ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର
୨୦୨୧ ମସିହାର ଏକ ଲାଞ୍ଚ ମାମଲାରେ ଶୁକ୍ରବାର ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହୋଇଛନ୍ତି। ଭବାନୀପାଟଣା ସ୍ଥିତ ଜିଲା ଭିଜିଲାନ୍ସ କୋର୍ଟର ସ୍ୱତନ୍ତ୍ର ବିଚାରପତି ଶ୍ରୀ ବଦ୍ରୀ ନାରାୟଣ ନନ୍ଦ ଏହି ମାମଳାର ବିଚାର କରି ଅଭିଯୁକ୍ତ ପୂର୍ବତନ ସିଡିପିଓ ପାତ୍ରଙ୍କୁ ୪ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇବା ସହ ୧ ଲକ୍ଷ ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦେୟ ହେଲେ ଆହୁରି ୬ ମାସ ଅତିରିକ୍ତ ଜେଲ ଦଣ୍ଡାଦେଶ ଭୋଗିବାକୁ ପଡିବ ବୋଲି ନିଜ ରାୟରେ ଉଲ୍ଲେଖ କରିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ କାର୍ଯ୍ୟରତ ଯୋଗମାୟା ସ୍ୱୟଂ ସହାୟକ ଗୋଷ୍ଠୀର ସଭାନେତ୍ରୀ ସରୋଜିନୀ ପ୍ରଧାନଙ୍କୁ ବକେୟା ଛତୁଆ ବିଲ କରିଦେବା ପାଇଁ ପୂର୍ବତନ ସିଡିପିଓ ପାତ୍ର ୮୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏହାକୁ ନେଇଁ ସରୋଜିନୀ ଗତ ୩ ଅକ୍ଟୋବର ୨୦୨୧ ରେ ଭିଜିଲାନ୍ସ ବିଭାଗରେ ଅଭିଯୋଗ କରିଥିଲେ। ଏହାର ଦିନକ ପରେ ଅର୍ଥାତ ୪ ତାରିଖ ସରୋଜିନୀଙ୍କ ଠାରୁ ପୂର୍ବତନ ସିଡିପିଓ ନିଜ କାର୍ଯ୍ୟାଳୟରେ ୮୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ପୂର୍ବରୁ ଜଗି ରହିଥିବା ଭବାନୀପାଟଣା ଭିଜିଲାନ୍ସ ଟିମ ତାଙ୍କୁ ମାଡି ବସିଥିଲା। ପରବର୍ତ୍ତୀ ସମୟରେ ଭିଜିଲାନ୍ସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏହି ମାମଲାକୁ ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ପିପି ସୁଧୀର କୁମାର ପଣ୍ଡା ଓ ଇମ୍ରାନ ଖାଁ ପରିଚାଳନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର…

ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ 

ଦିଗପହଣ୍ଡି, ୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା ଉଦ୍ୟମ ମାମଲାରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

ଭିଟାମାଟିରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ରେଡକ୍ରସରୁ ସହାୟତା, ଗୃହହୀନ ପରିବାରକୁ ଥଇଥାନ ଦାବି

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ତାମିଲନାଡ଼ୁରେ ଟ୍ରେନରୁ ଖସି ମୃତ୍ୟୁବରଣ କରିଥିବା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର ଦାଦନ ଶ୍ରମିକ ଟୁନା ବେହେରାଙ୍କ ମୃତଦେହ ମଙ୍ଗଳବାର…

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri