Posted inଖେଳ

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ସୋମବାର ତାଙ୍କ ଦେହାନ୍ତ ଖବର ଶେୟାର କରିଛି। ବୋର୍ଡ ଲେଖିଛି,ଖେଳ ପ୍ରତି ତାଙ୍କର ଅବଦାନ ହେବ ନାହିଁ। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ‘MJK’ ସ୍ମିଥଙ୍କ ୯୨ ବର୍ଷ ବୟସରେ ମୃତ୍ୟୁରେ ଇଂଲଣ୍ଡ କ୍ରିକେଟ ବୋର୍ଡ ଦୁଃଖିତ।
ଏହା ଉଲ୍ଲେଖନୀୟ ଯେ, ସ୍ମିଥ ତାଙ୍କର ପ୍ରଥମ ଅକ୍ଷର ‘MJK’ ଦ୍ୱାରା ବହୁଳ ଭାବରେ ଜଣାଶୁଣା ଥିଲେ। ମାଇକ ସ୍ମିଥ ଇଂଲଣ୍ଡ ପାଇଁ ୫୦ଟି ଟେଷ୍ଟ ମ୍ୟାଚ ଖେଳିଥିଲେ। ଏଥିମଧ୍ୟରୁ ସେ ୨୫ଟି ମ୍ୟାଚରେ ଦଳର ଅଧିନାୟକତ୍ୱ କରିଥିଲେ। ସେ ଜୁନ ୧୯୫୮ରେ ବର୍ମିଂହାମରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଟେଷ୍ଟ ଡେବ୍ୟୁ କରିଥିଲେ,। ସେ ଜୁଲାଇ ୧୯୭୨ରେ ନଟିଂହାମରେ ଅଷ୍ଟ୍ରେଲିଆ ବିପକ୍ଷରେ ତାଙ୍କ କ୍ୟାରିଅରର ଶେଷ ଟେଷ୍ଟ ଖେଳିଥିଲେ।

ସ୍ମିଥ ପ୍ରଥମ ଶ୍ରେଣୀ କ୍ରିକେଟରେ ପ୍ରାୟ ୪୦,୦୦୦ ରନ ସ୍କୋର କରିଥିଲେ। ଏହା ସହିତ, ସେ ଲିଷ୍ଟ ଏ ମ୍ୟାଚରେ ମଧ୍ୟ ଅବଦାନ ଦେଇଥିଲେ। ଶୀର୍ଷ କ୍ରମରେ ବ୍ୟାଟିଂ ପାଇଁ ପ୍ରସିଦ୍ଧ ଏହି ଖେଳାଳି ପ୍ରଥମ ଶ୍ରେଣୀ କ୍ରିକେଟରେ ୫ ଉଇକେଟ ମଧ୍ୟ ନେଇଥିଲେ।
ତାଙ୍କ ଟେଷ୍ଟ କ୍ୟାରିୟରରେ କହିବାକୁ ୫୦ ମ୍ୟାଚରେ ୭୮ ଇନିଂସରେ ବ୍ୟାଟିଂ କରି ମାଇକ ୩୧.୬୩ ହାରରେ ୨,୨୭୮ ରନ କରିଥିଲେ। ଏହି ସମୟ ମଧ୍ୟରେ ସେ ୩ ଶତକ ଏବଂ ୧୧ ଅର୍ଦ୍ଧଶତକ ହାସଲ କରିଥିଲେ। ତାଙ୍କର ସର୍ବାଧିକ ସ୍କୋର ୧୨୧ ରନ ଥିଲା। ଏହା ବ୍ୟତୀତ, ସେ ବୋଲିଂ କରି ଗୋଟିଏ ଉଇକେଟ୍‌ ମଧ୍ୟ ନେଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?