ନେଟଓ୍ବର୍କ ନ ଆସିଲେ ଭୋଟ କଥା ଭୁଲିଯାଅ

ଦେବଗଡ଼,୧୮।୧(ଡି.ଏନ.ଏ.): ନେଟୱାର୍କ ସମସ୍ୟା ନେଇ ତିଲେଇବଣୀ ବ୍ଲକର ୬ଟି ପଞ୍ଚାୟତବାସୀ ଦୀର୍ଘଦିନ ଧରି ଅସନ୍ତୋଷ ଅଛନ୍ତି। ଏହି ସମସ୍ୟାର ସମାଧାନ ପାଇଁ ଜିଲା ପ୍ରଶାସନଠାରୁ ଆରମ୍ଭ କରି ରାଜନେତାଙ୍କୁ ଗୁହାରୀ କରିଥିଲେ ମଧ୍ୟ କୌଣସି ସମାଧାନ ହୋଇନାହିଁ। ଫଳରେ ଅଞ୍ଚଳବାସୀ ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ବର୍ଜନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।

ମାଓବାଦୀ ଅଞ୍ଚଳ ଭାବେ ପରିଚିତ ତିଲେଇବଣୀ ବ୍ଲକର ଆଦିବାସୀ ଅଧ୍ୟୁଷିତ ତଥା ଅନୁନ୍ନତ ଝରାଗୋଗୁଆ, ଗଣ୍ଡମ, ଡିମିରିକୁଦା, ପାରପୋଷି, ଝାରମୁଣ୍ଡା ଓ ଲଇମୁରା ପଞ୍ଚାୟତ ଅଞ୍ଚଳରେ ମୋବାଇଲ ନେଟୱାର୍କ ଟାୱାର ସ୍ଥାପନ ପାଇଁ ବାରମ୍ବାର ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ, ସମ୍ବଲପୁର ଏମ୍‌ପି ନିତେଶ ଗଙ୍ଗଦେବ ଓ ଜିଲାପାଳଙ୍କ ନିକଟରେ ଦାବି କରିଥିଲେ। ସେମାନଙ୍କୁ କେବଳ ପ୍ରତିଶ୍ରୁତି ଛଡା ଆଉ କିଛି ମିଳୁନାହିଁ। ଫଳରେ ଅଞ୍ଚଳବାସୀ ନିରାଶ ହୋଇପଡିଛନ୍ତି। ଏ ନେଇ ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ଏ ସମସ୍ୟା ସମାଧାନ କରା ନ ଗଲେ ଅଞ୍ଚଳବାସୀ ପଞ୍ଚାୟତ ନିର୍ବାଚନ ବର୍ଜନ କରିବାକୁ ଜିଲାପାଳ, ଏମ୍‌ପି ଓ ବିଧାୟକଙ୍କୁ ଲିଖିତ ଚେତାବନୀ ଦେଇଥିଲେ। ମାତ୍ର ସେମାନଙ୍କ ଦାବି ପୂରଣ ନ ହେବାରୁ ଝରାଗୋଗୁଆ, ଗଣ୍ଡମ, ଡିମିରିକୁଦା ଓ ପାରପୋଷି ପଞ୍ଚାୟତର ଜନସାଧାରଣ ଝରାଗୋଗୁଆ ବଜାର ପ୍ରାଙ୍ଗଣରେ ଏକତ୍ରିତ ହୋଇ ପୂର୍ବ ଘୋଷଣା ଅନୁଯାୟୀ ଭୋଟ ବର୍ଜନ କରିବାକୁ ନିଷ୍ପତି ନେଇଥିଲେ। ସୋମବାର ଠାରୁ ଆରମ୍ଭ ହେବାକୁ ଥିବା ମନୋନୟନପତ୍ର ଦାଖଲ ପ୍ରକ୍ରିୟାରୁ ବିରତ ରହିବାକୁ ନିଷ୍ପତି ନେଇଥିଲେ। ଏଥିସହ ଗ୍ରାମବାସୀଙ୍କ ବୈଠକ ନିଷ୍ପତିକୁ ଅମାନ୍ୟ କରି କୌଣସି ବ୍ୟକ୍ତି ନାମାଙ୍କନ ଦାଖଲ କଲେ ତାଙ୍କୁ ପଞ୍ଚାୟତ ବିରୋଧି ବିବେଚନା କରାଯିବ ବୋଲି ଡାକବାଜି ଯନ୍ତ୍ର ସାହାଯ୍ୟରେ ପ୍ରଚାର କରାଯାଇଛି। ଫଳରେ ତିଲେଇବଣୀ ବ୍ଲକର ଉପରୋକ୍ତ ପଞ୍ଚାୟତଗୁଡିକରେ ନିର୍ବାଚନ ନେଇ ଆଶଙ୍କା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri