ପାଟ୍ରୋଲିଂ ବେଳେ ଅଘଟଣ: ଫରେଷ୍ଟରଙ୍କୁ ଶୁଣ୍ଢରେ କଚାଡ଼ି ଦେଲା ଦନ୍ତା, ଆଉ ତା’ପରେ…

ସମ୍ବଲପୁର,୬।୩(ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲା ପଡିଆବାହାଲ ବନାଞ୍ଚଳ ଅଧୀନ ଛାମୁଣ୍ଡା କୁଶାମୁରା ସଂରକ୍ଷିତ ଜଙ୍ଗଲରେ ଗୁରୁବାର ପାଟ୍ରୋଲିଂ ସମୟରେ ଏକ ଦନ୍ତାହାତୀ ଆକ୍ରମଣରେ ଫରେଷ୍ଟର ପ୍ରବୀଣ ସିଂହ ଗୁରୁତର ହୋଇଛନ୍ତି। ତାଙ୍କୁ ସାଥୀ କର୍ମଚାରୀମାନେ ଉଦ୍ଧାର କରି ସମ୍ବଲପୁର ସଦର ଡାକ୍ତରଖାନା ନେଇଥିଲେ। ପ୍ରବୀଣଙ୍କ ମୁଣ୍ଡ, ହାତ ଏବଂ ପାପୁଲିରେ ଗଭୀର ଆଘାତ ଲାଗିଛି। ଚିକିତ୍ସା ପରେ ତାଙ୍କ ଅବସ୍ଥା ସ୍ଥିର ରହିଥିବା ଡାକ୍ତର କହିଛନ୍ତି।

ଖବର ପାଇ ସମ୍ବଲପୁର ବନଖଣ୍ଡ ଅଧିକାରୀ ଗୋରେଖ ୱାମେନ କାଲୁଙ୍ଗେ, ଏସିଏଫ୍‌ ମନୋଜ ସିକ୍କା, ପଡ଼ିଆବାହାଲ ବନାଞ୍ଚଳ ଅଧିକାରୀ ସୁନୀଲ ଖିଲାରୀ ଏବଂ ଅନ୍ୟ ଅଧିକାରୀମାନେ ଡାକ୍ତରଖାନାରେ ପହଞ୍ଚି ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ।

ଗୁରୁବାର ଛାମୁଣ୍ଡା ଫରେଷ୍ଟର ପ୍ରବୀଣ ସିଂହ, ୨ ସହ କର୍ମଚାରୀ ବିକ୍ରମ ଭୋଇ ଓ ପ୍ରଫୁଲ୍ଲ ଭୋଇଙ୍କ ସହ ଛାମୁଣ୍ଡା କୁଶାମୁରା ସଂରକ୍ଷିତ ଜଙ୍ଗଲରେ ପାଟ୍ରୋଲିଂ କରୁଥିଲେ। ଏହି ସମୟରେ ଜଙ୍ଗଲର ଏକ ବୁଦା ମଧ୍ୟରୁ ଗୋଟିଏ ଦନ୍ତା ବାହାରି ଆସି ଫରେଷ୍ଟର ସିଂହଙ୍କୁ ଆକ୍ରମଣ କରିଥିଲା। ଶୁଣ୍ଢରେ ଘୋଷାରି ନେବାବେଳେ ସାଙ୍ଗରେ ଥିବା ବିକ୍ରମ ଓ ପ୍ରଫୁଲ୍ଲ ହାତୀକୁ ଘଉଡାଇ ଫରେଷ୍ଟରଙ୍କ ଜୀବନ ବଞ୍ଚାଇବା ପାଇଁ ଚେଷ୍ଟା କରିଥିଲେ। ଦନ୍ତା ଚାଲିଯିବା ପରେ ଫରେଷ୍ଟରଙ୍କୁ ଚିକିତ୍ସା ପାଇଁ ସମ୍ବଲପୁର ସଦର ଡାକ୍ତରଖାନାକୁ ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri