣ ସମିତି ସଦସ୍ୟଙ୍କୁ ନ଼େଇ ଏକ ସଚେତନତା ରାଲି ସହର ପରିକ୍ରମା କରିଥିଲା । ରେଞ୍ଜର ଯୁଧିଷ୍ଠିର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିଥି ଭାବେ ଏସିଏଫ ଶ୍ୱେତାଲିନ ସାହୁ, ଫାୟାର ମ୍ୟାନ କାଳୁ ଚରଣ ମହାନ୍ତି ଯୋଗ ଦେଇଥିଲେ । ଫରେଷ୍ଟର ଉଷଦ କହଁର, ଫରେଷ୍ଟ ଗାର୍ଡ ଅଙ୍ଗଦ ଦିଗାଲ, ଲିଲି ମଲ୍ଲିକ, ଉର୍ଶିଲା ପ୍ରଧାନ, ନର୍ମଦା ମହାରଣା, ଦୁର୍ଗା ଶଙ୍କର ପ୍ରଧାନ, ଶାନ୍ତନୁ ବ୍ରହ୍ମା, ମୁକେଶ ପ୍ରଧାନ ପରିଚାଳନା କରିଥିଲେ । ଟିମ ଲିଡର ସଞ୍ଜୟ ମହାପାତ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri