ନାବାଳିକା ବଳାତ୍କାର ମାମଲାରେ ଫସିଲେ ପୂର୍ବତନ କ୍ରିକେଟର, ବଢ଼ିଲା ରିମାଣ୍ଡ ଅବଧି

କାଠମାଣ୍ଡୁ,୧୩ା୧୦: ନାବାଳିକା ବଳାତ୍କାର ମାମଲାରେ ନେପାଳ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ସନ୍ଦୀପ ଲାମିଛାନେ ଫସିଛନ୍ତି।

ସନ୍ଦୀପଙ୍କ ପୋଲିସ ହେପାଜତକୁ ଆହୁରି ବୃଦ୍ଧି କରାଯାଇଛି। ତାଙ୍କ ଓକିଲ କହିଛନ୍ତି, ତାଙ୍କ ରିମାଣ୍ଡକୁ ଆଉ ୫ ଦିନ ବୃଦ୍ଧି କରାଯାଇଛି।

ଉଲ୍ଲେଖନୀୟ କଥା ହେଉଛି, ନାବାଳିକାଙ୍କୁ ବଳାତ୍କାର ଘଟଣାରେ ସନ୍ଦୀପ କାଠମାଣ୍ଡୁର ତ୍ରିଭୂବନ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଅକ୍ଟୋବର ୬ରେ ଗିରଫ ହୋଇଥିଲେ। ଗିରଫ ପରେ ପୋଲିସ ତାଙ୍କୁ ସୋମବାର କୋର୍ଟରେ ହାଜର କରିଥିଲା। କାଠମାଣ୍ଡୁର ଜିଲା କୋର୍ଟ ପରେ ସନ୍ଦୀପଙ୍କୁ ୭ ଦିନିଆ ରିମାଣ୍ଡରେ ପଠାଇଥିଲେ। ଏବେ ତାଙ୍କର ରିମାଣ୍ଡରେ ଆଉ ୫ ଦିନ ବୃଦ୍ଧି କରାଯାଇଛି।

ସନ୍ଦୀପ ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଡାକ୍ତରୀ ପରୀକ୍ଷା ପରେ ପୋଲିସ ଏକ ମାମଲା ରୁଜୁ କରିଥିଲା। ଯେତେବେଳେ ସନ୍ଦୀପ କେନିଆରେ ଏକ କ୍ରିକେଟ ଟୁର୍ନାମେଣ୍ଟରେ ଭାଗ ନେଇଥିଲେ ସେତେବେଳେ ଏହି ଘଟଣା ସାମ୍ନାକୁ ଆସିଥିଲା। କେନିଆ ଗସ୍ତର ଗୋଟିଏ ଦିନ ପୂର୍ବରୁ ଏହି ଘଟଣା ଘଟିଥିବା ଜଣାଯାଇଛି। ପୀଡ଼ିତା ଅଭିଯୋଗ କରିଛନ୍ତି ଯେ, ସନ୍ଦୀପ ତାଙ୍କୁ ଅଗଷ୍ଟ ୨୧ରେ ଏକ ହୋଟେଲରେ ବଳାତ୍କାର କରିଥିଲେ।

ନେପାଳ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସନ୍ଦୀପ ଲାମିଚାନେ ଜଣେ ଲେଗ୍‌ ସ୍ପିନ ବୋଲର। ସେ ସଚିନ ତେନ୍ଦୁଲକର ଏବଂ ସଚିନ ଓ୍ବାର୍ନଙ୍କୁ ତାଙ୍କ ଆଦର୍ଶ ବୋଲି ମାନିଥାନ୍ତି। ସେ ହେଉଛନ୍ତି ଏକମାତ୍ର ନେପାଳ କ୍ରିକେଟର ଯିଏକି ଆଇପିଏଲ ଖେଳିଛନ୍ତି। ସେ ୨୦୧୮ରେ ନେଦରଲ୍ୟାଣ୍ଡ ବିପକ୍ଷରେ ଓଡିଆଇ ଡେବ୍ୟୁ କରିଥିଲେ। ସେହିପରି ଜୁଲାଇ ୨୦୨୨ରେ ସ୍କଟଲାଣ୍ଡ ବିପକ୍ଷରେ ତାଙ୍କର ଶେଷ ଓଡିଆଇ ମ୍ୟାଚ୍‌ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri