ବ୍ରାଜିଲର ପୂର୍ବତନ ରାଷ୍ଟ୍ରପତି ଡିଲ୍ମା ରୁସେଫ ବ୍ରିକ୍ସ ବ୍ୟାଙ୍କର ନୂଆ ମୁଖ୍ୟ, ନେଲେ ମାର୍କୋସଙ୍କ ସ୍ଥାନ

ବେଜିଂ,୨୫ ।୩: ବ୍ରାଜିଲର ପୂର୍ବତନ ରାଷ୍ଟ୍ରପତି ଡିଲମା ରୁସେଫ ଶୁକ୍ରବାର ନ୍ୟୁ ଡେଭଲପମେଣ୍ଟ ବ୍ୟାଙ୍କ୍‌(ଏନଡିବି)ର ନୂଆ ମୁଖ୍ୟ ନିର୍ବାଚିତ ହୋଇଛନ୍ତି । ଏନଡିବି ବ୍ରିକ୍ସ ଦେଶ(ବ୍ରାଜିଲ, ଭାରତ, ରୁଷିଆ, ଚାଇନା ଓ ଦକ୍ଷିଣ ଆଫ୍ରିକା) ଦ୍ୱାରା ସ୍ଥାପିତ ଏକ ବିତ୍ତିୟ ସଂସ୍ଥା, ଯାହା ବ୍ରିକ୍ସ ବ୍ୟାଙ୍କ ନାମରେ ପରିଚିତ ।
୭୫ ବର୍ଷିୟ ରୁସେଫ ମାର୍କେସ ଟ୍ରାୟଜୋଙ୍କ ସ୍ଥାନ ନେବେ । ଏହାର ଘୋଷଣା ସାଂଘାଇ ମୁଖ୍ୟାଳୟରେ ଥିବା ବ୍ୟାଙ୍କ କରିଛି । ବ୍ୟାଙ୍କ ପକ୍ଷରୁ ଜାରି ଏକ ପ୍ରେସ ବିଜ୍ଞପ୍ତିରେ କୁହାଯାଇଛି ବି ଏନଡିବିର ବୋର୍ଡ ଅଫ ଗଭର୍ନର୍ସ ସର୍ବସମ୍ମତିରେ ରୁସେଫଙ୍କୁ ତତ୍କାଳ ପ୍ରଭାବରେ ବ୍ୟାଙ୍କର ଅଧ୍ୟକ୍ଷ ନିର୍ବାଚିତ କରିଛନ୍ତି । ରୁସେଫ ବର୍ତ୍ତମାନ ବ୍ରାଜିଲର ରାଷ୍ଟ୍ରପତି ଲୁଲା ଡା ସିଲ୍ଭାଙ୍କ ନିକଟତମ ସହଯୋଗୀ, ଯେକି ଗତବର୍ଷ ଅକ୍ଟୋବରରେ ହୋଇଥିବା ନିର୍ବାଚନରେ ଜାୟର ବୋଲସୋନାରୋଙ୍କୁ ହରାଇଥିଲେ । ରୁସେଫ ଦୁଇଥର ବ୍ରାଜିଲ ରାଷ୍ଟପତି ଭାବେ ନିର୍ବାଚିତ ହୋଇଥିଲେ । ହେଲେ ୨୦୧୬ରେ ବଜେଟରେ ହେରଫେର ଅଭିଯୋଗରେ ତାଙ୍କୁ ପଦରୁ ହଟାଇ ଦିଆଯାଇଥିଲା । ସେ ତାଙ୍କ ଉପରେ ଲାଗିଥିବା ସମସ୍ତ ଅଭିଯୋଗକୁ ଖାରଜ କରିଦେଇଥିଲେ । ଜୁଲାଇ ୨୦୧୪ରେ ସେ ଏନଡିବିର ସ୍ଥାପନାରେ ବ୍ରିକ୍ସ ଦେଶ ସହ ଭାଗ ନେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri