Posted inରାଜ୍ୟ

ଜେଲ ଗଲେ ପୂର୍ବତନ ବିଜେଡି ବିଧାୟକ

ଫୁଲବାଣୀ ଅଫିସ,୨୩ା୨- ପଥଚାରୀଙ୍କୁ ମାଡ଼ ମାରିବା ସହ ଲୁଟ ଅଭିଯୋଗରେ ମଙ୍ଗଳବାର ଫୁଲବାଣୀର ପୂର୍ବତନ ବିଜେଡି ବିଧାୟକ ଦେବେନ୍ଦ୍ର କହଁର ଗିରଫ ହୋଇଛନ୍ତି। ଟାଉନ୍‌ ଥାନା ପୋଲିସ ଦେବେନ୍ଦ୍ର ଓ ତାଙ୍କ ସହଯୋଗୀ କୁହାଯାଉଥିବା କନଷ୍ଟେବଳ ଶ୍ରୀନିବାସ କହଁରଙ୍କୁ ଗିରଫ ପରେ ଏସ୍‌ଡିଜେଏମ କୋର୍ଟକୁ ଚାଲାଣ କରିଥିଲା। ଜାମିନ ଖାରଜ ହେବାରୁ ଉଭୟଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ସରକାରୀ ଓକିଲ ଗୌରୀଶଙ୍କର ବେହେରା ସୂଚନା ଦେଇଛନ୍ତି।

ଅଭିଯୋଗ ପ୍ରକାରେ, ଗତ ୯ ତାରିଖରେ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କଙ୍କିଳି ଗ୍ରାମର କାମାକ୍ଷା ବେହେରା କେତେଜଣ ସାଙ୍ଗଙ୍କ ସହ ମିଶି କାର୍‌ରେ ଗୋଚ୍ଛାପଡା ଥାନା ଅନ୍ତର୍ଗତ କାଶିନୀପଦର ଗ୍ରାମକୁ ଜଣେ ସମ୍ପର୍କୀୟଙ୍କ ଘରକୁ ଯାଉଥିଲେ। ସେମାନେ ରାସ୍ତା ଜାଣି ନ ଥିବାରୁ ସ୍ଥାନୀୟ ଲୋକଙ୍କୁ ବାଟ ପଚାରି ଯାଉଥିଲେ। ସନ୍ଧ୍ୟା ପ୍ରାୟ ୬ଟାରେ କଟ୍ରିଙ୍ଗିଆ-ଉର୍ମାଗଡ ରାସ୍ତାରେ ସହଯୋଗୀମାନଙ୍କ ସହ ଦେବେନ୍ଦ୍ର ନିଜକୁ ପୋଲିସ ପରିଚୟ ଦେଇ କାମାକ୍ଷାଙ୍କ କାର୍‌ ଅଟକାଇ ତୁମେମାନେ କିଏ ବୋଲି ପଚାରିଥିଲେ। କାମାକ୍ଷା ନିଜର ଓ ତାଙ୍କ ସାଙ୍ଗମାନଙ୍କ ପରିଚୟ ଦେଇଥିଲେ ମଧ୍ୟ ସେମାନେ ନ ଛାଡ଼ି ଥାନାକୁ ଚାଲ ବୋଲି କହିଥିଲେ ା ପରେ ଅଭିଯୁକ୍ତମାନେ ସମସ୍ତଙ୍କୁ ଜୋର୍‌ଜବରଦସ୍ତ ଫୁଲବାଣୀ ଆଣି ଏକ ଘରେ ବନ୍ଦ କରି ରଖିବା ସହ ମାର୍‌ପିଟ କରିଥିଲେ। ଦେବେନ୍ଦ୍ର ଓ ତାଙ୍କ ସହଯୋଗୀମାନେ କାମାକ୍ଷାଙ୍କ ସାଙ୍ଗ ଜାମିଲଙ୍କଠାରୁ ୧୦ ହଜାର ଟଙ୍କା ଛଡାଇ ନେବା ସହ ଅନ୍ୟ ଜଣେ ସାଙ୍ଗ ଖାଲିଦଙ୍କୁ ନିକଟସ୍ଥ ଏଟିଏମ୍‌କୁ ନେଇ ୨୦ ହଜାର ଟଙ୍କା ଉଠାଇ ନେଇଥିଲେ। ପରେ ସମସ୍ତଙ୍କୁ ଛାଡ଼ି ଦେଇଥିଲେ। କାମାକ୍ଷା ଏ ନେଇ ଫୁଲବାଣୀ ଟାଉନ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.୨୪/୨୧ରେ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା। ଦେବେନ୍ଦ୍ର ଓ ଅନ୍ୟ ଅଭିଯୁକ୍ତମାନଙ୍କ ବିରୋଧରେ ଆଇପିସି ଧାରା ୩୪୧/୩୨୩/୩୮୪/୩୯୫/୫୦୬ ଅନୁଯାୟୀ ନଂ.୨୪/୨୧ରେ ମାମଲା ରୁଜୁ ହୋଇଛି। ପୂର୍ବତନ ବିଧାୟକଙ୍କ ଏପରି କାରନାମା ଓ ଗିରଫଦାରି ଫୁଲବାଣୀରେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri