ଫରେଷ୍ଟ ସ୍ପୋର୍ଟସ୍‌ ମିଟ୍‌: ସ୍ବର୍ଣ୍ଣପଦକ ଜିତିଲେ ଡିଏଫ୍‌ଓ

ଭଞ୍ଜନଗର,୧୬ା୧୦(ବାବୁଲା ପ୍ରଧାନ): ଭୁବନେଶ୍ୱର କିଟ୍‌ ବିଶ୍ୱବିଦ୍ୟାଳୟ ଖେଳପଡ଼ିଆରେ ୧୧ ଓ ୧୨ ତାରିଖ ଦୁଇଦିନ ଧରି ରାଜ୍ୟସ୍ତରୀୟ ଫରେଷ୍ଟ ସ୍ପୋର୍ଟସ୍‌ ମିଟ୍‌ ୨୦୨୫ ଅନୁଷ୍ଠିତ ହୋଇଥିଲା। ଏଥିରେ ରାଜ୍ୟର ବିଭିନ୍ନ ବନଖଣ୍ଡରୁ ଆସିଥିବା ଶତାଧିକ ବନରକ୍ଷୀ, ବନପାଳ, ଡେପୁଟି ରେଞ୍ଜର, ରେଞ୍ଜର, ଏସିଏଫ୍‌, ଡିଏଫ୍‌ଓ, କର୍ମଚାରୀ ପ୍ରମୁଖ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପଦକ ବିଜୟୀ ହୋଇଛନ୍ତି ।

ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡକୁ ୬ଟି ପଦକ ମିଳିଥିବା ବେଳେ ଘୁମୁସର ଦକ୍ଷିଣ ବନଖଣ୍ଡକୁ ୮ଟି ପଦକ ମିଳିଛି। ଘୁମୁସର ଦକ୍ଷିଣ ବନଖଣ୍ଡ ଅଧିକାରିଣୀ ବିପାସା ପାରୁଲ (ଆଇ.ଏଫ୍‌.ଏସ୍‌) ଟେବୁଲ ଟେନିସ୍‌ରେ ସ୍ବର୍ଣ୍ଣ ଓ ରୌପ୍ୟ ଦୁଇଟି ପଦକ ପାଇଛନ୍ତି। ଏଥିସହ ବନରକ୍ଷୀ ଚୁମ୍‌କି ନାୟକ ଚେସ୍‌ରେ ସ୍ବର୍ଣ୍ଣ ଏବଂ ରୌପ୍ୟ ଦୁଇଟି ପଦକ ପାଇଛନ୍ତି। ରାଜ କିଶୋର ବେହେରା ଲଙ୍ଗ୍‌ଜମ୍ପ୍‌ ଏବଂ ଟ୍ରିପଲ ଜମ୍ପ୍‌ରେ ସ୍ବର୍ଣ୍ଣ ଏବଂ ରୌପ୍ୟ ଦୁଇଟି ପଦକ ବିଜୟୀ ହୋଇଛନ୍ତି। ଧନେଶ୍ୱର ମିଞ୍ଜ୍‌ ୮୦୦ ମିଟର ଦୌଡ଼ରେ ସ୍ବର୍ଣ୍ଣ ପଦକ, ପିଣ୍ଟୁ ସେଠୀ ସାଇକେଲ ଚାଳନାରେ ସିଲଭର୍‌ ପଦକ ବିଜୟୀ ହୋଇଛନ୍ତି।

ସେହିଭଳି ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ଡେପୁଟି ରେଞ୍ଜର ପ୍ରଶାନ୍ତ ବେହେରା ୨ଟି ପଦକ ବିଜୟୀ ହୋଇଥିବା ବେଳେ ବନରକ୍ଷୀ ପି. ମୋହନ ଗୋଟିଏ, ସୋନମ କହଁର ୨ଟି ଓ ବନପାଳ ଦିଲ୍ଲୀପ ଦାସ ଗୋଟିଏ ପଦକ ବିଜୟୀ ହୋଇଛନ୍ତି। ଦୁଇ ବନଖଣ୍ଡର କର୍ମଚାରୀ ରାଜ୍ୟସ୍ତରୀୟ ଫରେଷ୍ଟ ସ୍ପୋର୍ଟସ ମିଟ୍‌ରେ ପଦକ ବିଜୟୀକୁ ନେଇ ସମସ୍ତ କର୍ମଚାରୀ ଖୁସିବ୍ୟକ୍ତ କରିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ…

ଏସିଆନ ଫୁଟବଲ କନଫେଡେରେଶନର ବଡ଼ ଘୋଷଣା: ଇରାନ ଫିଫା ବିଶ୍ୱକପ୍‌ ଖେଳିବ

କୁଆଲାଲୁମ୍ପୁର,୧୬ା୩: ଆସନ୍ତା ଜୁନରେ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ରେ ଇରାନ ଖେଳିବ। ଏ ନେଇ ଏସିଆନ ଫୁଟବଲ କନଫେଡେରେଶନ (ଏଏଫ୍‌ସି) ପକ୍ଷରୁ…

ମିଳିଲା ଅନୁମତି : ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯିବ ଆଇପିଏଲ୍‌ ମ୍ୟାଚ୍‌

ବେଙ୍ଗାଲୁରୁ,୧୬ା୩: ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବାକୁ ଥିବା ଆଇପିଏଲ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଘରୋଇ ମ୍ୟାଚ୍‌ ଏମ୍‌ ଚିନ୍ନାସ୍ୱାମୀ ଷ୍ଟାଡିୟମରେ…

ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ର ଆରମ୍ଭ: ଭାଗନେଲେ ୧ ହଜାର କ୍ରୀଡ଼ାବିତ୍‌

ବାଲେଶ୍ୱର,୧୬ା୩(ବାଞ୍ଛାନିଧି ଦେ): ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ(ଏଆଇୟୁ), ନୂଆଦିଲ୍ଲୀ ସହଯୋଗ ଓ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ସହଭାଗିତାରେ ସୋମବାର ସର୍ୱଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ ୨୦୨୫-୨୬…

SCBରେ ନିଆଁ: ରିପୋର୍ଟ ମାଗିଲେ NHRC

କଟକ, ୧୬।୩: କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri