ଭାଜପାରେ ମିଶିଲେ ଅତାବିରା ପୂର୍ବତନ ବିଧାୟକ ନିହାର ମହାନନ୍ଦ

ବରଗଡ଼/ଭୁବନେଶ୍ୱର,୨୫ା୨(ପ୍ରେମାନନ୍ଦ ଖମାରୀ): ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ବରଗଡ କଂଗ୍ରେସ ସଭାପତି ତଥା ଅତାବିରାର ପୂର୍ବତନ ବିଧାୟକ ନିହାର ମହାନନ୍ଦ। ରବିବାର ନିଜର ଶତାଧିକ ସମର୍ଥକଙ୍କ ସହ ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଗେରୁଆ ଦଳରେ ସାମିଲ ହୋଇଛନ୍ତି। ଏହି ସମୟରେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଉପସ୍ଥିତ ଥିଲେ।

ପୂର୍ବରୁ ନିହାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଏ ନେଇ ସେ ତାଙ୍କ ଇସ୍ତଫା ପତ୍ର ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ ପ୍ରମୁଖଙ୍କ ନିକଟକୁ ପଠାଇଥିଲେ।

ପ୍ରକାଶଥାଉକି, କଂଗ୍ରେସ ନିହାରଙ୍କୁ ଜିଲା ସଭାପତି ପଦବୀରୁ ହଟାଇ ସେହି ସ୍ଥାନରେ ହରଦୀପ ସିଂଙ୍କୁ ନୂତନ ଜିଲା ସଭାପତିଭାବେ ଅବସ୍ଥାପିତ କରିଥିଲା। ଏହାର ଦିନକ ପରେ ନିହାର ଦଳରୁ ଇସ୍ତଫା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri