ହାତ ଛାଡ଼ି ପଦ୍ମ ଧରିଲେ ପୂର୍ବତନ ବ୍ଲକ କଂଗ୍ରେସ ସଭାପତି

କୁଆଁରମୁଣ୍ଡା,୨୬।୧(ମହେନ୍ଦ୍ର କୁମାର ସାହୁ): ୭୫ ତମ ସାଧାରତନ୍ତ୍ର ଦିବସ ଅବସରରେ ବୀରମିତ୍ରପୁର ନିର୍ବାଚନମଣ୍ଡଳୀରେ ଭାଜପା ଶିବିର ଚଳଚଞ୍ଚଳ ହୋଇଉଠିଛି। ଏହାର ଝଲକ ଦେଖିବାକୁ ମିଳିଛି ବୀରମିତ୍ରପୁର ନିର୍ବାଚନମଣ୍ଡଳୀର ପୁରୁଣାପାଣିରେ। ୪ ଥରର କୁଆଁରମୁଣ୍ଡା ପୂର୍ବତନ ବ୍ଲକ କଂଗ୍ରେସ ସଭାପତି ଜୟଶଙ୍କର ନନ୍ଦ ତାଙ୍କର ପୁରୁଣା ଦଳ ଛାଡ଼ି ଶୁକ୍ରବାର ଆନୁଷ୍ଠାନିକ ଭାବେ ଭାଜପାର ମିଶ୍ରଣ ପର୍ବରେ ଯୋଗ ଦେଇଛନ୍ତି। ତାଙ୍କ ସହ କୁଆଁରମୁଣ୍ଡା ବ୍ଲକର୨୨ରୁ ଊର୍ଦ୍ଧ୍ବ ଯୁବଗୋଷ୍ଠୀଙ୍କୁ  ମଧ୍ୟ ଜୟଶଙ୍କର ଭାଜପାରେ ମିଶାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଓ ଭାଜପାର ନୀତି, ଆଦର୍ଶ ତାଙ୍କୁ ଭାଜପା ପ୍ରତି ଆକର୍ଷିତ କରିଛି ବୋଲି ଜୟଶଙ୍କର ନିଜ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି। ଏହି ମିଶ୍ରଣପର୍ବ ବୀରମିତ୍ରପୁର ବିଧାୟକ ଶଙ୍କର ଓରାମଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିବା ବେଳେ ଦଳର ବରିଷ୍ଠ ନେତ୍ରୀ ଲତିକା ପଟ୍ଟନାୟକ, ଭାଜପା ବୀରମିତ୍ରପୁର ନିର୍ବାଚନମଣ୍ଡଳୀ ପ୍ରଭାରୀ ଦୋଳଗୋବିନ୍ଦ ଦାସ, ବରିଷ୍ଠ ନେତା ଲାଲୁ ସିଂଦେଓ,  ରିନା ମେହେର ପ୍ରମୁଖଙ୍କ ସହ ବହୁ ଦଳୀୟ ପଦାଧିକାରୀ ଏଥିରେ ଉପସ୍ଥିତ ଥିଲେ।

 

 

 


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଜାପାନୀ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ, ୨୦୨୨ ରେ ବେକରେ ଲାଗିଥିଲା ଗୁଳି

ଟୋକିଓ,୨୧।୧: ପୂର୍ବତନ ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ହତ୍ୟା କରିଥିବା ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ବୁଧବାର ଜାପାନର ଏକ କୋର୍ଟ ଆବେଙ୍କ ହତ୍ୟା ମାମଲାର...

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

କାହିଁକି ହେଉନାହିଁ IPL 2026 କାର୍ଯ୍ୟସୂଚୀ ଘୋଷଣା? ବିଳମ୍ବର କାରଣ କ’ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ପାଇଁ ଆପାତକାଳୀନ ତାରିଖ ଘୋଷଣା ସତ୍ତ୍ୱେ, ବିସିସିଆଇ ଏପର୍ଯ୍ୟନ୍ତ ମ୍ୟାଚ ସୂଚୀ ଘୋଷଣା କରିନାହିଁ। ବୋର୍ଡ କହିଛି...

ରେଳଯାତ୍ରୀଙ୍କ ପାଇଁ ଖୁସିଖବର: ଷ୍ଟେଶନରେ ମିଳୁଛି ଶସ୍ତା ରୁମ୍‌; ଅନଲାଇନ୍‌ରେ ବୁକ୍‌ କରିବାର ପୂରା ପ୍ରକ୍ରିୟା ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ପ୍ରତିଦିନ ସାରା ଭାରତରେ ୨ କୋଟିରୁ ଅଧିକ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତୁ। ଯାତ୍ରୀମାନଙ୍କର ସୁବିଧା ପାଇଁ ରେଳ ଷ୍ଟେଶନରେ ରୁମ୍‌ ଯୋଗାଇ ଦିଆଯାଏ।...

ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

୨୦୩୦ ପର୍ଯ୍ୟନ୍ତ କୌଣସି ଲାଇଭ୍ ଶୋ’ କରିବେନି ଜାକିର ଖାନ; ଏଥିପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୧।୧: ଦେଶର ଲୋକପ୍ରିୟ ଷ୍ଟାଣ୍ଡ-ଅପ୍ କମେଡିଆନ୍ ଜାକିର ଖାନ ନିଜ ପ୍ରଶଂସକଙ୍କୁ ଏକ ବଡ଼ ଝଟକା ଦେଇଛନ୍ତି। ସ୍ୱାସ୍ଥ୍ୟଗତ ସମସ୍ୟା ଏବଂ ବ୍ୟକ୍ତିଗତ କାରଣ ପାଇଁ...

ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ

ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ...

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri