ପୂର୍ବତନ ଅଷ୍ଟ୍ରେଲୀୟ କ୍ରିକେଟର୍‌ ଡିନ୍‌ ଜୋନ୍ସଙ୍କ ପରଲୋକ

ମୁମ୍ବାଇ, ୨୪।୯: ଅଷ୍ଟ୍ରେଲିଆର ପୂର୍ବତନ କିମ୍ବଦନ୍ତୀ କ୍ରିକେଟର୍‌ ତଥା ଜଣାଶୁଣା ଭାଷ୍ୟକାର ଡିନ୍‌ ଜୋନ୍ସଙ୍କ ଗୁରୁବାର ସକାଳେ ପରଲୋକ ଘଟିଛି। ନିଜ ସମୟର ଜଣେ ଷ୍ଟାଇଲିସ ବ୍ୟାଟ୍ସମ୍ୟାନ ଥିବା ଜୋନ୍ସ ହାର୍ଟ ଆଟାକ୍‌ରେ ମୃତ୍ୟୁବରଣ କରିଛନ୍ତି। ଆଇପିଏଲ୍‌-୧୩ ଲାଗି ଭାଷ୍ୟକାର ଦାୟିତ୍ୱ ତୁଲାଇବା ପାଇଁ ସେ ମୁମ୍ବାଇରେ ଅବସ୍ଥାପିତ ଥିଲେ।


ବର୍ଷୀୟ ଜୋନ୍ସ କ୍ରିକେଟ୍‌ରୁ ଅବସର ନେବାପରେ ଭାଷ୍ୟକାର ଭାବେ ବେଶ୍‌ ପରିଚୟ ସୃଷ୍ଟି କରିଥିଲେ। ଚଳିତ ଆଇପିଏଲ୍‌ରେ ଭାଷ୍ୟକାର ଦାୟିତ୍ୱ ତୁଲାଇବା ପାଇଁ ଜୋନ୍ସ ମୁମ୍ବାଇରେ ଅବସ୍ଥାପିତ ଥିଲେ। ସେ ଷ୍ଟାର୍‌ ସ୍ପୋଟର୍‌ସ ଚ୍ୟାନେଲ ଭାଷ୍ୟକାର ଟିମ୍‌ରେ ସାମିଲ ଥିଲେ। ଗୁରୁବାର ସକାଳେ ଜୋନ୍ସ ରହୁଥିବା ହୋଟେଲରେ ସାଥୀ ଭାଷ୍ୟକାର ବ୍ରେଟ୍‌ ଲି ଓ ନିଖିଳ ଚୋପ୍ରାଙ୍କ ସହ ବ୍ରେକ୍‌ ଫାଷ୍ଟ କରୁଥିଲେ। କିନ୍ତୁ ହଠାତ୍‌ ସେ ହାର୍ଟ ଆଟାକ୍‌ର ସମ୍ମୁଖୀନ ହୋଇଥିଲେ। ଏହି ସମୟରେ ବ୍ରେଟ୍‌ ଲି ତାଙ୍କୁ ସିପିଆର୍‌ ଦେବାକୁ ଚେଷ୍ଟା କରିଥିଲେ ମଧ୍ୟ ତାହା ବୃଥା ଯାଇଥିଲା।
୧୯୮୪ରୁ ୧୯୯୪ ମଧ୍ୟରେ ଅଷ୍ଟ୍ରେଲିଆ କ୍ରିକେଟ୍‌ ଦଳର ଜଣେ ପ୍ରମୁଖ ସଦସ୍ୟ ରହିଥିଲେ। ସେ ଅଷ୍ଟ୍ରେଲିଆ ପାଇଁ ୫୨ ଟେଷ୍ଟ ଓ ୧୧୪ ଦିନିକିଆ ମ୍ୟାଚ୍‌ ଖେଳିଛନ୍ତି। ୫୨ ଟେଷ୍ଟରୁ ସେ ୧୧ ଶତକ ସହାୟତାରେ ୩,୬୩୧ ରନ୍‌ ସଂଗ୍ରହ କରିଛନ୍ତି। ସେହିଭଳି ୭ ଶତକ ସହାୟତାରେ ସେ ଦିନିକିଆରେ ୬,୦୬୮ ରନ୍‌ କରିଛନ୍ତି। ସେ ୧୯୮୭ ବିଶ୍ୱକପ୍‌ ବିଜୟୀ ଅଷ୍ଟ୍ରେଲିଆ ଦଳର ଜଣେ ପ୍ରମୁଖ ସଦସ୍ୟ ରହିଥିଲେ। ସେହିଭଳି ୧୯୮୬ରେ ଭାରତ ବିପକ୍ଷ ଏକ ଟେଷ୍ଟ ମ୍ୟାଚ୍‌ରେ ସେ ଦ୍ୱିଶତକୀୟ ଇନିଂସ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ବୋଲରକୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ! ନିଜେ କହିଦେଲେ ସବୁ ସତ

ନୂଆଦିଲ୍ଲୀ, ୩୦।୭: ଭାରତୀୟ କ୍ରିକେଟ ଜଗତରେ ଏବେ ଛାଇ ଯାଇଥିବା ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଛନ୍ତି। ସେ ଭାରତ ପାଇଁ…

ଘରୁ ବୃଦ୍ଧାଙ୍କ ପଚାସଢା ମୃତଦେହ ଉଦ୍ଧାର ଘଟଣା: ବେସାହାରା ହୋଇପଡିଛନ୍ତି ମାନସିକ ବିକାରଗ୍ରସ୍ତ ୨ ପୁଅ, ପ୍ରଶାସନର ଦେଖାନାହିଁ…

ପୁରୁଷୋତ୍ତମପୁର,୩୦/୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ ଏକ ଅଭାବନୀୟ ଘଟଣା ଚର୍ଚ୍ଚିତ ବିଷୟ ପାଲଟିଥିଲା। ସବୁଥାଇ ମଧ୍ୟ ପରିବାର ଓ ସମ୍ପର୍କିୟମାନେ ମୁହଁ ଫେରାଇ…

ବନ୍ୟା ଜଳ ମାଡ଼ି ଆସିବାରୁ ଫସିଗଲେ ୧୩ଚାଷୀ, ଉଦ୍ଧାର ପାଇଁ ଆସିଲା ଓଡ୍ରାଫ ଟିମ୍‌, ମଝି ପାଣିରେ ରହିଯାଇଥିଲେ ୪

ବଲାଙ୍ଗୀର,୩୦।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ଉନ୍ଦେର ନଦୀରେ ବନ୍ୟା ଆସିବାରୁ ଫସିଗଲେ ୧୩ ଚାଷୀ । ବଙ୍ଗୋମୁଣ୍ଡା ଗନ୍ଧର୍ଲା ଗାଁର ୫ ଜଣ…

ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ: ମିଳିଲା ବଡ଼ ସଙ୍କେତ! ଧର୍ମେନ୍ଦ୍ରଙ୍କୁ…

ଭୁବନେଶ୍ୱର, ୩୦।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ…

କେସିଙ୍ଗା ସହର ଜଳମଗ୍ନ: ଗାଁ ଗାଁ ବୁଲିଲେ ଜିଲାପାଳ-ଅଧିକାରୀ

କେସିଙ୍ଗା,୩୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ସବୁଠାରୁ ଜଳମଗ୍ନ ଅଞ୍ଚଳ ହେଉଛି ବେଲଖଣ୍ଡି, ହାତୀଖୋଜ, ସିର୍ଜା ପାଳି ଅଞ୍ଚଳରେ ଲଗାଣ ବର୍ଷାରେ ରାସ୍ତା ଘାଟ ଜଳମଗ୍ନ…

୨.୪୦ ଲକ୍ଷ ଟଙ୍କା ଠକେଇର ଶିକାର ହେଲେ ଏହି ଅଭିନେତ୍ରୀ: ସେନ୍ଦେହ ହେବାରୁ…

ଫିଲ୍ମ ଅଭିନେତ୍ରୀ କୀର୍ତ୍ତି କୁଲହାରି ସାଇବର ଠକେଇର ଶିକାର ହୋଇଛନ୍ତି। ଠକମାନେ ଏକ ଅନଲାଇନ ଠକେଇ ମାଧ୍ୟମରେ ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ପ୍ରାୟ ୨.୪୦ ଲକ୍ଷ ଟଙ୍କା…

ରିଙ୍ଗ୍‌ ରୋଡ଼ ଘାଇରେ ଭାସିଯାଇଥିଲେ କାର୍‌ ଚାଳକ ସଦାଶିବ: ୩୦ ଘଣ୍ଟା ପରେ ମୃତଦେହ ଉଦ୍ଧାର, ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ,୩୦।୭(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍‌ ରୋଡ଼ରେ ସୃଷ୍ଟି ହୋଇଥିବା ବଡ଼ ଘାଇରେ ବନ୍ୟାର ପ୍ରବଳ ସ୍ରୋତରେ ଭାସିଯାଇଥିବା ଏର୍ଟିଗା କାର୍‌ର ନିଖୋଜ ଚାଳକ ସଦାଶିବ ମହାନ୍ତିଙ୍କ…

ବାହ୍ୟ ଜଗତରୁ ବିଚ୍ଛିନ୍ନ ମଣିପୁର ଗାଁ, ରାସ୍ତା ଉପରେ ୩ ଫୁଟ୍‌ ଉଚ୍ଚର ବନ୍ୟାଜଳ

ଭାପୁର,୩୦।୭ (ପ୍ରଭାତ ବରାଡ): ଭାପୁର ପଞ୍ଚାୟତ ସମିତିର ୨୦ଗୋଟି ପଞ୍ଚାୟତ ମଧ୍ୟରୁ ପ୍ରାୟ ଚାରି ଗୋଟି ପଞ୍ଚାୟତ ଦେଇ ଓଡ଼ିଶାର ବୃହତ୍ତମ ନଦୀ ମହାନଦୀ ପ୍ରବାହିତ। ସେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri