Posted inରାଜ୍ୟ

ଜେଲ ଗଲେ ପୂର୍ବତନ ବିଜେଡି ବିଧାୟକ

ଫୁଲବାଣୀ ଅଫିସ,୨୩ା୨- ପଥଚାରୀଙ୍କୁ ମାଡ଼ ମାରିବା ସହ ଲୁଟ ଅଭିଯୋଗରେ ମଙ୍ଗଳବାର ଫୁଲବାଣୀର ପୂର୍ବତନ ବିଜେଡି ବିଧାୟକ ଦେବେନ୍ଦ୍ର କହଁର ଗିରଫ ହୋଇଛନ୍ତି। ଟାଉନ୍‌ ଥାନା ପୋଲିସ ଦେବେନ୍ଦ୍ର ଓ ତାଙ୍କ ସହଯୋଗୀ କୁହାଯାଉଥିବା କନଷ୍ଟେବଳ ଶ୍ରୀନିବାସ କହଁରଙ୍କୁ ଗିରଫ ପରେ ଏସ୍‌ଡିଜେଏମ କୋର୍ଟକୁ ଚାଲାଣ କରିଥିଲା। ଜାମିନ ଖାରଜ ହେବାରୁ ଉଭୟଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ସରକାରୀ ଓକିଲ ଗୌରୀଶଙ୍କର ବେହେରା ସୂଚନା ଦେଇଛନ୍ତି।

ଅଭିଯୋଗ ପ୍ରକାରେ, ଗତ ୯ ତାରିଖରେ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କଙ୍କିଳି ଗ୍ରାମର କାମାକ୍ଷା ବେହେରା କେତେଜଣ ସାଙ୍ଗଙ୍କ ସହ ମିଶି କାର୍‌ରେ ଗୋଚ୍ଛାପଡା ଥାନା ଅନ୍ତର୍ଗତ କାଶିନୀପଦର ଗ୍ରାମକୁ ଜଣେ ସମ୍ପର୍କୀୟଙ୍କ ଘରକୁ ଯାଉଥିଲେ। ସେମାନେ ରାସ୍ତା ଜାଣି ନ ଥିବାରୁ ସ୍ଥାନୀୟ ଲୋକଙ୍କୁ ବାଟ ପଚାରି ଯାଉଥିଲେ। ସନ୍ଧ୍ୟା ପ୍ରାୟ ୬ଟାରେ କଟ୍ରିଙ୍ଗିଆ-ଉର୍ମାଗଡ ରାସ୍ତାରେ ସହଯୋଗୀମାନଙ୍କ ସହ ଦେବେନ୍ଦ୍ର ନିଜକୁ ପୋଲିସ ପରିଚୟ ଦେଇ କାମାକ୍ଷାଙ୍କ କାର୍‌ ଅଟକାଇ ତୁମେମାନେ କିଏ ବୋଲି ପଚାରିଥିଲେ। କାମାକ୍ଷା ନିଜର ଓ ତାଙ୍କ ସାଙ୍ଗମାନଙ୍କ ପରିଚୟ ଦେଇଥିଲେ ମଧ୍ୟ ସେମାନେ ନ ଛାଡ଼ି ଥାନାକୁ ଚାଲ ବୋଲି କହିଥିଲେ ା ପରେ ଅଭିଯୁକ୍ତମାନେ ସମସ୍ତଙ୍କୁ ଜୋର୍‌ଜବରଦସ୍ତ ଫୁଲବାଣୀ ଆଣି ଏକ ଘରେ ବନ୍ଦ କରି ରଖିବା ସହ ମାର୍‌ପିଟ କରିଥିଲେ। ଦେବେନ୍ଦ୍ର ଓ ତାଙ୍କ ସହଯୋଗୀମାନେ କାମାକ୍ଷାଙ୍କ ସାଙ୍ଗ ଜାମିଲଙ୍କଠାରୁ ୧୦ ହଜାର ଟଙ୍କା ଛଡାଇ ନେବା ସହ ଅନ୍ୟ ଜଣେ ସାଙ୍ଗ ଖାଲିଦଙ୍କୁ ନିକଟସ୍ଥ ଏଟିଏମ୍‌କୁ ନେଇ ୨୦ ହଜାର ଟଙ୍କା ଉଠାଇ ନେଇଥିଲେ। ପରେ ସମସ୍ତଙ୍କୁ ଛାଡ଼ି ଦେଇଥିଲେ। କାମାକ୍ଷା ଏ ନେଇ ଫୁଲବାଣୀ ଟାଉନ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.୨୪/୨୧ରେ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା। ଦେବେନ୍ଦ୍ର ଓ ଅନ୍ୟ ଅଭିଯୁକ୍ତମାନଙ୍କ ବିରୋଧରେ ଆଇପିସି ଧାରା ୩୪୧/୩୨୩/୩୮୪/୩୯୫/୫୦୬ ଅନୁଯାୟୀ ନଂ.୨୪/୨୧ରେ ମାମଲା ରୁଜୁ ହୋଇଛି। ପୂର୍ବତନ ବିଧାୟକଙ୍କ ଏପରି କାରନାମା ଓ ଗିରଫଦାରି ଫୁଲବାଣୀରେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri