ଫରେଷ୍ଟର, ଫରେଷ୍ଟ ଗାର୍ଡ ନିଲମ୍ବିତ

ଉମରକୋଟ/ରାଇଘର, ୪।୧(ସନ୍ତୋଷ ଶତପଥୀ/କିରଣ ପଟ୍ଟନାୟକ): ନବରଙ୍ଗପୁର ଜିଲା ରାଇଘର ବନାଞ୍ଚଳରେ ଚାରାରୋପଣରେ ଦୁର୍ନୀତି ଅଭିଯୋଗରେ ଗୋନା ସେକ୍ସନ୍‌ ଫରେଷ୍ଟର କାମାକ୍ଷାପ୍ରସାଦ ସ୍ବାଇଁ, ଫରେଷ୍ଟଗାର୍ଡ ହରେକୃଷ୍ଣ ନାୟକଙ୍କୁ ନିଲମ୍ବିତ କରାଯାଇଛି। ଏ ନେଇ ଏସିଏଫ୍‌ଓ ସୁବାସ ଖୁଣ୍ଟିଆ ସୂଚନା ଦେଇଛନ୍ତି। ଘଟଣାର ତଦନ୍ତ କରିବାକୁ ଏକ ଟିମ ଗଠନ କରାଯଇଛି। ଏହି ଟିମ ଆଗାମୀ ଦିନରେ ସମସ୍ତ ବନିକରଣ ସ୍ଥାନକୁ ଯାଇ ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ।

ଏହି ଦୁର୍ନୀତିରେ କେତେ ଟଙ୍କା ହେରଫେର ହୋଇଛି ତାହା ତଦନ୍ତ କରାଯିବ। ଏଥିରେ ଯେଉଁମାନେ ସମ୍ପୃକ୍ତ ଅଛନ୍ତି ସେମାନଙ୍କ ବିରୋଧରେ କାର୍ଯାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ମିଳିଛି।

ପ୍ରକାଶ ଯେ, ବ୍ଲକର ହଳଦୀ, ମୁଣ୍ଡିବେଡା, ନାକଟିସିମୋଡ ପଞ୍ଚାୟତରେ ଥିବା ଚାରୋଟି ବନିକରଣ କାୱାଡଙ୍ଗରି, ବାତାଝରି, ଡଙ୍ଗରିପାରା, ଚଢିଆପାରା ଚାରାରୋପଣ ନାମରେ ଦୁର୍ନୀତି ଏବଂ କାୱାଡଙ୍ଗରି ବନିକରଣରେ ଶ୍ରମିକମାନଙ୍କୁ ଚାରାରୋପଣ ବାବଦକୁ ବକେୟା ଟଙ୍କା ଦିଆଯାଇ ନାହିଁ। କୁମୁଲି ପଞ୍ଚାୟତର ପଟାଚୁଆଁ ନର୍ସରୀରୁ ବାଉଁଶ ଗଛ ବିକ୍ରି ହେବା ନେଇ ମଧ୍ୟ ଅଭିଯୋଗ ହୋଇଥିଲା। ଏଥିସହ ସରକାରୀ ନିୟମାନୁଯାୟୀ, ଚାରାରୋପଣ କରାଯାଉ ନ ଥିବା ନେଇ ମଧ୍ୟ ଅଭିଯୋଗ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri