ଦୁର୍ନୀତି ଲୁଚାଇବାକୁ ମାର୍ଚ୍ଚରେ ବନୀକରଣ

ଲୋଇସିଂହା,୩୧ା୩(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ବନ ରେଞ୍ଜ ସାଲେଭଟା ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲ ଗ୍ରାମରେ କାମ୍ପା ଯୋଜନାରେ ହୋଇଥିବା ବନୀକରଣରେ ଦୁର୍ନୀତି ହୋଇଛି। ବଲାଙ୍ଗୀର ବନଖଣ୍ଡ ଅଧିକାରୀଙ୍କ ନିକଟରେ ଶନିିବାର ଏହିଭଳି ଅଭିଯୋଗ କରିଛି ବଙ୍ଗାବାହାଲ ବନ ସୁରକ୍ଷା ସମିତି। ଦୁର୍ନୀତିକୁ ଘଣ୍ଟ ଘୋଡାଇବା ଉଦ୍ଦେଶ୍ୟରେ ମାର୍ଚ୍ଚ ମାସରେ ନିର୍ଧୁମ ଖରାରେ ବନୀକରଣ ଓ ପ୍ରକଳ୍ପ କାମର ମରାମତି କରାଯାଉଛି ବୋଲି ଅଭିଯୋଗ ପତ୍ରରେ ଉଲ୍ଲେଖ କରାଯାଇଛି।
ଅଭିଯୋଗ ଅନୁସାରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ କାମ୍ପା ଯୋଜନାରେ ୧୦ହେକ୍ଟର ବନୀକରଣ ପାଇଁ ଯୋଜନା ରହିଥିଲା। ଏଥରେ ୧୬ ହଜାର ଚାରା ଲଗାଯାଇଥାନ୍ତା। ହେଲେ ପ୍ରାୟ ୧୧ହଜାର ଚାରା ଲଗାଯାଇ ଅବଶିଷ୍ଟ ଚାରା ନଷ୍ଟ କରାଯାଇଥିବା ଅଭିଯୋଗ ହୋଇଛି ା ପୁନଶ୍ଚ ୨କିମି ଚାରା ବନୀକରଣ କରିବାକୁ ଥିବା ବେଳେ ୮ ଶହରୁ ୯ ଶହ ମିଟରରେ ଏହାକୁ ସୀମିତ ରଖାଯାଇଛି। ଏହି ପ୍ରକଳ୍ପରେ ବନୀକରଣ ଚାରାର ସୁରକ୍ଷା ପାଇଁ ନିର୍ମାଣ ହୋଇଥିବା ସିମେଣ୍ଟ ଖମ୍ବ ଓ ତାରଜାଲି ନିର୍ଦ୍ଧାରିତ ଅନୁଯାୟୀ କରାଯାଇନାହିଁ। ଏପରିକି ବନୀକରଣ ପରେ ଚାରାରେ ପାଣି ଦିଆଯାଉନାହିଁ। ଶ୍ରମିକ ଆଶ୍ରୟସ୍ଥଳୀ ନିର୍ମାଣ ନ କରି ଟଙ୍କା ଉଠାଣ କରାଯାଇଛି। କେବଳ ଏହି ପ୍ରକଳ୍ପ ନୁହେଁ, ଅଞ୍ଚଳର ହୋଇଥିବା ଅନ୍ୟାନ୍ୟ କେତେକ ପ୍ରକଳ୍ପରେ ମଧ୍ୟ ଏହି ପ୍ରକାରର ଅନିୟମିତତା କରାଯାଇଥିବା ଅଭିଯୋଗ ପତ୍ରରେ ଦର୍ଶାଯାଇଛି।
ସେହିପରି ୨୦୨୧-୨୨ ବର୍ଷରେ କେତେକ ପ୍ରକଳ୍ପରେ ପଥର ବ୍ୟବହାର ହୋଇଛି। ବଙ୍ଗାବାହାଲ ଗ୍ରାମ୍ୟ ସୁରକ୍ଷା ସମିତିର ବିରୋଧ ସତ୍ତ୍ୱେ ସଂରକ୍ଷିତ ଘୋଡାଖାଇ ଜଙ୍ଗଲରୁ ଏହି ପଥର ସବୁ ଅଣାଯାଇଛି ା ଆମ ଜଙ୍ଗଲ ଯୋଜନାରୁ ଆସିଥିବା ୧ଲକ୍ଷ ପ୍ରୋତ୍ସାହନ ରାଶି ବଙ୍ଗାବାହାଲ ଗ୍ରାମ୍ୟ ସୁରକ୍ଷା ସମିତିକୁ ପ୍ରଦାନ କରାଯାଇ ନ ଥିବା ଅଭିଯୋଗରେ ଦର୍ଶାଯାଇଛି। ଉଦ୍ଦେଶ୍ୟମୂଳକ ଭାବେ ଗ୍ରାମ୍ୟ ସୁରକ୍ଷା ସମିତିର ଉତ୍କର୍ଷ କାର୍ଯ୍ୟ ସହଯୋଗକୁ ମଧ୍ୟ ବନ୍ଦ କରି ଦିଆଯାଇଛି। ଚକ୍ରାନ୍ତ କରି ଜଙ୍ଗଲ ସୁରକ୍ଷା ସମିତି ଗୃହକୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିବା ନେଇ ଗୁରୁତର ଅଭିଯୋଗ ଆଣିଛି ସଙ୍ଗଠନ। ଅଭିଯୋଗ ପରେ ବନଖଣ୍ଡ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ବନ ବିଭାଗର ଏକ ୪ଜଣିଆ ଟିମ୍‌ ସାଲେଭଟା ରେଞ୍ଜ ଅଫିସ ଆସି ଘଟଣା ସଂକ୍ରାନ୍ତରେ ବନ ସୁରକ୍ଷା ସମିତି ସହ ଆଲୋଚନା କରିଛି। ଅଭିଯୋଗର ସତ୍ୟତା ଜଣାପଡିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବନଖଣ୍ଡ ଅଧିକାରୀ ନୀତିଶ କୁମାର କହିଥିବା ବନ ସୁରକ୍ଷା ସମିତିର ଯୋଗେଶ୍ୱର କଲତା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri