Posted inଜାତୀୟ

କେନ୍ଦ୍ର ଟାର୍ଗେଟରେ ପୂର୍ବତନ ସିବିଆଇ ନିର୍ଦ୍ଦେଶକ, ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ…

ନୂଆଦିଲ୍ଲୀ,୨।୮: ଦୁର୍ନୀତି ବିରୋଧରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରୁଛନ୍ତି। ସିବିଆଇର ପୂର୍ବତନ ନିର୍ଦ୍ଦେଶକ ଆଲୋକ ବର୍ମାଙ୍କ ବିରୋଧରେ ଦୁର୍ନୀତି ବିରୋଧି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ସିବିଆଇର ପୂର୍ବତନ ନିର୍ଦ୍ଦେଶକ ଆଲୋକ ବର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଉଭୟ କାର୍ମିକ ବିଭାଗ ଏବଂ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସୁପାରିଶ କରିଛନ୍ତି। ସିବିଆଇ ନିର୍ଦ୍ଦେଶକ ପଦବୀରେ ଥିବାବେଳେ ସେ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। କାର୍ମିକ ବିଭାଗ ଏବଂ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ତାଙ୍କ ବିରୋଧରେ ପଦର ଦୂରୁପଯୋଗ କରିଥିବା ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ୟୁନିୟନ୍‌ ପବ୍ଲିକ୍‌ ସର୍ଭିସ୍‌ କମିଶନ(ୟୁପିଏସ୍‌ସି)କୁ ନିର୍ଦ୍ଦେଶ ଦିଆଯାଇଛି। ୨୦୧୮ରେ ସିବିଆଇର ତତ୍କାଳୀନ ସ୍ବତନ୍ତ୍ର ନିର୍ଦ୍ଦେଶକ ରାକେଶ ଅସ୍ଥାନା ଆଲୋକଙ୍କ ବିରୋଧରେ ଲାଞ୍ଚନେବା ଅଭିଯୋଗ ଆଣିଥିଲେ। ଏକ ମାମଲାକୁ ରଫାଦଫା କରିବା ଲାଗି ତାଙ୍କ ବିରୋଧରେ ୨ କୋଟି ଟଙ୍କା ଲାଞ୍ଚ ନେଇ ଅଭିଯୋଗ ହୋଇଥିଲା। ଏହା ପରେ ମଧ୍ୟ ଆସ୍ଥାନା ଆଲୋକଙ୍କ ବିରୋଧରେ ଏକାଧିକ ଲାଞ୍ଚ ନେଇଥିବା ଅଭିଯୋଗ ଆଣିଥିଲେ। ବର୍ମାଙ୍କ ବିରୋଧରେ ହୋଇଥିବା ଦୁର୍ନୀତି ଅଭିଯୋଗକଚ ସରକାର ଏବେ ଗ୍ରହଣ କରିଛନ୍ତି। ପେଗାସସ ସ୍ପାଏୱେୟାର ମାଧ୍ୟମରେ ଗୁପ୍ତଚରୀ ହୋଇଥିବା ସମ୍ଭାବ୍ୟ ବ୍ୟକ୍ତିଙ୍କ ତାଲିକାରେ ଆଲୋକଙ୍କ ନାମ ମଧ୍ୟ ଅନ୍ତର୍ଭୁକ୍ତ। ଯଦି ସରକାରଙ୍କ ଦ୍ୱାରା କରାଯାଇଥିବା ଏହି ସୁପାରିଶକୁ ଗ୍ରହଣ କରାଯାଏ, ତେବେ ଆଲୋକଙ୍କ ପେନ୍‌ସନ ଏବଂ ଅନ୍ୟାନ୍ୟ ଅବସରକାଳୀନ ସୁବିଧା ସୁଯୋଗ ଉପରେ ପ୍ରଭାବ ପଡ଼ିବାର ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

୩୬ ଘଣ୍ଟାରେ ଜ୍ଞାନେଶ କୁମାରଙ୍କୁ ୩ ବଡ଼ ଆଶ୍ୱସ୍ତି, ନୀରବ ରହି ମଜବୁତ କଲେ ନିଜ ସ୍ଥିତି

ନୂଆଦିଲ୍ଲୀ,୨୮।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଗତ କିଛି ଦିନ ହେବ ରାଜନୀତି ସରଗରମ ରହିଛି। ସେପ୍ଟେମ୍ବର ୨୩ରେ ପ୍ରକାଶିତ ଏକ ରିପୋର୍ଟରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?