ଜେଲ ସଂସ୍କାର ପାଇଁ କମିଟି ଗଠନ କର: ହାଇକୋର୍ଟ

କଟକ ଅଫିସ,୨୪ା୧୨: ଜେଲରେ ସଂଖ୍ୟାଧିକ କଏଦୀଙ୍କ ଭିଡ଼ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଥିଲା। ଜେଲ ସଂସ୍କାର ପାଇଁ ଏକ ରାଜ୍ୟସ୍ତରୀୟ କମିଟି ଗଠନ କର। ସେଥିରେ ରାଜ୍ୟ ଗୃହ ସଚିବ, ଆଇନ ସଚିବ, ଡିଜିପି, ଜେଲ ଡିଜି, ସ୍ବାସ୍ଥ୍ୟ ଓ ମହିଳା, ଶିଶୁ ବିକାଶ ବିଭାଗର ପ୍ରତିନିଧି, ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣର ସଦସ୍ୟ ସଚିବ ରହିବେ। ଏହି କମିଟିର ପ୍ରଥମ ବୈଠକ ଆସନ୍ତା ୧୦ ତାରିଖରେ ବସିବ। ପରେ ପ୍ରତି ୧୫ ଦିନରେ ଥରେ ବୈଠକ କରାଯିବାକୁ ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ଜଷ୍ଟିସ ଏ.କେ. ମହାପାତ୍ରଙ୍କ ମିଳିତ ଖଣ୍ଡପୀଠ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀ କୃଷ୍ଣପ୍ରସାଦ ସାହୁଙ୍କ ପକ୍ଷରୁ ଆଗତ ଏହି ମାମଲାର ଶୁଣାଣିବେଳେ ଆମିକସକ୍ୟୁରୀ ଗୌତମ ମିଶ୍ର, ଆଡ୍‌ଭୋକେଟ ଜେନେରାଲ ଅଶୋକ ପରିଜା ଓ ଅତିରିକ୍ତ ସରକାରୀ ଓକିଲ ଏମ୍‌. ଏସ୍‌. ସାହୁ ଉପସ୍ଥିତ ଥିଲେ। ମାର୍ଚ୍ଚ ୮ରେ ପରବର୍ତ୍ତୀ ଶୁଣାଣି ହେବ।
ମାମଲାର ବିବରଣୀରୁ ପ୍ରକାଶ, ରାଜ୍ୟର ବିଭିନ୍ନ ଜେଲରେ କ୍ଷମତାଠାରୁ ଅଧିକ କଏଦୀ ରହୁଛନ୍ତି। ଏନେଇ ଆବେଦନକାରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏ ସମ୍ପର୍କରେ ଜେଲ ବିଭାଗ ପକ୍ଷରୁ ସତ୍ୟପାଠ ଦାଖଲ କରାଯାଇଥିଲା। ଏଥିରେ ଉଲ୍ଲେଖ ରହିଥିଲା, ରାଜ୍ୟର ସମସ୍ତ ଜେଲରେ କଏଦୀ ରହିବାର କ୍ଷମତା ୧୯, ୮୫୫ ଥିବାବେଳେ ରହୁଛନ୍ତି ୨୧, ୭୬୭ ଜଣ କଏଦୀ। ଜେଲ ଡିଜିଙ୍କୁ ଆସନ୍ତା ଶୁଣାଣି ସୁଦ୍ଧା ଜେଲରେ ଭିଡ଼ କମାଇବା ନିମନ୍ତେ କ’ଣ ପଦକ୍ଷେପ ନିଆଯାଇଛି, ସେନେଇ ଏକ ସତ୍ୟପାଠ ଦାଖଲ କରିବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଫଳରେ ଜେଲ ଡିଜି ଗତ ଡିସେମ୍ବର ୧୭ରେ ଏ ସମ୍ପର୍କିତ ଏକ ସତ୍ୟପାଠ ଦାଖଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri