ଦୁର୍ଘଟଣାଗସ୍ତ ପିକଅପ ଭ୍ୟାନରୁ କାଠ ଜବତ: ଚାଳକ ଫେରାର

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଡେଙ୍ଗା ଓସ୍ତା – ପଳାସପୁର ମୁଖ୍ୟରାସ୍ତାର ନୂଆଗଡ ଗ୍ରାମ ନିକଟରେ ଦୁର୍ଘଟଣାଗସ୍ତ ନମ୍ବର ବିହୀନ ପିକଅପ ଭ୍ୟାନରୁ ପାଟପୁର ବନବିଭାଗ କର୍ମଚାରୀ ୩୦ ଘନଫୁଟ ଶାଗୁଆନ କାଠ ଜବତ କରିଛନ୍ତି। ଭ୍ୟାନ ଚାଳକ ଫେରାର ଥିବା ଜଣାପଡିଛି। ଚୋରା ଚାଲାଣ ବେଳେ ବୁଧବାର ସକାଳେ କାଠ ବୋଝେଇ ଭ୍ୟାନଟି ଦୁର୍ଘଟଣାଗସ୍ତ ହୋଇଥିଲା।
ଖବରପାଇ ପାଟପୁର ବନବିଭାଗ ସେକ୍ସନ ବନପାଳ ପ୍ରମୋଦ କୁମାର ନାୟକ,ମନୋରଞ୍ଜନ ଗୌଡ଼, ମନୋଜ ସେଠୀ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। ସେଠାରେ ରକ୍ତ ଛିଟା ପଡ଼ିଥିବାରୁ କାଠ ଚୋରାଚାଲାଣରେ ସମ୍ପୃକ୍ତ ବ୍ୟକ୍ତି ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ସନ୍ଦେହ କରିଥିଲେ। ପରେ କାଠ ସହ ଭ୍ୟାନକୁ ଜବତ କରି ପାଟପୁର ବନବିଭାଗ ସେକ୍ସନ କାର୍ଯ୍ୟାଳୟକୁ ନେଇଥିଲେ। ପାଟପୁର ବନପାଳଙ୍କ ଏତଲା କ୍ରମେ ଦିଗପହଣ୍ଡି ବନବିଭାଗ ରେଞ୍ଜର ଦିବ୍ୟ ରଞ୍ଜନ ସାହୁ ୟୁ. ଡ଼ିି – ମାମଲା ନଂ.୧୮/୨୪-୨୫ ଅନୁଯାୟୀ ମୋକଦ୍ଦମା ରୁଜୁ କରି ତଦନ୍ତ ଚଳାଇଛନ୍ତି। ଜବତ କାଠର ଆନୁମାନିକ ବଜାର ମୂଲ୍ୟ ୫୦ ହଜାର ଟଙ୍କା ହେବ ବୋଲି ଆକଳନ କରାଯାଇଛି। ଖୁବଶୀଘ୍ର କାଠ ଚୋରା ଚାଲାଣରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ରେଞ୍ଜର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ପାରଦ ତଳ ମୁହାଁ ଯୋଗୁ ଆଭ୍ୟନ୍ତରୀଣ ଅଞ୍ଚଳରେ ତୁଷାରପାତ

ଜି.ଉଦୟଗିରି, ୧୨/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ବିଗତ ଦୁଇ ସପ୍ତାହ ହେବ ହାଡ଼ଭଙ୍ଗା ଶୀତରେ ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ଶୁକ୍ରବାର...

ବଳଦକୁ ମାରି ଖାଇବା ରାଗରେ କଲରାପତରିଆକୁ ଦେଇଦେଲେ ବିଷ!

ବଣାଇ,୧୨।୧୨(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡ ଅନ୍ତର୍ଗତ ତାମରା ବନାଞ୍ଚଳର କୁସୁମଡ଼ିହି ଖେସାରା ଜଙ୍ଗଲରେ ଏକ ପ୍ରାୟ ୧୨ ବର୍ଷ ବୟସ୍କ ମାଈ କଲରାପତରିଆ ବାଘର ମୃତ୍ୟୁ...

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତର ଶୋଚନୀୟ ପରାଜୟ, ଏଥିପାଇଁ ଦୋଷୀ କିଏ? ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୧୨।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ଟି-୨୦ ଜିତି ନେତୃତ୍ୱ ନେଇଥିବା ଟିମ ଇଣ୍ଡିଆ ଦ୍ୱିତୀୟ ମ୍ୟାଚରେ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଥିଲା। ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରରେ...

ଖଡ଼ିଆଳରେ ବୃଦ୍ଧି ପାଉଛି ଚୋରି: କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ଖଡ଼ିଆଳ,୧୨।୧୨(ସୁଜିତ କୁମାର ପ୍ରଧାନ ): ନୂଆପଡା ଜିଲା ଖଡ଼ିଆଳ ସହରରେ ଦିନକୁ ଦିନ ଚୋରି ଘଟଣା ବୃଦ୍ଧି ପାଉଛି । କିନ୍ତୁ ଏ ପର୍ଯ୍ୟନ୍ତ କୌଣସି...

ଥାନା ଘେରିଲେ ଗ୍ରାମବାସୀ, ଜବରଦଖଲ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଅମରପାଲି,୧୨।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ମେଣ୍ଡମାଳ ଗ୍ରାମବାସୀ ଥାନା ଘେରିଛନ୍ତି। ଗ୍ରାମର କେତେଜଣ ବ୍ୟକ୍ତିଙ୍କ ନାମରେ ପଡୋଶୀ ଗ୍ରାମର ଜଣେ ବ୍ୟକ୍ତି...

ଥାନାରେ କୀଟନାଶକ ଔଷଧ ଖାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ସ୍ବାମୀଙ୍କ ଅନ୍ୟତ୍ର ବିବାହ ପ୍ରସ୍ତୁତି ଖବର ପାଇ..

ଦେବଗଡ, ୧୨।୧୨ (ଶଶାଙ୍କ ଶେଖର ଝାଙ୍କର): ଅଭିଯୋଗ କରିବାକୁ ଆସିଥିବା ମହିଳା ଦେବଗଡ ଥାନା ଭିତରେ ବିଷ ଖାଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ପୋଲିସ...

ଶୀତରେ ଥରୁଛି ଦାରିଙ୍ଗବାଡି: ଦ୍ୱିତୀୟ ଦିନରେ ମଧ୍ୟ ତୁଷାରପାତ, ଘରୁ ବାହାରିବା ମୁସ୍କିଲ

ଦାରିଙ୍ଗବାଡି, ୧୨।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅସହ୍ୟ ଯନ୍ତ୍ରଣା ଦେଉଛି ଶୀତ । ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri