ଗୁଜରାଟର ପୂର୍ବତନ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଫୁଲ୍ଲ କୁମାର ଦାସଙ୍କ ପରଲୋକ

ଭୁବନେଶ୍ୱର,୮।୧ (ବ୍ୟୁରୋ): ୧୯୬୫ ବ୍ୟାଚ୍‌ର ଆଏଏସ୍‌ ଅଫିସର ତଥା ଗୁଜରାଟର ପୂର୍ବତନ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ପ୍ରଫୁଲ୍ଲ କୁମାର ଦାସଙ୍କ ଶୁକ୍ରବାର ଗାନ୍ଧୀନଗରସ୍ଥିତ ବାସଭବନରେ ପରଲୋକ ଘଟିଛି। ତାଙ୍କୁ ୮୨ବର୍ଷ ବୟସ ହୋଇଥିଲା। ଡ. ଦାସ ୧୯୪୧ମସିହା ଜୁନ୍‌ ୧୧ରେ ସୁନ୍ଦରଗଡ଼ ସହରରେ ଜନ୍ମଗ୍ରହଣକରିଥିଲେ। ସେ ସୁନ୍ଦରଗଡ଼ ଜିଲାର ପ୍ରଥମ ଆଇଏଏସ୍‌ ଅଫିସର ଥିଲେ। ତାଙ୍କ ପିତା ହେଉଛନ୍ତି ଜଣାଶୁଣା ଚିକିତ୍ସକ ସ୍ବର୍ଗତ ଡାକ୍ତର ନିରଞ୍ଜନ ଦାସ। ମୃତ୍ୟୁ ପୂର୍ବରୁ ଡ. ଦାସ ସୁନ୍ଦରଗଡ଼ ସହର ଅନ୍ତର୍ଗତ ମହାନ୍ତିପଡ଼ାସ୍ଥିତ ପୈତୃକ ଘରକୁ ଆସିବାକୁ ଚାହିଁଥିଲେ। ମାତ୍ର ତାହା ସମ୍ଭବ ହୋଇ ନ ଥିଲା। ସେ ଗୁଜରାଟର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଥିବାବେଳେ ୧୯୯୯ ମହାବାତ୍ୟା କବଳିତ ଓଡିଶାକୁ ଗୁଜରାଟ ସରକାରଙ୍କ ପକ୍ଷରୁ ପର୍ଯ୍ୟାପ୍ତ ରିଲିଫ ଓ ଅନ୍ୟାନ୍ୟ ସହାୟତା ବ୍ୟବସ୍ଥା କରିଥିଲେ। ଏଥିସହ ସେ ୨୦୦୫-୦୬ ପର୍ଯ୍ୟନ୍ତ ଗୁଜରାଟର ପ୍ରଥମ ମୁଖ୍ୟ ସୂଚନା ଆୟୁକ୍ତ ଭାବେ କାର୍ଯ୍ୟ କରିଥିଲେ। ଡ. ଦାସଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡ. ପ୍ରମୋଦ କୁମାର ମିଶ୍ର ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ ଦାସ ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀ ଭାବେ ବିଭିନ୍ନ ପଦପଦବୀ ଓ କ୍ଷେତ୍ରରେ କାର୍ଯ୍ୟ କରିଛନ୍ତି। ସଂସ୍ଥାଗତ ପାଣ୍ଠି ଯୋଗାଣ ଏବଂ ଶକ୍ତି କ୍ଷେତ୍ରରେ ତାଙ୍କର ସବିଶେଷ ଯୋଗଦାନ ରହିଥିଲା। ଗୁଜରାଟ ଇଲେକ୍ଟ୍ରିସିଟି ବୋର୍ଡ (ଜିଇବି)ରେ ତାଙ୍କ ସହ କାର୍ଯ୍ୟ କରିବାର ସମୟକୁ ଡ. ମିଶ୍ର ସ୍ମରଣ କରିବା ସହ ଦାସଙ୍କ ପରଲୋକ ତାଙ୍କ ପାଇଁ ବ୍ୟକ୍ତିଗତ ବଡ଼ କ୍ଷତି ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଗତ ଦୁଇବର୍ଷ ତଳେ ଡ. ଦାସଙ୍କ ସ୍ତ୍ରୀ ବିନ୍ଦୁଦେବୀଙ୍କ ପରଲୋକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri