Posted inଜାତୀୟ

ଆମ ଆଦମୀ ପାର୍ଟିରେ ଯୋଗ ଦେଲେ ପୂର୍ବତନ ପୋଲିସ କମିଶନର

ନୂଆଦିଲ୍ଲୀ,୪।୪:ବେଙ୍ଗାଲୁରୁର ପୂର୍ବତନ ପୋଲିସ କମିଶନର ଭାସ୍କର ରାଓ ସୋମବାର ଦିଲ୍ଲୀର ଆମ ଆଦମୀ ପାର୍ଟିରେ ଯୋଗ ଦେଇଛନ୍ତି। ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଭାସ୍କର ରାଓଙ୍କୁ ଏଏପି ଦଳର ସଦସ୍ୟତା ପ୍ରଦାନ କରିଥିଲେ। ଏହି ସମୟରେ ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ଏବଂ ଦଳର ନେତା ମନୀଷ ସିସୋଦିଆ ମଧ୍ୟ ଉପସ୍ଥିତ ଥିଲେ। କର୍ନାଟକ ନିର୍ବାଚନ ପୂର୍ବରୁ ଭାସ୍କର ରାଓଙ୍କୁ ଦଳରେ ସାମିଲ କରି ଏଏପି ରାଜ୍ୟରେ ନିଜର ପତିଆରା ସୃଷ୍ଟି କରିବାକୁ ଚାହୁଁଛି।
ଏଏପିରେ ଯୋଗଦେବା ପରେ ଭାସ୍କର ରାଓ କହିଛନ୍ତି, ମୁଁ ୩୨ ବର୍ଷ ପୋଲିସ ଭାବରେ କାର୍ଯ୍ୟ କରିଛି। ସେ ମଧ୍ୟ ସେନା ଏବଂ ଅଧ୍ୟାପକ ଭାବରେ କାର୍ଯ୍ୟ କରିଥିଲେ। ମୁଁ ସିଷ୍ଟମ ଭିତରୁ ସମସ୍ତ ଦଳ ଦେଖିଛି। ଯେଉଁ ଦିନ ମୁଁ ଦିଲ୍ଲୀର ସରକାରୀ ବିଦ୍ୟାଳୟ ଦେଖିଥିଲି ସେଦିନ ମୁଁ ଏଏପିରେ ଯୋଗଦେବାକୁ ସ୍ଥିର କରିଥିଲି।
କର୍ନାଟକ କ୍ୟାଡରର ୧୯୯୦ ବ୍ୟାଚ ଆଇପିଏସ ଅଧିକାରୀ ଭାସ୍କର ରାଓ ବେଙ୍ଗାଲୁରୁର ମୂଳ ବାସିନ୍ଦା। ୩୨ ବର୍ଷ ଧରି ବିଭିନ୍ନ କ୍ଷମତାରେ ପୋଲିସ ଫୋର୍ସ ସେବା କରିଛନ୍ତି। ପୋଲିସର ଅତିରିକ୍ତ ମହାନିର୍ଦ୍ଦେଶକ (ରେଳବାଇ) ଭାବରେ କାର୍ଯ୍ୟ କରୁଥିବା ରାଓ ବ୍ୟକ୍ତିଗତ କାରଣ ଦର୍ଶାଇ ଗତ ବର୍ଷ ସେପ୍ଟେମ୍ବର ୨୦୨୧ରେ ସେବାରୁ ଇସ୍ତଫା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୧୭ରେ ସୂର୍ଯ୍ୟଙ୍କ ବଡ଼ ଗୋଚର: ୩ ରାଶି ରୁହନ୍ତୁ ସାବଧାନ! ପାଖରୁ ଚାଲିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଅକ୍ଟୋବର ମଧ୍ୟଭାଗରେ ଗ୍ରହ ସ୍ଥିତିରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ପ୍ରକୃତରେ, ବୈଦିକ କ୍ୟାଲେଣ୍ଡର ଅନୁସାରେ, ଆସନ୍ତା ଅକ୍ଟୋବର ୧୭…

ଲୋକଙ୍କ ଅଭିଯୋଗ ଶୁଣିଲେ ବିଧାୟକ

ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତରେ ଗୁରୁବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ…

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

ପତ୍ନୀଙ୍କୁ କଡ଼ା ଜବାବ ଦେଲେ ମହମ୍ମଦ ଶାମି, ନିର୍ବାଚନ ଲଢ଼ିବାକୁ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ନେଇ ଉତ୍ତରପ୍ରଦେଶ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। କିଛି ମାସ ପୂର୍ବରୁ ଶାମି ରାଷ୍ଟ୍ରୀୟ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?