ଅସ୍ଥାୟୀ ମଣ୍ଡପରେ ଦେବୀଙ୍କୁ ପୂଜାର୍ଚ୍ଚନା କଲେ ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଆସିବେ ଆଉ ୩ ମନ୍ତ୍ରୀ, ୪ ବିଧାୟକ

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆଉ ୩ ଦିନ ପରେ ୨୦ ତାରିଖରେ ଉଦ୍‌ଯାପିତ ହେବ। ରବିବାର ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଅସ୍ଥାୟୀ ମଣ୍ଡପରେ ପହଞ୍ଚି ଦେବୀଙ୍କୁ ପୂଜାର୍ଚ୍ଚନା କରିଥିଲେ। ଏଥିସହ ଯାତ୍ରା କମିଟି କାର୍ଯ୍ୟାଳୟକୁ ଯାଇ ସେଠୀ ସଭାପତି ରାଜେନ୍ଦ୍ର ବିଷୋୟୀ, କୋଷାଧ୍ୟକ୍ଷ ମହେଶ୍ୱର ପାତ୍ର ପ୍ରମୁଖଙ୍କ ସହ ଆଲୋଚନା କରିଥିଲେ। ଏହି ସମୟରେ ଜିଲୁଣ୍ଡି ସରପଞ୍ଚ ରଞ୍ଜିତ ଆରୁଖ, ଆଇନଜୀବୀ ଦିବାକର ନାୟକ, ମୁଦୁଲିପଲ୍ଲୀ ସମିତିସଭ୍ୟ ଲକ୍ଷ୍ମୀନାରାୟଣ ସ୍ବାଇଁ, ଭଞ୍ଜନଗର ମ୍ୟୁନିସିପାଲିଟିର କିଛି କାଉନସିଲର ଉପସ୍ଥିତ ଥିଲେ।

ଅପରପକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯାତ୍ରାରେ ଯୋଗ ଦେବା ପାଇଁ ଦୁଇ ଦୁଇଥର କାର୍ଯ୍ୟକ୍ରମ ସ୍ଥିର ହୋଇଥିଲେ ମଧ୍ୟ ଶେଷ ମୁହୂର୍ତ୍ତରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟବ୍ୟସ୍ତତା ଯୋଗୁ ସେ ଆଜିସୁଦ୍ଧା ଯାତ୍ରାରେ ଯୋଗ ଦେଇ ପାରିନାହାନ୍ତି। ଆଜିଠାରୁ ଭାଜପା ରାଷ୍ଟ୍ରୀୟ ସଭାପତି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ତେଣୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟବ୍ୟସ୍ତତା ଯୋଗୁ ଭଞ୍ଜନଗର ଆସିବା ସମ୍ଭାବନା କମିଯାଇଛି।

ଏହିଭଳି ପରିସ୍ଥିତିରେ ରବିବାର ୩ ଜଣ ମନ୍ତ୍ରୀ, ୪ ଜଣ ବିଧାୟକ ଯାତ୍ରାରେ ଯୋଗଦେଇ ଦେବୀଙ୍କ ଦର୍ଶନ କରିବା ସହ ସାଂସ୍କୃତିକ କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସେମାନେ ହେଲେ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ,ଖଣି, ଇସ୍ପାତ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ, ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ, ଫୁଲବାଣୀ ବିଧାୟକ ଉମା ଚରଣ ମଲ୍ଲିକ। ଏଥିସହ ଉକ୍ତ ସଭାରେ ଭଞ୍ଜନଗର ବିଧାୟକ ତଥା ଯାତ୍ରା କମିଟି ମୁଖ୍ୟ ଉପଦେଷ୍ଟା ପ୍ରଦ୍ୟୁମ୍ନ କୁମାର ନାୟକ ମଧ୍ୟ ଉପସ୍ଥିତ ରହିବେ।

ଅପରପକ୍ଷେ ଆଜି ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ଦେବୀଙ୍କୁ ନିମନ୍ତ୍ରଣ କରାଯାଇଛି । ତେଣୁ ମ୍ୟୁନିସିପାଲିଟି ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରିବ। ତେଣୁ ଯାତ୍ରାରେ ଆଜି ଅସମ୍ଭାଳ ଭିଡ଼ ହେବ। ଆଜୀ ଦେବୀ ଅସ୍ଥାୟୀ ମଣ୍ଡପରୁ ପୂର୍ବ ମୁଖା ହୋଇ ବାହାରିବା ପରେ ଟାଉନ ହଲ୍‌ ପର୍ଯ୍ୟନ୍ତ ଯିବେ। ସେଠାରୁ ପଶ୍ଚିମ ମୁଖା ହୋଇ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯିବେ। ସେଠାରେ ଦେବୀ ପୂଜା ପାଇବା ପରେ ରେଡକ୍ରସ ରୋଡ୍‌ ହୋଇ ଭେଜିପୁଟ, ହାର୍ଟ ନଗର ପର୍ଯ୍ୟନ୍ତ ଯିବେ। ସେଠାରୁ ବାହୁଡ଼ି କୋର୍ଟ ରୋଡ୍‌ ହୋଇ ମୁଖ୍ୟ ସଡ଼କକୁ ଆସି ଦେବୀ ବିଶ୍ରାମ ନେବାର କାର୍ଯ୍ୟକ୍ରମ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?