୯ରୁ ଆନ୍ଦୋଳନକୁ ଓହ୍ଲାଇବେ ବନ କର୍ମଚାରୀ, ଦାବି ପୂରଣ ନ ହେଲେ…

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଓଡ଼ିଶା ଅଣ ଗେଜେଟେଡ୍‌ ବନସେବା ସଂଘ ପକ୍ଷରୁ ୩ ଦଫା ଦାବି ନେଇ ଜୁନ୍‌ ୯ରେ ରାଜ୍ୟର ସମସ୍ତ ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯିବ। ତେଣୁ ଆଗାମୀ ଆନ୍ଦୋଳନ କିଭଳି ସଫଳ ହେବ ସେଥିପାଇଁ ରବିବାର ବ୍ରହ୍ମପୁର ସର୍କଲର ୧୧ଟି ବନଖଣ୍ଡର ଶତାଧିକ କର୍ମଚାରୀ ଭଞ୍ଜନଗରରେ ଏକ ବୈଠକରେ ଏକାଠି ହେବେ। ବୈଠକରେ ଆଗାମୀ ରଣନୀତି ଉପରେ ଆଲୋଚନା ହେବ ବୋଲି ସର୍କଲ ସଭାପତି ଅନୁପ କୁମାର ବିଷୋୟୀ ସୂଚନା ଦେଇଛନ୍ତି।

ଏଥିସହ ଗତ ଶୁକ୍ରବାର ସର୍କଲ ପକ୍ଷରୁ ବ୍ରହ୍ମପୁର ଆଞ୍ଚଳିକ ବନ ସଂରକ୍ଷକଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏହି ସମୟରେ ସର୍କଲ ସଭାପତି ଅନୁପ କୁମାର ବିଷୋୟୀ, ବରିଷ୍ଠ କର୍ମକର୍ତ୍ତା ଶରତ କୁମାର ମହାନ୍ତି, ସର୍କଲ ସମ୍ପାଦକ ଅମରେଶ କୁମାର ପଣ୍ଡା, ସହ ସମ୍ପାଦକ ପୁଷ୍ପାଞ୍ଜଳି ଜେନା, ଭଞ୍ଜନଗର ବନଖଣ୍ଡ ସଭାପତି ସନ୍ତୋଷ ପାତ୍ର, ସମ୍ପାଦକ ପ୍ରଦ୍ୟୁମ୍ନ ବିଷୋୟୀ, ଜିତେନ୍ଦ୍ର କୁମାର ସେଠୀ, ଅଭିମନ୍ୟୁ ମଳିକ, ସୁଶୀଲ ରାଉତ ପ୍ରମୁଖ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ଗତ ୨୪ ତାରିଖରେ ଢେଙ୍କାନାଳ ବନଖଣ୍ଡରେ କାର୍ଯ୍ୟରତ ଥିବା ବନରକ୍ଷୀ ପ୍ରହଲ୍ଲାଦ ପ୍ରଧାନଙ୍କୁ ଶିକାରୀମାନେ ଗୁଳି କରି ହତ୍ୟା କରିଥିଲେ। ଏହି ଘଟଣାକୁ ସଂଘ ପକ୍ଷରୁ ନିନ୍ଦା କରାଯିବା ସହ ଦୋଷୀ ବରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଥିଲା। ଏଥିସହ ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା କ୍ଷତିପୂରଣ ସହାୟତା ଦେବାକୁ ଦାବି କରାଯାଇଥିଲା। ବନ ବିଭାଗର ବିଭିନ୍ନ ଅବ୍ୟବସ୍ଥା ପ୍ରତିକାର ନିମନ୍ତେ ଫରେଷ୍ଟ କମିଶନ ଗଠନ କରିବାକୁ ଦାବି ହୋଇଥିଲା। ପୋଲିସ ଭଳି ବନ କର୍ମଚାରୀଙ୍କୁ ଦରମା ଏବଂ ବୀମା ସୁବିଧା ପ୍ରଦାନ କରିବାକୁ ଦାବି ହୋଇଥିଲା। ଏନେଇ ବନ ବିଭାଗର ବରିଷ୍ଠ ଅଧିକାରୀଙ୍କୁ ସଂଘର କର୍ମକର୍ତ୍ତାମାନେ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ସରକାର ସଂଘର ଦାବିକୁ ୮ ତାରିଖ ସୁଦ୍ଧା ପୂରଣ କରନ୍ତୁ। ନଚେତ୍‌ ସଂଘର କର୍ମକର୍ତ୍ତାମାନେ ୯ରେ ଜିଲାପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିବେ। ଜୁନ୍‌ ୧୫ରୁ ୨୧ ତାରିଖ ପର୍ଯ୍ୟନ୍ତ କଳା ବ୍ୟାଜ୍‌ ପିନ୍ଧି ଆନ୍ଦୋଳନ କରିବେ। ଏହି ସମୟରେ ବିପଦପୂର୍ଣ୍ଣ କାର୍ଯ୍ୟ କରିବେ ନାହିଁ। ୨୧ ତାରିଖ ସୁଦ୍ଧା ଦାବି ପୂରଣ ନହେଲେ ୨୨ ତାରିଖରୁ କର୍ମଚାରୀମାନେ ସମୂହ ଛୁଟିରେ ଯାଇ ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ବାଙ୍କୀରେ ୧୬୩ ଧାରା ଉଲ୍ଲଂଘନ: ଭାଜପା-ବିଜେଡି ମୁହାଁମୁହିଁ, ୭ ଦିନିଆ ଚେତାବନୀ: ପ୍ରଶାସନିକ କାର୍ଯ୍ୟାନୁଷ୍ଠାନକୁ ନେଇ

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଖଣ୍ଡ ଡମପଡ଼ା ବ୍ଲକ ଏବଂ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବିଏନ୍‌ଏସ୍‌ର ୧୬୩ ଧାରା ଜାରି ହୋଇଥିବା ସତ୍ତ୍ବେ ଦୁଇ ପ୍ରମୁଖ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର…

ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ 

ଦିଗପହଣ୍ଡି, ୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା ଉଦ୍ୟମ ମାମଲାରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

ଭିଟାମାଟିରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ରେଡକ୍ରସରୁ ସହାୟତା, ଗୃହହୀନ ପରିବାରକୁ ଥଇଥାନ ଦାବି

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ତାମିଲନାଡ଼ୁରେ ଟ୍ରେନରୁ ଖସି ମୃତ୍ୟୁବରଣ କରିଥିବା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର ଦାଦନ ଶ୍ରମିକ ଟୁନା ବେହେରାଙ୍କ ମୃତଦେହ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri