ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ ବିରୋଧରେ ଚାଲିଥିବା ଏକ ମାମଲାର ବିଚାର କରି ତାଙ୍କୁ ୩ବର୍ଷ କାରାଦଣ୍ଡ ଏବଂ ୨୦ହଜାର ଟଙ୍କା ଜୋରିମାନାରେ ଦଣ୍ଡିତ କରିଛନ୍ତି । ଏନେଇ ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି  । ଦଣ୍ଡସେନା ବର୍ତ୍ତମାନ ରାଜଗାଙ୍ଗପୁର ପୌରପାଳିକାର ନିର୍ବାହୀ ଅଧିକାରୀ ଅଛନ୍ତି ।

 

Dharitri – Odisha’s No.1 Odia Daily

Share