Posted inଖେଳ

ପୋଲିସ ହେପାଜତରେ ପୂର୍ବତନ ଅଷ୍ଟ୍ରେଲୀୟ କ୍ରିକେଟର ମାଇକେଲ ସ୍ଲାଟର

ବ୍ରିସ୍‌ବେନ୍‌,୧୫ା୪: ପୂର୍ବତନ ଅଷ୍ଟ୍ରେଲୀୟ କ୍ରିକେଟର ଓ ଭାଷ୍ୟକାର ମାଇକେଲ ସ୍ଲାଟର ବର୍ତ୍ତମାନ ପୋଲିସ ହେପାଜତରେ ଅଛନ୍ତି। ପୋଲିସ ତାଙ୍କୁ ବିଭିନ୍ନ ଅପରାଧିକ ମାମଲାରେ ଗିରଫ କରି ପଚରାଉଚରା କରୁଛି। ରାତିରେ ଅନ୍ୟକୁ ଭୟଭୀତ କରିବା, ଝଗଡ଼ା କରିବା, ମାରପିଟ କରିବା, ଘରୋଇ ହିଂସା ଆଦି ଅଭିଯୋଗରେ ତାଙ୍କ ବିରୋଧରେ ଏକ ଡଜନରୁ ଊର୍ଦ୍ଧ୍ୱ ମାମଲା କୁଇନ୍ସଲାଣ୍ଡସ୍ଥିତ ମାରୁଚିଡୋର୍‌ ମାଜିଷ୍ଟ୍ରେଟ୍‌ କୋର୍ଟରେ ରୁଜୁ ହୋଇଛି।

ମିଳିଥିବା ସୂଚନା ମୁତାବକ, ୫୪ ବର୍ଷୀୟ ସ୍ଲାଟର ଗତବର୍ଷ ଡିସେମ୍ବର ୫ ଏବଂ ଏପ୍ରିଲ ୧୨ ମଧ୍ୟରେ ବିଭିନ୍ନ ତାରିଖରେ ସନ୍‌ସାଇନ କୋଷ୍ଟ ଅଞ୍ଚଳରେ ମୋଟ ୧୯ଟି ଅପରାଧିକ ମାମଲା ରହିଛି। ଅଷ୍ଟ୍ରେଲିଆର ପୂର୍ବତନ ଡାହାଣହାତୀ ଓପନର ସ୍ଲାଟର ୧୯୯୩ ଓ ୨୦୦୩ ମଧ୍ୟରେ ଦେଶ ପାଇଁ ୭୪ ଟେଷ୍ଟ ଓ ୪୨ ଅନ୍ତର୍ଜାତୀୟ ଦିନିକିଆ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri