Posted inଜାତୀୟ

ସ୍ୱେଚ୍ଛାକୃତ ଅବସର ନେଲେ ଏମ୍ସର ପୂର୍ବତନ ନିର୍ଦ୍ଦେଶକ ରଣଦୀପ ଗୁଲେରିଆ, ବାକିଥିଲା ଆହୁରି ୫ ମାସ

ନୂଆଦିଲ୍ଲୀ,୧୩ ।୧୧: ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନସେସ(ଏମ୍ସ), ଦିଲ୍ଲୀର ପୂର୍ବତନ ନିର୍ଦ୍ଦେଶକ ଡାକ୍ତର ରଣଦୀପ ଗୁଲେରିଆ ୫ ମାସ ପୂର୍ବରୁ ସ୍ୱେଚ୍ଛାକୃତ ଅବସର(ଭିଆରଏସ) ନେଇଛନ୍ତି । ସେ ପ୍ରାୟ ୩୦ ବର୍ଷଧରି ଏମ୍ସରେ ସେବା ଯୋଗାଇ ଆସିଥିଲେ ।
ଏଥର ତାଙ୍କୁ ନିର୍ଦ୍ଦେଶକ ଭାବେ କାମ କରିବାର ସୁଯୋଗ ମିଳିଥିଲା । ଦୁଇଥର ତାଙ୍କର କାର୍ଯ୍ୟକାଳକୁ ବଢାଇ ଦିଆଯାଇଥିଲା । ପଦରୁ ହଟିବା ପରେ ସେ ଭିଆରଏସ ପାଇଁ ଆବେଦନ କରିଥିଲେ । ଏବେ ତାଙ୍କର ଆବେଦନକୁ ମଞ୍ଜୁର କରାଯାଇଛି । ଡାକ୍ତର ଗୁଲେରିଆ ଆସନ୍ତା ବର୍ଷ ଏପ୍ରିଲରେ ଅବସର ନେଇଥାଆନ୍ତେ ।
ସୂଚନାଯୋଗ୍ୟ, କରୋନା ମହାମାରୀ ସମୟରେ ଡାକ୍ତର ଗୁଲେରିଆ ସରକାରଙ୍କ ସହ ମିଶି ସଚେତନତା ଅଭିଯାନ ଚଲାଇଥିଲେ । ଗୁଲେରିଆ ଏମ୍ସରେ ୧୯୯୨ରେ ଚିକିତ୍ସା ବିଭାଗରେ ସହାୟକ ପ୍ରଫେସର ଭାବେ କାମ କରିଥିଲେ । ୨୦୧୧ରେ ସେ ପଲ୍ମନରୀ, କ୍ରଟିକାଲ କ୍ରେୟାର ଓ ସ୍ଲିପ ଚିକିତ୍ସା ବିଭାଗ ଗଠନ କରିଥିଲେ ।
୨୮ ମାର୍ଚ୍ଚ, ୨୦୧୭ରେ ପାଞ୍ଚ ବର୍ଷ କାର୍ଯ୍ୟକାଳ ପାଇଁ ଏମ୍ସର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ ସେ ବିଭାଗୀୟ ମୁଖ୍ୟ ଭାବେ କାମ କରିଥିଲେ । ମାର୍ଚ୍ଚ ୨୪ରେ ତାଙ୍କର କାର୍ଯ୍ୟକାଳ ଶେଷ ହେଉଥିବା ବେଳେ ଏହାକୁ ୩ ମାସ ବୃଦ୍ଧି କରାଯାଇଥିଲା । ଏହା ଶେଷ ହେବା ପରେ ତାଙ୍କୁ ଆଉ ୩ ମାସ ପାଇଁ ସେବା ବୃଦ୍ଧି କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?