ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା।
ଭୁବନେଶ୍ବର ସମେତ ଜଗତସିଂହପୁର ଓ ସେମିଳିଗୁଡ଼ାରେ ୭ଟି ଦାମୀ ପ୍ଲଟ୍ ରହିଛି। ଫରେଷ୍ଟରଙ୍କର ପ୍ରାୟ କେଜିଏ ସୁନା ଅଳଙ୍କାର ମଧ୍ୟ ଠାବ ହୋଇଥିଲା ବେଳେ ନଗଦ ୮ ଲକ୍ଷ ୭୦ ହଜାର ଟଙ୍କା ସହ କିଛି ବିଦେଶୀ ମୁଦ୍ରା ମଧ୍ୟ ଠାବ ହିଅଛି।

ବର୍ତ୍ତମାନ ସୁଦ୍ଧା ଠାବ ହୋଇଥିବା ମୁଖ୍ୟ ସମ୍ପତ୍ତି ଗୁଡିକ ହେଉଛି, ଭୁବନେଶ୍ୱରସ୍ଥିତ ଝାରପଡ଼ା ଅଞ୍ଚଳରେ ୨ଟି ବିଶାଳ ତିନି ମହଲା କୋଠା (ପ୍ରତ୍ୟେକ ୪୦୫୦ ବର୍ଗଫୁଟ୍)। ଭୁବନେଶ୍ୱରର ପ୍ରମୁଖ ସ୍ଥାନ, ଜଗତସିଂହପୁର ସହର ଓ ସେମିଳିଗୁଡ଼ାରେ ମୋଟ ୭ଟି ଦାମୀ ପ୍ଲଟ୍। ସେମିଳିଗୁଡ଼ାରେ ଆଉ ଗୋଟିଏ ଘର (ପ୍ରାୟ ୧୨୫୦ ବର୍ଗଫୁଟ୍)।

ଏଥିସହିତ ପ୍ରାୟ ୧ କିଲୋଗ୍ରାମ (କେଜିଏ) ସୁନା ଅଳଙ୍କାର। ଘରୁ ରୂପା ହାତୀ ସମେତ ଅନେକ ରୂପା ସାମଗ୍ରୀ ମଧ୍ୟ ଜବତ ହୋଇଛି। ନଗଦ ୮ ଲକ୍ଷ ୭୦ ହଜାର ଟଙ୍କା ଏବଂ କିଛି ବିଦେଶୀ ମୁଦ୍ରା। ଗୋଟିଏ ଟାଟା ହାରିଅର୍ ୪-ଚକିଆ ଗାଡ଼ି ସହ ୩ଟି ୨-ଚକିଆ ଗାଡ଼ି ଠାବ ହୋଇଛି।

ସୂଚନାଯୋଗ୍ୟ, ଫରେଷ୍ଟର ନିରଞ୍ଜନ ଶତପଥୀ ୧୯୮୮ ମସିହା ଜାନୁଆରୀ ୨୫ ତାରିଖରେ ମାତ୍ର ୬୨୫ ଟଙ୍କା ପ୍ରାରମ୍ଭିକ ମାସିକ ଦରମାରେ କୋରାପୁଟ ବନଖଣ୍ଡରେ ଫରେଷ୍ଟ ଗାର୍ଡ ଭାବେ ସରକାରୀ ଚାକିରି ଆରମ୍ଭ କରିଥିଲେ।

ଅଭିଯୁକ୍ତଙ୍କ ସମସ୍ତ ସମ୍ପତ୍ତିର ମୂଲ୍ୟାଙ୍କନ ଭିଜିଲାନ୍ସ ବୈଷୟିକ ବିଭାଗ ଦ୍ୱାରା କରାଯାଉଛି। ଚଢ଼ାଉ ଜାରି ରହିଥିବା ଏବଂ ତଦନ୍ତ ପରେ ଅଧିକ ତଥ୍ୟ ମିଳିବ ବୋଲି ଭିଜିଲାନ୍ସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri