ବିଜେଡିକୁ ଶକ୍ତ ଝଟ୍‌କା, ଦଳ ଛାଡିଲେ ବଡ଼ ନେତା

ଭୁବନେଶ୍ୱର,୧୦।୩: ବିଜେଡିକୁ ଶକ୍ତ ଝଟ୍‌କା। ଦଳରୁ ଇସ୍ତଫା ଦେଲେ ବାଲେଶ୍ୱରର ପୂର୍ୱତନ ଏମପି ରବୀନ୍ଦ୍ର ଜେନା । ବାଲେଶ୍ୱରର ପୂର୍ୱତନ ଏମପି ରବୀନ୍ଦ୍ର ଜେନା ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ।

Image

ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିଜ ଇସ୍ତଫା ପତ୍ର ପଠାଇଛନ୍ତି ରବୀନ୍ଦ୍ର ଜେନା । ଇସ୍ତଫା ପତ୍ରରେ ସେ ଲେଖିଛନ୍ତି , “ସମ୍ମାନର ସହିତ, ମୁଁ ରବୀନ୍ଦ୍ର କୁମାର ଜେନା, ପୂର୍ବତନ ଏମପି ତଥା ପୂର୍ବତନ ଜିଲ୍ଲା ସଭାପତି, ବିଜେଡ଼ି, ବାଲେଶ୍ବର ଆଜି ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟତା ପଦରୁ ମୋର ଇସ୍ତଫା ପତ୍ର ପ୍ରଦାନ କରୁଛି। ମୁଁ ଦୀର୍ଘ ବର୍ଷ ଧରି ବିଜୁ ଜନତା ଦଳର ଜଣେ ଶୃଙ୍ଖଳିତ ସଦସ୍ୟ ଭାବେ ରହି ଦଳର ସଙ୍ଗଠନକୁ ସୁଦୃଢ଼ କରିବା ସହ ବାଲେଶ୍ବରବାସୀଙ୍କ ସେବା କରିଆସିଛି, କିନ୍ତୁ କେତେକ ବ୍ୟକ୍ତିଗତ କାରଣ ଏବଂ ପରିସ୍ଥିତି ନିମନ୍ତେ ମୁଁ ଦଳରୁ ଅଲଗା ହେବାକୁ କଠିନ ନିଷ୍ପତ୍ତି ନେଇଛି । ଦଳ ସହିତ ମୋର ଦୀର୍ଘ ଦିନର ସମ୍ପର୍କ ମୋ ପାଇଁ ଏକ ସ୍ମରଣୀୟ ଯାତ୍ରା ହୋଇ ରହିବ । ଏହି ସମ ସମୟ ମଧ୍ୟରେ ମୋତେ ମିଳିଥିବା ସମସ୍ତ ସ‌ହଯୋଗ, ସମ୍ମାନ ଏବଂ ସୁଯୋଗ ପାଇଁ ମୁଁ ରାଜ୍ୟ ନେତୃବୃନ୍ଦ, ମୋର ସହକର୍ମୀ ଏବଂ ବଂ ବାଲେଶ୍ବର ଜିଲ୍ଲାର ସମସ୍ତ ଦଳୀୟ କର୍ମକର୍ତ୍ତାଙ୍କ ନିକଟରେ ମୋର ଗଭୀର କୃତଜ୍ଞତା ପ୍ରକାଶ କରୁଛି। ଶେଷରେ, ଆପଣଙ୍କୁ ବିନୀତ ଅନୁରୋଧ କରୁଛି କି, ମୋର ଏହି ଇସ୍ତଫା ପତ୍ରକୁ ଗ୍ରହଣ କରି ମୋତେ ଦଳର ସମସ୍ତ ଦାୟିତ୍ୱରୁ ତୁରନ୍ତ ଅବ୍ୟା ବ୍ୟାହତି ପ୍ରଦାନ କରନ୍ତୁ।”

ରବୀନ୍ଦ୍ର ଜେନାଙ୍କ ପରବର୍ତ୍ତୀ ଗତି କୁଆଡ଼େ ତାକୁ ନେଇ ଚର୍ଚ୍ଚା । ତାଙ୍କ ପତ୍ନୀ ଏବେ ବିଜେଡି ବିଧାୟିକା ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

ମଦ ଦୋକାନରେ ଗଣ୍ଡଗୋଳ, ଯୁବକଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ; ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଯୁବକ ଏସ. ରାଜୀବ ରେଡ୍ଡୀ ଚୈତନ୍ୟପୁର ଗ୍ରାମର ଦେବ ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ କରି…

ବଲାଙ୍ଗୀରରୁ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଅଫିସ ଷ୍ଟାଫ୍ କ୍ବାର୍ଟରରେ…

ବଲାଙ୍ଗୀର,୨୦।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଫରେଷ୍ଟ ରେଞ୍ଜ ଅଫିସ ପଛପଟେ ଥିବା ଷ୍ଟାଫ କ୍ବାଟରୁ ଫରେଷ୍ଟରଙ୍କ ମୃତଦେହ ଉଦ୍ଧାର ହୋଇଛି । ଝୁଲନ୍ତା ଅବସ୍ଥାରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?