ଅଙ୍ଗନଓ୍ବାଡି କର୍ମୀଙ୍କଠାରୁ ଲାଞ୍ଚ ନେବା ମାମଲା: ପୂର୍ବତନ ସିଡିପିଓଙ୍କୁ ୩ବର୍ଷ ଜେଲ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଅଙ୍ଗନଓ୍ବାଡ଼ି କର୍ମୀଙ୍କ ପାଣ୍ଠି ମଞ୍ଜୁର କରାଇବା ପାଇଁ ଲାଞ୍ଚ ନେବା ମାମଲାରେ ଖୋର୍ଦ୍ଧା ଜିଲା ବାଣପୁରର ପୂର୍ବତନ ସିଡିପିଓ ରାଜକୁମାରୀ ଦେଈ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ମାମଲାର ଚୂଡ଼ାନ୍ତ ଶୁଣାଣି କରି ଭୁବନେଶ୍ୱର ଭିଜିଲାନ୍ସ ସ୍ବତନ୍ତ୍ର ଜଜ୍‌ ତାଙ୍କୁ ୩ ବର୍ଷ ସଶ୍ରମ କାରାଦଣ୍ଡ ସହ ୧୫ ହଜାର ଟଙ୍କା ଜରିମାନା ଦଣ୍ଡାଦେଶ ଦେଇଛନ୍ତି। ଜରିମାନା ଅନାଦେୟ ହେଲେ ଅଧିକ ୩ ମାସ ଜେଲ ଦଣ୍ଡ ଭୋଗିବାକୁ ବିଚାରପତି ସଞ୍ଜୀବ ଦୁବେ ଆଦେଶ ଦେଇଛନ୍ତି।

ସୂଚନା ମୁତାବକ, ୨୦୧୨ରେ ରାଜକୁମାରୀ ସିଡିପିଓ ଥିବାବେଳେ ବାଣପୁର ବ୍ଲକ୍‌ ଚମ୍ପାଦେଇପୁର ଗ୍ରାମର ଅଙ୍ଗନଓ୍ବାଡ଼ି କର୍ମୀ ବନ୍ଦନା ଷଡ଼ଙ୍ଗୀ ତାଙ୍କ ବିରୋଧରେ ଭୁବନେଶ୍ୱର ଭିଜିଲାନ୍ସ ଏସ୍‌ପିଙ୍କ ନିକଟରେ ଲାଞ୍ଚ ଅଭିଯୋଗ ଆଣିଥିଲେ। କୁମାରଙ୍ଗ ଗ୍ରାମ ପଞ୍ଚାୟତରେ କାର୍ଯ୍ୟରତ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ବକେୟା ପାଣ୍ଠି ମଞ୍ଜୁର କରିବା ଲାଗି ରାଜକୁମାରୀ ୮୭୪୦ଟଙ୍କା ଲାଞ୍ଚ ଦାବି କରିଥିବା ସେ ଜଣାଇଥିଲେ। ଯୋଜନା ମୁତାବକ ୨୦୧୨ ଏପ୍ରିଲ୍‌ ୧୯ରେ ରାଜକୁମାରୀ ତାଙ୍କଠାରୁ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଇନ୍ସପେକ୍ଟର ହରପ୍ରିୟା ନାୟକଙ୍କ ହାତରେ ଧରାପଡି ଗିରଫ ହୋଇଥିଲେ। ଏହି ମାମଲାରେ ସମସ୍ତ ସାକ୍ଷ୍ୟ ପ୍ରମାଣ ରାଜକୁମାରୀଙ୍କ ବିରୋଧରେ ଯାଇଥିବାରୁ ତାଙ୍କୁ ଦୋଷୀ ସାବ୍ୟସ୍ତ କରାଯିବା ସହ ଦଣ୍ଡାଦେଶ ହୋଇଛି। ଭିଜିଲାନ୍ସ ପକ୍ଷରୁ ଏହି ମାମଲାକୁ ପିପି ହେମନ୍ତ କୁମାର ସ୍ବାଇଁ ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri