Posted inଖେଳ

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କୁ ଅପହରଣ: ଜୀବନରୁ ମାରିଦେବାକୁ ଧମକ

ସିଡନୀ,୫।୫: ପୂର୍ବତନ ଅଷ୍ଟ୍ରେଲୀୟ କ୍ରିକେଟର ଷ୍ଟୁଆର୍ଟ ମ୍ୟାକଗିଲଙ୍କୁ ଅପହରଣ କରିନେଇଛନ୍ତି ଦୁର୍ବୃତ୍ତ। ଏହି ଘଟଣା ଗତ ମାସରୁ ହୋଇଛି। ଯେଉଁଠାରେ ମ୍ୟାକଗିଲଙ୍କୁ ତାଙ୍କ ସିଡନୀ ଘରୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏପ୍ରିଲ ୧୪ରେ ନ୍ୟୁ ସାଉଥ ୱେଲ୍ସ ପୋଲିସ ଅପହରଣ ହୋଇଥିବା ପୀଡିତଙ୍କୁ ୫୦ ବର୍ଷୀୟ ବୟସ୍କ ମ୍ୟାକଗିଲ ବୋଲି ଚିହ୍ନଟ କରିଥିଲା। ମ୍ୟାକଗିଲଙ୍କୁ ତାଙ୍କ ଘରୁ କିଛି ବ୍ୟକ୍ତି ଉଠାଇ ନେଇଥିଲେ। ଏହି ମାମଲାରେ ସମ୍ପୃକ୍ତ ୪ ଜଣଙ୍କୁ ଗିରଫ କରିଛି ଅଷ୍ଟ୍ରେଲୀୟ ପୋଲିସ।
ଅଷ୍ଟ୍ରେଲୀୟ ପୂର୍ବତନ ଟେଷ୍ଟ ବୋଲରଙ୍କୁ ଦକ୍ଷିଣ-ପଶ୍ଚିମ ଏକ ସହରକୁ ନେଇଯାଇଥିବା ଜଣାପଡିଛି। ଏହା ପରେ ସ୍ଥାନଟି ପରିବର୍ତ୍ତନ କରାଯାଇଥିଲା। ମୁକ୍ତ ହେବା ପୂର୍ବରୁ ତାଙ୍କୁ ହତ୍ୟା ଧମକ ମଧ୍ୟ ଦିଆଯାଇଥିଲା। ମ୍ୟାକଗିଲଙ୍କ ଅପହରଣ ସମ୍ପର୍କରେ ସୂଚନା ଏପ୍ରିଲ ୨୦ରେ ପୋଲିସ କର୍ତ୍ତୃପକ୍ଷଙ୍କୁ ଦିଆଯାଇଥିଲା। ଏହା ପରେ ପୋଲିସ ସିଡନୀରେ ଥିବା କେତେକ ଘରେ ଚଢାଉ କରି ଚାରି ଜଣଙ୍କୁ ଗିରଫ କରିଥିଲା। ତେବେ ଗିରଫ ହୋଇଥିବା ବ୍ୟକ୍ତିଙ୍କ ନାମ ଏପର୍ଯ୍ୟନ୍ତ ପ୍ରକାଶ କରାଯାଇ ନାହିଁ। ଏହି ଲୋକମାନଙ୍କର ବୟସ ପ୍ରାୟ ୨୭, ୨୯, ୪୨ ଏବଂ ୪୬ ଏବଂ ବୁଧବାର ସକାଳେ ସ୍ଥାନୀୟ ସମୟ ୬ଟା ସମୟରେ ସେମାନଙ୍କୁ ଗିରଫ କରାଯାଇଥିଲା।

ମ୍ୟାକଗିଲ ଜଣେ ପୂର୍ବତନ ଲେଗ-ସ୍ପିନ ବୋଲର। ୧୯୮୮ରୁ ୨୦୦୮ ମଧ୍ୟରେ ଅଷ୍ଟ୍ରେଲିଆ ପାଇଁ ୪୪ଟି ଟେଷ୍ଟ ମ୍ୟାଚରେ ୨୦୮ ଉଇକେଟ ନେଇଛନ୍ତି। ୧୯୮୮ରେ ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ମ୍ୟାଚରୁ ମ୍ୟାକଗିଲ ଅନ୍ତର୍ଜାତୀୟ ଡେବ୍ୟୁ କରିଥିଲେ। ଏଥି ସହିତ ସେ ୨୦୦୮ରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ତାଙ୍କର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

ବନ୍ୟଜନ୍ତୁଙ୍କ ସୁରକ୍ଷା ସମସ୍ତଙ୍କ ଦାୟିତ୍ଵ

ଦିଗପହଣ୍ଡି,୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଅଧିନ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁବନ୍ଧ ଗ୍ରାମ ବନସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ଜଙ୍ଗଲ ପରିବେଶ…

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ବୁଧ-ମଙ୍ଗଳ ମିଳନରୁ ‘କେନ୍ଦ୍ର ଦୃଷ୍ଟି ରାଜଯୋଗ’; ମିଥୁନ ସମେତ ୪ ରାଶିଙ୍କ ରାତାରାତି ବଦଳିବ ଭାଗ୍ୟ, ପ୍ରଚୁର ଧନଲାଭ!

ଜ୍ୟୋତିଷ ଗଣନା ଅନୁଯାୟୀ, ଅକ୍ଟୋବର ୨ ତାରିଖରୁ କେନ୍ଦ୍ର ଦୃଷ୍ଟି ରାଜଯୋଗର ପ୍ରଭାବ ଦେଖିବାକୁ ମିଳିପାରେ। ଏହି ଯୋଗର ଶୁଭ ପ୍ରଭାବରୁ ୪ଟି ରାଶି ପାଇଁ ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?