ମହୁଆ ମୋଇତ୍ରାଙ୍କୁ ବିବାହ କଲେ ପିନାକୀ ମିଶ୍ର! ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା

ନୂଆଦିଲ୍ଲୀ,୫।୬: କୁହାଯାଏ ପ୍ରେମ ଅନ୍ଧ। କାହାକୁ କେତେବେଳେ କେଉଁ ବୟସରେ ପ୍ରେମ ହୋଇଥାଏ ତାହା ଜଣାପଡେନାହିଁ। ଯାହାର ଗୋଟିଏ ଉଦାହରଣ ଆଜି ଦେଖିବାକୁ ମିଳିଛି। ଟିଏମସିର ଟାଣୁଆ ନେତ୍ରୀ ମହୁଆ ମୋଇତ୍ରାଙ୍କୁ ଲୁଚିଲୁଚି ବିବାହ କରିଛନ୍ତି ବିଜେଡି ନେତା ପିନାକୀ ମିଶ୍ର। ୬୫ବର୍ଷ ବୟସରେ ପିନାକୀ, ୫୦ବର୍ଷିୟ ମହୁଆଙ୍କ ହାତ ଧରିଛନ୍ତି।

Image

ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ବିବାହ କରିଛନ୍ତି। ସେ ବିଜେଡି ନେତା ତଥା ପୂର୍ବତନ ଏମପି ପିନାକୀ ମିଶ୍ରଙ୍କୁ ତାଙ୍କର ଜୀବନସାଥୀ କରିଛନ୍ତି। ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ଯଦିଓ ବିବାହ ବିଷୟରେ ଉଭୟଙ୍କ ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ସରକାରୀ ସୂଚନା ମିଳିନାହିଁ। ରିପୋର୍ଟରେ ଦାବି କରାଯାଇଛି ଯେ ମହୁଆ ଏବଂ ପିନାକୀ ଜର୍ମାନୀରେ ବିବାହ କରିଛନ୍ତି। ଉଭୟଙ୍କ ଏକ ଫଟୋ ମଧ୍ୟ ସାମ୍ନାକୁ ଆସିଛି।

‘ଦି ଟେଲିଗ୍ରାଫ’ରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ମହୁଆ ଏବଂ ପିନାକୀ ଜର୍ମାନୀରେ ଲୁଚିଲଚି ବିବାହ କରିଛନ୍ତି। ଏହି ବିଷୟରେ ଟିଏମସି ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ପ୍ରତିକ୍ରିୟା ଦିଆଯାଇ ନାହିଁ। ମହୁଆ ତାଙ୍କ ରାଜନୈତିକ ଜୀବନ ସହିତ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ମହୁଆ ପୂର୍ବରୁ ଡେନିସ ଫାଇନାନ୍ସର ଲାର୍ସ ବ୍ରୋର୍ସେନଙ୍କ ସହ ସମ୍ପର୍କରେ ଥିଲେ, କିନ୍ତୁ ସେମାନଙ୍କର ବିବାହ ଅଧିକ ଦିନ ତିଷ୍ଠି ପାରିଲା ନାହିଁ ଏବଂ ସେମାନଙ୍କର ଛାଡପତ୍ର ହୋଇଗଲା। ସୋସିଆଲ ମିଡିଆରେ ଏକ ଫଟୋ ଭାଇରାଲ ହୋଇଛି, ଯେଉଁଥିରେ ମହୁଆ ଏବଂ ପିନାକୀ ମିଶ୍ର ହାତ ଧରାଧରି ହସୁଥିବା ଦେଖାଯାଇଛି। ଫଟୋରେ ମହୁଆ ପାରମ୍ପରିକ ପୋଷାକ ଏବଂ ସୁନା ଅଳଙ୍କାରରେ ସଜ୍ଜିତ ଥିବା ଦୃଶ୍ୟ ଦେଖାଯାଇଛି।

ସୂଚନାଥାଉ କି, ମହୁଆ ଦ୍ୱିତୀୟ ଥର ପାଇଁ ଏମପି ଭାବରେ କାର୍ଯ୍ୟ କରୁଛନ୍ତି। ସେ ୨୦୧୯ ଲୋକ ସଭା ନିର୍ବାଚନରେ ପଶ୍ଚିମବଙ୍ଗର କୃଷ୍ଣ ନଗର ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ତେବେ ମହୁଆ ଏହି ନିର୍ବାଚନରେ ଜିତିଥିଲେ। ସେ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ କଲ୍ୟାଣ ଚୌବେଙ୍କୁ ପରାସ୍ତ କରିଥିଲେ। ୨୦୨୪ରେ ମହୁଆ ଦ୍ୱିତୀୟ ଥର ପାଇଁ ସେହି ଆସନରୁ ନିର୍ବାଚିତ ହୋଇଥିଲେ।

ମହୁଆ ମୋଇତ୍ରାଙ୍କ ପ୍ରଥମ କାର୍ଯ୍ୟକାଳ ବେଶ ବିବାଦୀୟ ଥିଲା। ତାଙ୍କ ଉପରେ ଟଙ୍କା ନେଇ ପ୍ରଶ୍ନ ପଚାରିବାର ଅଭିଯୋଗ ହୋଇଥିଲା। ମହୁଆ ‘କ୍ୟାସ ଫର୍‌ କ୍ୱେରୀ’ ମାମଲାରେ ଗୁରୁତର ଭାବରେ ଫସି ଯାଇଥିଲେ। ତାଙ୍କର ଲୋକ ସଭା ସଦସ୍ୟତା ବାତିଲ କରାଯାଇଥିଲା, ଯଦିଓ ମହୁଆ ମଧ୍ୟ ସୁପ୍ରିମକୋର୍ଟରେ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିଥିଲେ। ମହୁଆଙ୍କ ଉପରେ ତାଙ୍କ ବନ୍ଧୁ ହିରାନନ୍ଦନୀଙ୍କ ସହ ସଂସଦ ଲଗଇନ ଆଇଡି ଏବଂ ପାସୱାର୍ଡ ସେୟାର କରିବାର ମଧ୍ୟ ଅଭିଯୋଗ ହୋଇଥିଲା।

ବିଜେଡି ନେତା ପିନାକୀ ମିଶ୍ରଙ୍କ ବିଷୟରେ କହିବାକୁ ଗଲେ, ସେ ପୁରୀର ପୂର୍ବତନ ଏମପି। ପିନାକୀଙ୍କ ପ୍ରଥମ ବିବାହ ସଙ୍ଗୀତା ମିଶ୍ରଙ୍କ ସହିତ ହୋଇଥିଲା। ପିନାକୀ ଏବଂ ସଙ୍ଗୀତା ୧୬ ଜାନୁଆରୀ ୧୯୮୪ରେ ବିବାହ କରିଥିଲେ। ସେମାନଙ୍କର ଦୁଇଟି ସନ୍ତାନ ଅଛନ୍ତି, କିନ୍ତୁ ବର୍ତ୍ତମାନ ପିନାକୀ ମହୁଆଙ୍କୁ ବିବାହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନକିଣା: ଟୋକନ ଅପେକ୍ଷାରେ ଚାଷୀ

ପଦ୍ମପୁର,୨୨।୧୨(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୨୫ ଦିନ ବିତିଯାଇଛି। ମାତ୍ର ଅଧିକାଂଶ ଚାଷୀଙ୍କ ପାଖରେ ଏଯାଏ ଟୋକନ ପହଞ୍ଚି ପାରିନାହିଁ। ଯେଉଁ...

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ବାଂଲାଦେଶ ପରେ ବର୍ମା

ପ୍ରାୟ ଦେଢ଼ ବର୍ଷ ପରେ ପୁଣି ବାଂଲାଦେଶ ଅଶାନ୍ତ ହୋଇପଡ଼ିଛି। ଏବର ଅସ୍ବାଭାବିକ ସ୍ଥିତି ସେଠାକାର ଉଗ୍ର ଯୁବ ନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ଅଚିହ୍ନା...

ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ

ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri