ଦାନ୍ତ ପାଇଁ ବନବିଭାଗ ନୟାନ୍ତ

ବାରିପଦା ଅଫିସ, ୧ା୧: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଅଧୀନ ଜେନବିଲ ରେଞ୍ଜରେ ହାତୀ ଦାନ୍ତ ଉଦ୍ଧାର ନେଇ ବନବିଭାଗ ନୟାନ୍ତ ହୋଇପଡିଲାଣି। ରାତିଅଧିଆ ଚଢାଉ କରି ନିରାଶ ହେବା ପରେ ଉପରିସ୍ଥ ଅଧିକାରୀଙ୍କ ଆଖିରୁ ନିଦ ହଜିଯାଇଛି ା ଦିନରାତି କଳବଳ କୌଶଳ ଲଗାଇବା ପରେ ମଧ୍ୟ ଦାନ୍ତ ଜବତ ଓ ଏଥିରେ ସମ୍ପୃକ୍ତ କର୍ମଚାରୀଙ୍କୁ ଧରିବାରେ ବନବିଭାଗ ବିଫଳ ହୋଇଛି। ଏଭଳି ଘଟଣାକୁ ନେଇ ଭଞ୍ଜସେନା ପକ୍ଷରୁ ବାରମ୍ବାର ସିବିଆଇ ତଦନ୍ତ ପାଇଁ ଦାବି ହେଉଥିଲେ ମଧ୍ୟ ରାଜ୍ୟ କିମ୍ବା କେନ୍ଦ୍ର ସରକାର ଏଥିପ୍ରତି ଗୁରୁତ୍ୱ ଦେଉନାହାନ୍ତି ା ଫଳରେ ଜନଅସନ୍ତୋଷ ତେଜିବାରେ ଲାଗିଛି।
ଡିସେମ୍ବର ୭ରେ ଜେନାବିଲ ରେଞ୍ଜରୁ ଅଧିକାରୀମାନେ ଏକ ଦନ୍ତାହାତୀକୁ ଶିକାର କରି ପ୍ରମାଣ ନଷ୍ଟ ଉଦ୍ୟମରେ ୩ଜଣଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଥିଲେ। ଏହି ଘଟଣାକୁ ନେଇ ଉଚ୍ଚ ନ୍ୟାୟାଳୟ ପକ୍ଷରୁ କଡା ତାଗିଦ୍‌ ପରେ ସେମାନଙ୍କ ବିରୋଧରେ ଆଇନ ଅନୁଯାୟୀ ମାମଲା ରୁଜୁ ପରେ କୋର୍ଟଚାଲାଣ କରାଯାଇଥିଲା। ତେବେ ହାତୀ ଶିକାର କରିଥିବା ଅଧିକାରୀମାନଙ୍କଠାରୁ ଅଦ୍ୟାବଧି ମୂଲ୍ୟବାନ ଦାନ୍ତଦ୍ୱୟ ଜବତ ନ ହେବା ଘଟଣା ସମସ୍ତଙ୍କୁ ଚକିତ କରିଛି। ଭୁବନେଶ୍ୱରସ୍ଥିତ ପ୍ରମୁଖ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ(ପିସିସିଏଫ) ଏସ୍‌.କେ.ପୋପଲି ଓ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ (ସିସିଏଫ୍‌) ମନୋଜ ଭି. ନାୟାର ଦୁଇଥର ଶିମିଳିପାଳ ଗସ୍ତରେ ଆସି ଘଟଣାର ତଦନ୍ତ କରିଥିଲେ। ତେବେ ହାତୀ ଦାନ୍ତକୁ ଜବତ କରିବା ପାଇଁ ବନବିଭାଗ ୫୦ଜଣ କର୍ମଚାରୀଙ୍କୁ ନେଇ କପ୍ତିପଦା ଥାନା କଟୁରିଆ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ଘରେ ଶୁକ୍ରବାର ରାତିଅଧିଆ ଚଢାଉ କରିଥିଲା ା ସେଠାରୁ ମଧ୍ୟ ନିରାଶ ହୋଇ ଫେରିଥିଲା। ତାଙ୍କ ଘର ବାହାର ଏପରିକି ଖତଗଦାକୁ ଖୋଳିବା ପରେ ମଧ୍ୟ ହାତୀଦାନ୍ତର ସୁରାକ ପାଇପାରି ନ ଥିଲେ। ଖାଲି ହାତରେ ଫେରିବା ପରେ ବନବିଭାଗର ପାରିବାପଣିଆକୁ ନେଇ ଜିଲାରେ ବେଶ୍‌ ଚର୍ଚ୍ଚା ଲାଗିରହିଛି। ଏ ସଂକ୍ରାନ୍ତରେ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ(ଆରସିସିଏଫ) ଟି. ଅଶୋକ କୁମାର କହିଛନ୍ତି, ଘଟଣା ସମ୍ପର୍କରେ ଅବଗତ ନାହିଁ, ପଚାରି ବୁଝିବା ପରେ ଜଣାଇବେ। ତେବେ ହାତୀ ଶିକାର ପରେ ଦାନ୍ତକୁ ଅପରାଧୀମାନେ ବିଶାଳ ଅଭୟାରଣ୍ୟ ମଧ୍ୟରେ ମାଟି ଖୋଳି କିମ୍ବା ପଥର ଗୁମ୍ଫାରେ ରଖିଛନ୍ତି ନା ବାହାରକୁ ଚାଲାଣ କରିଛନ୍ତି ତାହାକୁ ନେଇ ଉଚ୍ଚସ୍ତରୀୟ ତଦନ୍ତ କରାଗଲେ ପ୍ରକୃତ ଘଟଣା ପଦାକୁ ଆସିବ ବୋଲି ପ୍ରାଣୀପ୍ରେମୀମାନେ କହିିଛନ୍ତି ା ସେହିପରି ମହାବଳ ବାଘ ଚମଡା ବିକ୍ରିିରେ ସାମିଲ ଥିବା ୩ଜଣ ଅପରାଧୀଙ୍କୁ କ୍ରାଇମବ୍ରାଞ୍ଚର ସ୍ବତନ୍ତ୍ର ଟାସ୍କଫୋର୍ସ ଗିରଫ କରି କୋର୍ଟଚାଲାଣ କରିଛି। ଉକ୍ତ ଚମଡା ଶିମିଳିପାଳର ବୋଲି ଜଣାପଡିବା ପରେ ଏହାର ତଦନ୍ତ ପ୍ରକ୍ରିୟା ଚାଲୁ ରହିଛି ବୋଲି ବିଭାଗୀୟ ଅଧିକାରୀମାନେ ପ୍ରକାଶ କରୁଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?