ଭାଜପାରେ ମିଶୁମିଶୁ ନିହାରଙ୍କୁ ମିଳିଗଲା ଦଳୀୟ ଟିକେଟ

ବରଗଡ଼,୨।୩(ପ୍ରେମାନନ୍ଦ ଖମାରୀ): ଦଳକୁ ନବାଗତ ପୂର୍ବତନ ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦଙ୍କ ଉପରେ ଭାଜପା ଭରସା ରଖିଛି। ଦଳର ପୁରୁଖା ନେତା ଏବଂ ଆଶାୟୀଙ୍କୁ ବାଦ ଦେଇ ଭାଜପା ଅତାବିରା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିହାରଙ୍କୁ ଦଳୀୟ ପ୍ରାର୍ଥୀଭାବେ ଘୋଷଣା କରିଛି। କଂଗ୍ରେସ ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରି ନ ଥିବାବେଳେ ଏଥର ପୁଣି ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ ଏବଂ ଭାଜପା ପ୍ରାର୍ଥୀ ନିହାରଙ୍କ ମଧ୍ୟରେ କଡ଼ା ମୁକାବିଲା ହେବ ବୋଲି ରାଜନୈତିକ ସମୀକ୍ଷକମାନେ କହୁଛନ୍ତି।
ନିର୍ବାଚନୀ ମଇଦାନରେ ସ୍ନେହାଙ୍ଗିନୀ ଏବଂ ନିହାର ମୁହାଁମୁହିଁ ହେବା ନୂଆଁ ନୁହେଁ। ବିଧାନସଭା ନିର୍ବାଚନ ମଣ୍ଡଳୀ ପୁନର୍ଗଠନ ହେବା ପରେ ଗତ ୨୦୦୯ ସାଧାରଣ ନିର୍ବାଚନରେ କଂଗ୍ରେସରୁ ପ୍ରତିଦ୍ବନ୍ଦିତା କରି ନିହାର ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀଙ୍କୁ ପରାସ୍ତ କରିଥିଲେ। ମାତ୍ର ଏହାର ପରବର୍ତ୍ତୀ ୨ଟି ସାଧାରଣ ନିର୍ବାଚନରେ କଂଗ୍ରେସରୁ ଲଢି ନିହାର ଆଉ ବିଜୟର ସ୍ବାଦ ଚାଖି ପାରି ନ ଥିଲେ। ଅନ୍ୟପଟେ ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ସେହି ୨ ସାଧାରଣ ନିର୍ବାଚନରେ ବିଜୟୀ ହୋଇ ଆସନ୍ତା ସାଧାରଣ ର୍ନିବାଚନରେ ହ୍ୟାଟ୍ରିକ ବିଜୟ ହାସଲ ପାଇଁ ଆଶାବାଦୀ ଅଛନ୍ତି। ସେହିପରି ଦଳରେ ମିଶୁମିଶୁ ତାଙ୍କ ପ୍ରତି ଦଳୀୟ ନେତୃବୃନ୍ଦ ଆସ୍ଥା ପ୍ରକଟ କରି ଦଳୀୟ ଟିକେଟ ଦେଇଥିବା ଯୋଗୁ ଏଭଳି ସୁଯୋଗକୁ ହାତଛଡ଼ା ନ କରି ନିର୍ବାଚନୀ ମଇଦାନକୁ ଓହ୍ଲାଇ ଏହି ନିର୍ବାଚନ ମଣ୍ଡଳୀରେ ଭାଜପାର ଖାତା ଖୋଲିବା ସହିତ ବିଗତ ସାଧାରଣ ନିର୍ବାଚନରେ ପରାଜୟର ପ୍ରତିଶୋଧ ନେବା ପାଇଁ ଦଳରେ ଯୋଗଦାନ ପରଠାରୁ ପୂରାଦମରେ ଲାଗି ପଡିଥିବା ପରିଲକ୍ଷିତ ହେଉଛି।
ଏଠାରେ ଉଲ୍ଲେଖନୀୟ, ଗତ କିଛିମାସ ତଳେ ଜିଲା କଂଗ୍ରେସ ସଭାପତି ପଦରୁ ହଟାଯିବା ପରେ ନିହାର ଭାଜପାରେ ଯୋଗଦାନ କରିଥିଲେ। ସେହିଦିନଠାରୁ ସେ ଆସନ୍ତା ସାଧାରଣ ନିର୍ବାଚନରେ ଭାଜପାରୁ ଦଳୀୟ ଟିକେଟ ପାଇବେ ବୋଲି ଚର୍ଚ୍ଚା ଆରମ୍ଭ ହୋଇ ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri