ଗଛକୁ ରାଖୀ ବାନ୍ଧିଲେ ବନ କର୍ମଚାରୀ

ମୋରଡ଼ା,୩୦ା୮(ସ୍ମାରକ ମାଜୀ): ଆଜି ରକ୍ଷାବନ୍ଧନ ଅବସରରେ ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜରେ ନିଆରା ଢଙ୍ଗରେ ରାଖୀ ଉତ୍ସବ ପାଳନ କରାଯାଇଛି। ଭାଇମାନଙ୍କ ହାତରେ ଭଉଣୀ ରାଖୀ ବାନ୍ଧି ନିଜର ସୁରକ୍ଷା କରିବାର ସଂକଳ୍ପ ଭାଇଠାରୁ ନେଇଥାଏ। ଠିକ୍‌ ସେହିପରି ଗଛ ଜୀବଜଗତ ଓ ପ୍ରକୃତିକୁ ସୁରକ୍ଷା ଦେଇଥାଏ। ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଜୀବଜଗତର ସୁରକ୍ଷା ବଳୟ ଭାବେ ଜଙ୍ଗଲର ଗଛଲତା ଠିଆ ହୋଇଥାଏ।
ତେବେ ଆଜି ଉକ୍ତ ରେଞ୍ଜ ଅଧୀନ ଶଙ୍ଖାଭଙ୍ଗା ବିଟର ଝିଙ୍କିରିଆଶୋଳ ଗ୍ରାମର ଗଣ୍ଡିଗଧା ସଂରକ୍ଷିତ ଜଙ୍ଗଲରେ ବନବିଭାଗର କର୍ମଚାରୀମାନେ ଜଙ୍ଗଲରେ ଥିବା ଗଛକୁ ପୂଜାର୍ଚ୍ଚନା କରିବାପରେ ଗଛକୁ ରାଖୀ ବାନ୍ଧିଛନ୍ତି। ଏହି ଅବସରରେ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପର କ୍ଷେତ୍ର ନିର୍ଦେଶକ ପ୍ରକାଶଚନ୍ଦ୍ର ଗଗିନେନି, ଅତିରିକ୍ତ ଏସ୍‌ପି ଉମେଶ କୁମାର ପଣ୍ଡା, ଉମାଶଙ୍କର ମହାରଣା, ଶିମିଳିପାଳ ଏସ୍‌ସିଏଫ୍‌ ସମରେଶ ବିଶ୍ୱାଳ, ବାରିପଦା ଏସ୍‌ସିଏଫ୍‌ ରବିନାରାୟଣ ମହାନ୍ତି, ରାସଗୋବିନ୍ଦପୁର ରେଞ୍ଜର ଘନଶ୍ୟାମ ସିଂ, ଡେପୁଟି ରେଞ୍ଜର ମହାବୀରସିଂ ମୁର୍ମୁ, ଫଷ୍ଟେର ପ୍ରଗତୀ ପ୍ରିୟଦର୍ଶିନୀ ମିସ୍ତ୍ରୀ, ଫରେଷ୍ଟଗାର୍ଡ ରଞ୍ଜନ କୁମାର ସେଠୀ, ଅଶୋକ କୁମାର ନାଏକ, ଏନ୍‌ଜିଓ କର୍ମଚାରୀ ବିବେକାନନ୍ଦ ପଟ୍ଟନାୟକ ଏବଂ ତାଙ୍କର କର୍ମଚାରୀ ଉପସ୍ଥିତ ରହିଥିଲେ। ଏହି ପରିପ୍ରେକ୍ଷୀରେ ଗ୍ରାମବାସୀଙ୍କ ଦ୍ୱାରା ଆଦିବାସୀଙ୍କ ପାରମ୍ପରିକ ନୃତ୍ୟ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି: ଏବେ ବି ସିଲ ଗାଜଲବାଡ଼ି ଘାଟି ରାସ୍ତା, ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି।…

ଇତିହାସ ରଚିବେ ରୋ-କୋ: ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜ୍‌ରେ କରିପାରନ୍ତି ଏହି କମାଲ୍‌

ନୂଆଦିଲ୍ଲୀ,୨୫।୯: ଶୁବମନ ଗିଲଙ୍କ ନେତୃତ୍ୱରେ ୱେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ପ୍ରସ୍ତୁତ ଭାରତୀୟ କ୍ରିକେଟ ଟିମ। ଏହି ସିରିଜ୍‌ର ପ୍ରଥମ ମ୍ୟାଚ…

ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ

ଅହମ୍ମଦାବାଦ,୨୫।୯: ଗୁଜରାଟର ଗାନ୍ଧୀନଗରସ୍ଥିତ ଏକ ସେସନ୍ସ କୋର୍ଟ ଗୁରୁବାର ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଆଦାନୀ ଏଣ୍ଟରପ୍ରାଇଜେସ ଦ୍ୱାରା ଦାଖଲ ଏକ ଆପରାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?