କଂଗ୍ରେସରେ ଯୋଗ ଦେଲେ ପୂର୍ବତନ ବିଜେଡି ବିଧାୟକ

କେନ୍ଦୁଝର,୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ସଦର ବିଜେଡି ବିଧାୟକ ସୁବର୍ଣ୍ଣ ନାୟକ ତାଙ୍କ ସ୍ତ୍ରୀଙ୍କ ସହିତ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କଂଗ୍ରେସରେ ଯୋଗ ଦେଇଛନ୍ତି। ଏହି ଅବସରରେ ତାଙ୍କର ବହୁ ସମର୍ଥକ ମଧ୍ୟ କଂଗ୍ରେସରେ ସାମିଲ ହୋଇଥିଲେ।

ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, କଂଗ୍ରେସ ନେତା ଜୟଦେବ ଜେନା, ଜିଲା ସଭାପତି ମୋହନ ପରିଡ଼ା, ପିସିସି ସାଧାରଣ ସମ୍ପାଦକ ଆଲୋକ ମିଶ୍ର, ସମ୍ପାଦକ ସଂଗ୍ରାମ ଦାସ, ଜିଲା ଆଦିବାସୀ ସେଲ ସଭାପତି ବିନୋଦ ବିହାରୀ ନାୟକ, ଯୁବ ସଭାପତି ସୁନେଶ ଧିର ପ୍ରମୁଖ ମିଶ୍ରଣ ପର୍ବରେ ଉପସ୍ଥିତି ରହି ସ୍ତ୍ରୀ-ସ୍ବାମୀଙ୍କୁ ସ୍ବାଗତ କରିଥିଲେ।

ଚାକିରୀରୁ ଅବସର ନେଇ ସୁବର୍ଣ୍ଣ ବିଜେଡିରେ ଯୋଗ ଦେଇ ୨୦୦୯ରୁ ୨୦୧୪ ପର୍ଯ୍ୟନ୍ତ ବିଜେଡିର ବିଧାୟକ ଥିଲେ। ତେବେ ଦୀର୍ଘ ୧୦ବର୍ଷ ଅପେକ୍ଷା ପରେ ମଧ୍ୟ ଦଳ ତାଙ୍କୁ ଅଣଦେଖା କରିବାରୁ ବାଧ୍ୟ ହୋଇ ଦଳ ଛାଡିଥିବା ସୁବର୍ଣ୍ଣ କହିଛନ୍ତି।

ସେହିପରି ତାଙ୍କ ସ୍ତ୍ରୀ ମଧ୍ୟ ୨୦୦୭ରୁ ୨୦୧୨ ପର୍ଯ୍ୟନ୍ତ ଝୁମ୍ପୁରା ବ୍ଲକ ଅଧ୍ୟକ୍ଷା ଥିଲେ। ୨୦୧୨ରୁ ୨୦୧୭ ପର୍ଯ୍ୟନ୍ତ ୧୬ ନମ୍ବର ଜୋନରୁ ଜିଲାପରିଷଦ ଭାବେ ବିଜୟୀ ହୋଇଥିଲେ। ସେ ମଧ୍ୟ ବିଜେଡିର ରାଜ୍ୟ କାଉନସିଲ ସଦସ୍ୟା ଥିଲେ। ଦଳ ସେମାନଙ୍କୁ ଅଣଦେଖା କରିଥିବାରୁ ଲୋକଙ୍କ ସେବା ପାଇଁ ଏହି ପଦକ୍ଷେପ ଗ୍ରହଣ କରିଥିବା ଉଭୟ ସ୍ତ୍ରୀ-ସ୍ବାମୀ କହିଛନ୍ତି। ଆଦିବାସୀଙ୍କ ପ୍ରତି କରାଯାଉଥିବା ଭାଜପା ଓ ବିଜେଡିର ଅବହେଳାକୁ ନେଇ ଲୋକଙ୍କ ପାଖକୁ ଯିବେ ଓ ସେମାନଙ୍କୁ ନ୍ୟାୟ ପ୍ରଦାନ କରିବା ସହ ଜିଲାର ବିକାଶରେ ଲଢେଇ ଜୋରଦାର କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?