ମହୁଆ ମୋଇତ୍ରାଙ୍କୁ ବିବାହ କଲେ ପିନାକୀ ମିଶ୍ର! ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା

ନୂଆଦିଲ୍ଲୀ,୫।୬: କୁହାଯାଏ ପ୍ରେମ ଅନ୍ଧ। କାହାକୁ କେତେବେଳେ କେଉଁ ବୟସରେ ପ୍ରେମ ହୋଇଥାଏ ତାହା ଜଣାପଡେନାହିଁ। ଯାହାର ଗୋଟିଏ ଉଦାହରଣ ଆଜି ଦେଖିବାକୁ ମିଳିଛି। ଟିଏମସିର ଟାଣୁଆ ନେତ୍ରୀ ମହୁଆ ମୋଇତ୍ରାଙ୍କୁ ଲୁଚିଲୁଚି ବିବାହ କରିଛନ୍ତି ବିଜେଡି ନେତା ପିନାକୀ ମିଶ୍ର। ୬୫ବର୍ଷ ବୟସରେ ପିନାକୀ, ୫୦ବର୍ଷିୟ ମହୁଆଙ୍କ ହାତ ଧରିଛନ୍ତି।

Image

ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ବିବାହ କରିଛନ୍ତି। ସେ ବିଜେଡି ନେତା ତଥା ପୂର୍ବତନ ଏମପି ପିନାକୀ ମିଶ୍ରଙ୍କୁ ତାଙ୍କର ଜୀବନସାଥୀ କରିଛନ୍ତି। ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ଯଦିଓ ବିବାହ ବିଷୟରେ ଉଭୟଙ୍କ ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ସରକାରୀ ସୂଚନା ମିଳିନାହିଁ। ରିପୋର୍ଟରେ ଦାବି କରାଯାଇଛି ଯେ ମହୁଆ ଏବଂ ପିନାକୀ ଜର୍ମାନୀରେ ବିବାହ କରିଛନ୍ତି। ଉଭୟଙ୍କ ଏକ ଫଟୋ ମଧ୍ୟ ସାମ୍ନାକୁ ଆସିଛି।

‘ଦି ଟେଲିଗ୍ରାଫ’ରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ମହୁଆ ଏବଂ ପିନାକୀ ଜର୍ମାନୀରେ ଲୁଚିଲଚି ବିବାହ କରିଛନ୍ତି। ଏହି ବିଷୟରେ ଟିଏମସି ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ପ୍ରତିକ୍ରିୟା ଦିଆଯାଇ ନାହିଁ। ମହୁଆ ତାଙ୍କ ରାଜନୈତିକ ଜୀବନ ସହିତ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ମହୁଆ ପୂର୍ବରୁ ଡେନିସ ଫାଇନାନ୍ସର ଲାର୍ସ ବ୍ରୋର୍ସେନଙ୍କ ସହ ସମ୍ପର୍କରେ ଥିଲେ, କିନ୍ତୁ ସେମାନଙ୍କର ବିବାହ ଅଧିକ ଦିନ ତିଷ୍ଠି ପାରିଲା ନାହିଁ ଏବଂ ସେମାନଙ୍କର ଛାଡପତ୍ର ହୋଇଗଲା। ସୋସିଆଲ ମିଡିଆରେ ଏକ ଫଟୋ ଭାଇରାଲ ହୋଇଛି, ଯେଉଁଥିରେ ମହୁଆ ଏବଂ ପିନାକୀ ମିଶ୍ର ହାତ ଧରାଧରି ହସୁଥିବା ଦେଖାଯାଇଛି। ଫଟୋରେ ମହୁଆ ପାରମ୍ପରିକ ପୋଷାକ ଏବଂ ସୁନା ଅଳଙ୍କାରରେ ସଜ୍ଜିତ ଥିବା ଦୃଶ୍ୟ ଦେଖାଯାଇଛି।

ସୂଚନାଥାଉ କି, ମହୁଆ ଦ୍ୱିତୀୟ ଥର ପାଇଁ ଏମପି ଭାବରେ କାର୍ଯ୍ୟ କରୁଛନ୍ତି। ସେ ୨୦୧୯ ଲୋକ ସଭା ନିର୍ବାଚନରେ ପଶ୍ଚିମବଙ୍ଗର କୃଷ୍ଣ ନଗର ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ତେବେ ମହୁଆ ଏହି ନିର୍ବାଚନରେ ଜିତିଥିଲେ। ସେ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ କଲ୍ୟାଣ ଚୌବେଙ୍କୁ ପରାସ୍ତ କରିଥିଲେ। ୨୦୨୪ରେ ମହୁଆ ଦ୍ୱିତୀୟ ଥର ପାଇଁ ସେହି ଆସନରୁ ନିର୍ବାଚିତ ହୋଇଥିଲେ।

ମହୁଆ ମୋଇତ୍ରାଙ୍କ ପ୍ରଥମ କାର୍ଯ୍ୟକାଳ ବେଶ ବିବାଦୀୟ ଥିଲା। ତାଙ୍କ ଉପରେ ଟଙ୍କା ନେଇ ପ୍ରଶ୍ନ ପଚାରିବାର ଅଭିଯୋଗ ହୋଇଥିଲା। ମହୁଆ ‘କ୍ୟାସ ଫର୍‌ କ୍ୱେରୀ’ ମାମଲାରେ ଗୁରୁତର ଭାବରେ ଫସି ଯାଇଥିଲେ। ତାଙ୍କର ଲୋକ ସଭା ସଦସ୍ୟତା ବାତିଲ କରାଯାଇଥିଲା, ଯଦିଓ ମହୁଆ ମଧ୍ୟ ସୁପ୍ରିମକୋର୍ଟରେ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିଥିଲେ। ମହୁଆଙ୍କ ଉପରେ ତାଙ୍କ ବନ୍ଧୁ ହିରାନନ୍ଦନୀଙ୍କ ସହ ସଂସଦ ଲଗଇନ ଆଇଡି ଏବଂ ପାସୱାର୍ଡ ସେୟାର କରିବାର ମଧ୍ୟ ଅଭିଯୋଗ ହୋଇଥିଲା।

ବିଜେଡି ନେତା ପିନାକୀ ମିଶ୍ରଙ୍କ ବିଷୟରେ କହିବାକୁ ଗଲେ, ସେ ପୁରୀର ପୂର୍ବତନ ଏମପି। ପିନାକୀଙ୍କ ପ୍ରଥମ ବିବାହ ସଙ୍ଗୀତା ମିଶ୍ରଙ୍କ ସହିତ ହୋଇଥିଲା। ପିନାକୀ ଏବଂ ସଙ୍ଗୀତା ୧୬ ଜାନୁଆରୀ ୧୯୮୪ରେ ବିବାହ କରିଥିଲେ। ସେମାନଙ୍କର ଦୁଇଟି ସନ୍ତାନ ଅଛନ୍ତି, କିନ୍ତୁ ବର୍ତ୍ତମାନ ପିନାକୀ ମହୁଆଙ୍କୁ ବିବାହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri