‘ସେପ୍ଟେମ୍ବର ୨୦ ସୁଦ୍ଧା କ୍ୟାମ୍ପସ କମିଟି ଗଠନ କର’

ଭୁବନେଶ୍ୱର,୨୬ା୮(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜୁ ଛାତ୍ର ଜନତା ଦଳର ନୂତନ କର୍ମକର୍ତ୍ତା ଚୟନ କରାଯାଇଛି ା ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଅଧ୍ୟକ୍ଷତାରେ ଗୁରୁବାର ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ରାଜ୍ୟ କର୍ମକର୍ତ୍ତା ଓ ଜିଲା ସଭାପତି ,ଜୋନ ସଭାପତିଙ୍କ ସହ ଭର୍ଚୁଆଲ ପ୍ଲାଟଫର୍ମ ମାଧ୍ୟମରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକକୁ ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ (ଯୁବ-ଛାତ୍ର ବ୍ୟାପାର) ପ୍ରଣବ ବଳବନ୍ତରାୟ ଏବଂ ବିଜୁ ଛାତ୍ର ଜନତା ଦଳର ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ପରିଚାଳନା କରିଥିଲେ। ଛାତ୍ର ବିଜେଡିର ନୂତନ କର୍ମକର୍ତ୍ତାମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଆଗାମୀ ଦିନରେ ମୁଖ୍ୟମନ୍ତ୍ରୀଙ୍କ ଜନ କଲ୍ୟାଣକାରୀ ଯୋଜନାକୁ ତ୍ୱରାନ୍ବିତ କରିବା ସହିତ ତୃଣମୂଳ ସ୍ତରରେ ଛାତ୍ର ସଙ୍ଗଠନକୁ କିପରି ଅଧିକ ସୁସଂଗଠିତ କରାଯାଇପାରିବ ସେ ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଏହି ବୈଠକରେ ସମସ୍ତ ରାଜ୍ୟ କର୍ମକର୍ତ୍ତାମାନଙ୍କୁ କଲେଜ କ୍ୟାମ୍ପସ କମିଟି ଗଠନ ସମ୍ବନ୍ଧୀୟ ଖସଡ଼ା ବିଷୟରେ ଅବଗତ କରାଯାଇଥିଲା ଏବଂ ସେପ୍ଟେମ୍ବର ୨୦ ସୁଦ୍ଧା କ୍ୟାମ୍ପସ କମିଟି ଗଠନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ସମସ୍ତ ଛାତ୍ର ବିଜେଡି କର୍ମକର୍ତ୍ତାଙ୍କୁ ଜୀବନବିନ୍ଦୁ କାର୍ଯ୍ୟକ୍ରମକୁ ବ୍ୟାପକ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ତୃଣମୂଳସ୍ତରରୁ ଛାତ୍ର ସଂଗଠନକୁ କ୍ରିୟାଶୀଳ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସଶକ୍ତ ଓଡ଼ିଶା ଗଠନ ଆହ୍ବାନକୁ ସଫଳ କରିବା ଦିଗରେ ଛାତ୍ର ସମାଜ କାର୍ଯ୍ୟ କରିବାକୁ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri