Posted inଜାତୀୟ

କାନ ଧରି ଭୁଲ ମାଗିଲେ ପୂର୍ବତନ ଭାଜପା ବିଧାୟକ

ବାରାଣସୀ,୧୦।୧: ଉତ୍ତରପ୍ରଦେଶର ବାରାଣସୀରେ ଏକ ଅଭାବନୀୟ ଘଟଣା ଘଟିଛି। ଅଶ୍ଳୀଳ ବ୍ୟବହାର ଅଭିଯୋଗରେ ଜଣେ ପୂର୍ବତନ ଭାଜପା ବିଧାୟକଙ୍କୁ ମାଡ ଦିଆଯିବା ସହ କାନ ଧରି କ୍ଷମା ମଗାଯାଇଥିଲା।ଏହାର ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ମାମଲା ବାରାଣସୀର ଚୌବେପୁର ପୋଲିସ ଷ୍ଟେଶନ ଅଞ୍ଚଳର ଭାଗତୁଆ ଗ୍ରାମରେ ଘଟିଛି। ଏଠାରେ ଏକ ଇଣ୍ଟର କଲେଜର ଅଧ୍ୟକ୍ଷ ତଥା ପୂର୍ବତନ ଭାଜପା ବିଧାୟକ ମାୟାଶଙ୍କର ପାଠକ ଜଣେ ଛାତ୍ରୀଙ୍କ ସହ ଅଶ୍ଳୀଳ ଆଚରଣ କରିଥିବା ଅଭିଯୋଗ ହୋଇଥିଲା। ପୀଡିତା ଛାତ୍ରଙ୍କ ଅଭିଯୋଗ ସମ୍ପର୍କରେ ସୂଚନା ପାଇବା ପରେ ତାଙ୍କ ପରିବାର ଉତ୍‌କ୍ଷିପ୍ତ ହୋଇ ମାୟାଶଙ୍କର ପାଠକଙ୍କୁ ମାଡ ମାରିବା ସହ ଏହାର ଏକ ଭିଡିଓ ମଧ୍ୟ କରିଥିଲେ। ମାୟାଶଙ୍କର ପାଠକ ଏକଦା ବାରାଣସୀରେ ଭାଜପା ବିଧାୟକ ଥିଲେ ଏବଂ ଏବେ ଏମ୍‌ପି ଇନଷ୍ଟିଚ୍ୟୁଟ ଆଣ୍ଡ୍‌ କମ୍ପ୍ୟୁଟର କଲେଜ ନାମରେ ଇଣ୍ଟର କଲେଜ ଚଳାଉଛନ୍ତି। ଏହି ଭିଡିଓଟି ୨ ଦିନ ପୂର୍ବରୁ ବୋଲି କୁହାଯାଉଛି। ଅଭିଯୋଗ ହୋଇଛି ଯେ ମାୟାଶଙ୍କର ତାଙ୍କ କାର୍ଯ୍ୟାଳୟକୁ ଡାକି ଜଣେ ଛାତ୍ରୀଙ୍କ ସହ ଅଶ୍ଳୀଳ ବ୍ୟବହାର କରିଥିଲେ। ଏହା ପରେ ଝିଅଟି ଘରେ ପହଞ୍ଚି ପରିବାର ସଦସ୍ୟଙ୍କୁ କହିଥିଲା। ଏହାପରେ ତାଙ୍କ ପରିବାର ଲୋକେ ପ୍ରଥମେ ମାୟାଶଙ୍କରଙ୍କୁ ତାଙ୍କ କାର୍ଯ୍ୟାଳୟରେ ପିଟିଥିଲେ ଏବଂ ପରେ ତଳେ ଥିବା ଏକ ଚେୟାରରେ ବସାଇ ତାଙ୍କୁ ପିଟିଥିଲେ। ମାଡ ମାରିବା ସମୟରେ ମାୟାଶଙ୍କର କାନ ଧରି ତାଙ୍କ ଭୁଲ ପାଇଁ ବାରମ୍ବାର କ୍ଷମା ପ୍ରାର୍ଥନା କରୁଥିବା ଦେଖିବାକୁ ମିଳିଛି। ବାରଣାସୀ ପୋଲିସ ଏହି ମାମଲାର ତଦନ୍ତ କରୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri