ପ୍ରତିମୂର୍ତ୍ତି ସ୍ଥାନାନ୍ତର କଥା ଭୁଲିଗଲେ କର୍ତ୍ତୃପକ୍ଷ

ଭୁବନେଶ୍ୱର,୧୬।୫ (ବ୍ୟୁରୋ): ରାଜଧାନୀରେ ସବୁଆଡ଼େ ଚାଲିଛି ସୌନ୍ଦର୍ଯ୍ୟକରଣ। କିନ୍ତୁ ରାଜଧାନୀର ପ୍ରମୁଖ ସ୍ଥାନ ମାଷ୍ଟରକ୍ୟାଣ୍ଟିନ୍‌ ଛକ ସ୍ଥିତ ୨ ବିଶିଷ୍ଟ ବ୍ୟକ୍ତିଙ୍କ ପ୍ରତିର୍ମୂିସ୍ଥଳ ଅବହେଳିତ ହୋଇ ପଡ଼ିଛି। ଏହି ସ୍ଥାନରେ ରାଜନେତା ଲୋକନାୟକ ଜୟପ୍ରକାଶ ନାରାୟଣ ପାର୍କ ଓ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁ ପାର୍କ ସ୍ଥାପନ ହୋଇଥିଲା। ପାର୍କର ସୌନ୍ଦର୍ଯ୍ୟକରଣ ପାଇଁ ଆବଶ୍ୟକୀୟ ସରଞ୍ଜାମ ସହିତ ଏଠାରେ ଦୁଇ ବିଶିଷ୍ଟ ବ୍ୟକ୍ତିଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଥିଲା। ମାତ୍ର ଏବେ ଏହି ସ୍ଥାନ ଅନାବନା ଗଛର ଜଙ୍ଗଲ ଭାବେ ପରିଣତ ହୋଇଛି। ମାଷ୍ଟରକ୍ୟାଣ୍ଟିନରେ ହେବାକୁ ଥିବା ବହୁ ପ୍ରତୀକ୍ଷିତ ମଲ୍ଟିମୋଡ଼ାଲ ହବ୍‌ ପ୍ରକଳ୍ପ ଅଧିନରେ ସ୍ଥାନୀୟ ଅଞ୍ଚଳରୁ ପାର୍କକୁ ଉଚ୍ଛେଦ କରାଯାଇଛି। ଏହି କ୍ରମରେ ଉଭୟ ପାର୍କରେ ଲାଗିଥିବା ଗଛଗୁଡ଼ିକ ସ୍ଥାନାନ୍ତରିତ କରାଯାଇଛି। ସହରର ବିଭିନ୍ନ ପାର୍କରେ ଗଛ ଓ ଅନ୍ୟାନ୍ୟ ସୌନ୍ଦର୍ଯ୍ୟକରଣ ଜିନିଷ ସ୍ଥାପନ କରାଯାଇ ଥିବାବେଳେ ଉଭୟଙ୍କ ପ୍ରତିମୂର୍ତ୍ତି ସ୍ଥାନାନ୍ତରଣ ପାଇଁ ସ୍ଥାନ ଚିହ୍ନଟ କରାଯାଇ ପାରିନାହିଁ। ଫଳରେ ଉଚ୍ଛେଦକୁ ୨ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ଉଭୟଙ୍କ ପ୍ରତିମୂର୍ତ୍ତି ଏକପ୍ରକାର ଅଣଦେଖା ହୋଇ ପଡି ରହିଛି। ପ୍ରତିମୂର୍ତ୍ତି ଓ ଏହାର ଚାରିପାଖ ସଫା ହେଉନାହିଁ। ଆବର୍ଜନାରେ ଭର୍ତ୍ତି ହୋଇ ରହିଛି। ନିକଟରେ ଥିବା ଐତିହ୍ୟ ଘୋଡ଼ାର ମରାମତି କରାଯାଇଥିଲେ ମଧ୍ୟ ୨ବିଶିଷ୍ଟ ବ୍ୟକ୍ତିଙ୍କ ପ୍ରତିମୂର୍ତ୍ତି ସ୍ଥଳ ପ୍ରଶାସନର ଦୃଷ୍ଟିକୁ ଆସୁନାହିଁ। ନିକଟରେ ରେଳଷ୍ଟେସନ ଥିବାରୁ ପ୍ରତିଦିନ ଏଠାକୁ ଯାତାୟାତ କରୁଥିବା ଯାତ୍ରୀଙ୍କ ନଜର ଏହି ବରପୁତ୍ରଙ୍କ ଉପରେ ପଡ଼ୁଛି। ମାତ୍ର ଏହାର ରକ୍ଷଣାବେକ୍ଷଣ ବାବଦରେ ବିଭାଗୀୟ କତ୍ତର୍ର୍ୃପକ୍ଷ ପଦକ୍ଷେପ ନ ନେବା ସ୍ଥାନୀୟ ଲୋକଙ୍କୁ ଆଶ୍ଚର୍ଯ୍ୟ କରିଛି। ଗୋଟିଏ ପଟରେ ସହରର ସୌନ୍ଦର୍ଯ୍ୟକରଣ ବାବଦରେ କୋଟି କୋଟି ଟଙ୍କା ବ୍ୟୟ ହେଉଥିବା ବେଳେ ଜନଗହଳିପୂର୍ଣ୍ଣ ରାସ୍ତାରେ ଥିବା ପ୍ରତିମୂର୍ତ୍ତିଙ୍କ ଏପରି ଅବ୍ୟବସ୍ଥା ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri