ପରଲୋକରେ ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆ

ଭୁବନେଶ୍ୱର,୧୭ା୧୧(ବ୍ୟୁରୋ): ଭାରତର ପୂର୍ବତନ ରାଷ୍ଟ୍ରଦୂତ ତଥା ବିଶିଷ୍ଟ କୂଟନୀତିଜ୍ଞ ଅବସର ବେଉରିଆଙ୍କ ଦେହାନ୍ତ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ବୁଧବାର ବିଳମ୍ବିତ ରାତିରେ ତାଙ୍କର ପରଲୋକ ଘଟିଥିବା ଜଣାପଡ଼ିଛି। ମୃତ୍ୟୁବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା।

ବୁଧବାର ରାତିରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାକୁ ତାଙ୍କୁ ତୁରନ୍ତ ହସ୍ପିଟାଲ ନିଆଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିଲା।