ଲାଞ୍ଚ ନେଉଥିଲେ ଫରେଷ୍ଟର, ମାଡ଼ି ବସିଲା ଭିଜିଲାନ୍ସ: ସ୍କାଏ ଲାଇଟ୍‌ , ଝରକାରୁ ମିଳିଲା ପୁଳାପୁଳା ଟଙ୍କା

ବଲାଙ୍ଗୀର,୬।୧( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଗୁଲୁମି ଫରେଷ୍ଟର ଅଶୋକ କୁମାର ନାଏକ ୧୨ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାବୁଡ଼ରେ ପଡ଼ିଛନ୍ତି। କୁଟୁରାକେନ ଗାଁର ବାବୁଲାଲ ଭୋଇଙ୍କ ଠାରୁ ଦୁଇଟି ରେଙ୍ଗାଲ ଗଛ କଟା ବାବଦକୁ ୧୨ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ମଙ୍ଗଳବାର ସମ୍ବଲପୁର, ବରଗଡ଼, ସୋନପୁର ଓ ବଲାଙ୍ଗୀର ଭିଜିଲାନ୍ସ ଟିମ୍‌ ଚଢାଉ କରି ତାଙ୍କୁ ଧରିଛନ୍ତି । ଫରେଷ୍ଟରଙ୍କ ଅଫିସ ଓ ଆଦର୍ଶ ପଡା ନେହେରୁ ନଗରରେ ଥିବା ବାସଭବନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ ଜାରି ରହିଥିବା ଭିଜିଲାନ୍ସ ଡିଏସପି ପୂଲସ୍ତି ଛତ୍ରିଆ ସୂଚନା ଦେଇଛନ୍ତି। ଅଫିସକୁ ଲାଗିରହିଥିବା ଫରେଷ୍ଟରଙ୍କ ଘରେ ଚଢାଉ ବେଳେ ଖଟ ତଳେ , ସ୍କାଏ ଲାଇଟ୍‌ ଓ ଝରକାରୁ ପୁଳାପୁଳା ଟଙ୍କା ବାହାରିଥିବା ଭିଜିଲାନ୍ସ ବିଭାଗ ପକ୍ଷରୁ କୁହାଯାଇଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା ଘର: ସହାୟତା ଯୋଗାଇ ଦେବାକୁ ସରକାରଙ୍କ ନିକଟରେ ଦାବି

ପରଜଙ୍ଗ, ୭।୩ ( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ପଞ୍ଚାୟତର ଭାଲିଆତଇଲା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟି ଗ୍ରାମର ନମନ ବେହେରାଙ୍କ ୨…

ଏକୁଟିଆ ପାଇ ମହିଳାଙ୍କ ଘରେ ପଶିଥିଲେ ଏନଆରଇଜିଏ ସହାୟକ, ହଠାତ୍‌ ଚାଲିଆସିଲେ ମହିଳାଙ୍କ ସ୍ବାମୀ, ଆଉ ତା’ପରେ…

ଭବାନୀପାଟଣା, ୭। ୩(ଉତ୍ତମ କୁମାର ଦାଶ ): ଚର୍ଚ୍ଚାରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଏନଆରଇଜିଏ ସହାୟକ ବିରଞ୍ଚି ଗହୀର। ତାଙ୍କ କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

ଯୁଦ୍ଧ ମଧ୍ୟରେ ଇରାନକୁ ସାହାଯ୍ୟ କଲା ଭାରତ: ଯୁଦ୍ଧଜାହାଜକୁ…

ତେହରାନ,୭।୩: ତେହରାନର ଅନୁରୋଧରେ ଭାରତ ଏକ ଇରାନୀ ଯୁଦ୍ଧଜାହାଜକୁ ଦକ୍ଷିଣ କୋଚି ବନ୍ଦରରେ ଡକିଂ କରିବାକୁ ଅନୁମତି ଦେଇଛି ଏବଂ ଜାହାଜର ୧୮୩ ସଦସ୍ୟ ବିଶିଷ୍ଟ କର୍ମଚାରୀଙ୍କୁ…

ମା’ ସମଲେଶ୍ୱରୀଙ୍କ ପୀଠରେ ଅପବିତ୍ର କାର୍ଯ୍ୟ: ଦୀପଘର ପଛପଟେ ଜମୁଥିଲା…

ସମ୍ବଲପୁର,୭ା୩(ପ୍ରମୋଦ ବହିଦାର):ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିସର ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଅଭିଯୋଗ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ବିଶ୍ୱାସର ପ୍ରତୀକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri